Posted inଜାତୀୟ

ମୌସୁମୀ ବିପର୍ଯ୍ୟୟ: ହିମାଚଳ ପ୍ରଦେଶରେ ୨୫୭ ମୃତ୍ୟୁ, ୭୦୦୦ କୋଟିରୁ ଅଧିକ ସମ୍ପତ୍ତି ନଷ୍ଟ…

ଶିମଲା,୧୪।୮ : ହିମାଚଳ ପ୍ରଦେଶରେ ମୌସୁମୀ ବିପର୍ଯ୍ୟୟ ଜାରି ରହିଛି। ବାଦଲ ଫଟା ବର୍ଷା ଯୋଗୁ ବନ୍ୟା ଓ ଭୂସ୍ଖଳନ ହେତୁ ହିମାଚଳ ପ୍ରଦେଶ ଦେଶର ସବୁଠାରୁ ଅଧିକ ପ୍ରଭାବିତ ରାଜ୍ୟ ହୋଇଛି।
ଜୁନ ୨୪ ରେ ହିମାଚଳ ପ୍ରଦେଶରେ ମୌସୁମୀ ଋତୁ ଆରମ୍ଭ ହୋଇଥିଲା। ଅଧିକାରୀଙ୍କ କହିବାନୁସାରେ, ବିଭିନ୍ନ କାରଣରୁ ମୌସୁମୀ ଋତୁରେ ୨୫୭ ଜଣଙ୍କ ମୃତ୍ୟୁ ଘଟିଛି।

୨୫୭ ଜଣଙ୍କ ମଧ୍ୟରୁ ୬୬ ଜଣଙ୍କର ଭୂସ୍ଖଳନ ଏବଂ ବନ୍ୟା ଯୋଗୁଁ ମୃତ୍ୟୁ ଘଟିଛିି। ସଡ଼କ ଦୁର୍ଘଟଣା କିମ୍ବା ଅନ୍ୟାନ୍ୟ କାରଣରୁ ୧୯୧ ଜଣଙ୍କ ମୃତ୍ୟୁ ଘଟିଛି। ୩୨ ଜଣ ନିଖୋଜ ଥିବାବେଳେ ୨୯୦ ଜଣ ଆହତ ହୋଇଛନ୍ତି ବୋଲି ଅଧିକାରୀମାନେ ସୂଚନା ଦେଇଛନ୍ତି।

ରାଜ୍ୟରେ ୧୩୭୬ଘର କ୍ଷତିଗ୍ରସ୍ତ ହୋଇଥିବାବେଳେ ଏପର୍ଯ୍ୟନ୍ତ ୭୯୩୫ ଘର ଆଂଶିକ ଭାବେ କ୍ଷତିଗ୍ରସ୍ତ ହୋଇଛି।

୨୭୦ ଟି ଦୋକାନ କ୍ଷତିଗ୍ରସ୍ତ ହୋଇଛି ଏବଂ ୨୭୨୭ ଟି ଗୋଶାଳା ନଷ୍ଟ ହୋଇଯାଇଛି।

ସରକାରୀ ତଥ୍ୟ ଅନୁଯାୟୀ, ରାଜ୍ୟରେ ଏପର୍ଯ୍ୟନ୍ତ ୯୦ ଭୂସ୍ଖଳନ ଏବଂ ୫୫ ବନ୍ୟା ପରିସ୍ଥିତି ଦେଖାଦେଇଛି। ରାଜ୍ୟରେ ୨ଟି ଜାତୀୟ ରାଜପଥ ସମେତ ପ୍ରାୟ ୪୫୦ ରାସ୍ତା ବନ୍ଦ ରହିଛି। ୧୮୧୪ ବିଦ୍ୟୁତ ଯୋଗାଣ ଯୋଜନା ଏପର୍ଯ୍ୟନ୍ତ ବାଧାପ୍ରାପ୍ତ ହୋଇଛି ଏବଂ ୬୯ ଜଳ ଯୋଗାଣ ଯୋଜନା ବାଧାପ୍ରାପ୍ତ ହୋଇଛି ବୋଲି ଅଧିକାରୀମାନେ ସୂଚନା ଦେଇଛନ୍ତି।
ଏହି ସମୟରେ ଲଗାତାର ବର୍ଷାକୁ ଦୃଷ୍ଟିରେ ରଖି ହିମାଚଳ ପ୍ରଦେଶ ସରକାର ରବିବାର ସୂଚନା ଦେଇଛନ୍ତି ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ଅଗଷ୍ଟ ୧୪ ପର୍ଯ୍ୟନ୍ତ ବନ୍ଦ ରହିଛି।

ପ୍ରବଳ ବର୍ଷା ଯୋଗୁ ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁ ଏହି ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଗଷ୍ଟ ୧୪ ପର୍ଯ୍ୟନ୍ତ ସମସ୍ତ ସରକାରୀ, ବେସରକାରୀ ବିଦ୍ୟାଳୟ ଏବଂ କଲେଜକୁ ବନ୍ଦ ରଖିବାକୁ ଶିକ୍ଷା ସଚିବ ଏକ ବିଜ୍ଞପ୍ତି ଜାରି ହୋଇଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

ଯୁଦ୍ଧ ମଧ୍ୟରେ ଏମିତି ପଦକ୍ଷେପ ନେବାକୁ ଯାଉଛି ଭାରତ: ଚାହଁ ରହିଯିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ ହେବା ବିଶ୍ୱ ଶକ୍ତି ବଜାରରେ ଅସ୍ଥିରତା ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ୨୦% ତୈଳ ଏହି…

ଜଣେ ବିବାହିତ ପୁରୁଷ ଲିଭ-ଇନରେ ରହିପାରିବେ କି? ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ଆଲ୍ଲାହାବାଦ,୨୭।୩: ଜଣେ ବିବାହିତ ପୁରୁଷ ଲିଭ-ଇନ ସମ୍ପର୍କରେ ରହିପାରିବେ କି ନାହିଁ ଏହାକୁ ନେଇ ଆଲ୍ଲାହାବାଦ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଶୁକ୍ରବାର କୋର୍ଟ ଏକ…

ରାମ ନବମୀରେ ପ୍ରଶଂସକଙ୍କୁ ଚମତ୍କାର ଉପହାର ଦେଲେ ରାମ ଚରଣ

ସୁପରଷ୍ଟାର ରାମ ଚରଣ ପ୍ରଶଂସକଙ୍କୁ ଏକ ଚମତ୍କାର ଉପହାର ଦେଇଛନ୍ତି। ରାମ ନବମୀରେ ଫିଲ୍ମ ‘ପେଡ୍ଡି ପେହେଲୱାନ’ର ପ୍ରଥମ ଝଲକ ରିଲିଜ ହୋଇଛି। ଏହା ସୋସିଆଲ ମିଡିଆରେ…

ଗୋଟିଏ ଦିନରେ କେତେ ପେଟ୍ରୋଲ କିଣିପାରିବେ? ଯୁଦ୍ଧ ଭିତରେ ଜାଣିନିଅନ୍ତୁ ନିୟମ…

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାରୁ ଏବଂ ଇନ୍ଧନ ଯୋଗାଣ ସମ୍ପର୍କରେ ଚିନ୍ତା ଜାରି ରହିଥିବାରୁ, ଭାରତର କିଛି ସ୍ଥାନରେ ପେଟ୍ରୋଲ ଏବଂ ଡିଜେଲର ଆତଙ୍କ କ୍ରୟ…

ଭାରତର ବଡ଼ ବାଜି: ଏବେ ରୁଷିଆରୁ ଆସିବ LNGର ଭଣ୍ଡାର!

ନୂଆଦିଲ୍ଲୀ/ମସ୍କୋ,୨୭।୩: ମଧ୍ୟପ୍ରାଚ୍ୟକୁ ଗ୍ରାସ କରୁଥିବା ବିନାଶକାରୀ ଅଶାନ୍ତିର ନିଆଁ ଏବେ ଭାରତର ରୋଷେଇ ଘରଠାରୁ ଆରମ୍ଭ କରି କାରଖାନା ପର୍ଯ୍ୟନ୍ତ ସବୁଠି ପହଞ୍ଚିଛି। ସାମ୍ପ୍ରତିକ ରଏଟର୍ସ ରିପୋର୍ଟ…

ଟେନ୍‌ସନ୍‌ରେ ଆମେରିକା: ଇରାନ ବିକଶିତ କରୁଛି ଏମିତି ଜିନିଷ

ଓ୍ବାଶିଂଟନ୍‌,୨୭।୩: ଯୁଦ୍ଧ ମଧ୍ୟରେ ଇରାନ ଏକ ଜ୍ୟାକେଟ ଯୁକ୍ତ ପରମାଣୁ ବୋମା ବିକଶିତ କରିପାରେ। ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏହି ଚିନ୍ତା ପ୍ରକାଶ କରିଛନ୍ତି। ଭାନ୍ସ…

ମୁଖ୍ୟମନ୍ତ୍ରୀଙ୍କୁ ଆଖି ବନ୍ଦ କରିବାକୁ କହିଲେ କୁନି ଝିଅ, ହାତରେ ଧରାଇ ଦେଲେ ଏମିତି ଜିନିଷ: Video ଦେଖିଲେ ଅଟକାଇ ପାରିବେନି ହସ

ଲକ୍ଷ୍ନୌ,୨୭।୩: ଗୋରଖନାଥ ମନ୍ଦିର ପରିସରରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ନିୟମିତ ପ୍ରାତଃଭ୍ରମଣ ସମୟରେ ଅତ୍ୟନ୍ତ ଭାବପ୍ରବଣ ଘଟଣା ଘଟିଥିଲା। କାନପୁରର ପାଞ୍ଚ ବର୍ଷୀୟା ଯଶସ୍ବିନୀ ସିଂ ମୁଖ୍ୟମନ୍ତ୍ରୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri