ସାରା ଓଡ଼ିଶାରେ ପହଞ୍ଚିଲା ମୌସୁମୀ

ଭୁବନେଶ୍ୱର,୨୪ା୬(ଅନିଲ ଦାସ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଶୁକ୍ରବାର ସମ୍ପୂର୍ଣ୍ଣ ଓଡ଼ିଶାରେ ପହଞ୍ଚତ୍ଛି। ଆକାଶ ମେଘାଚ୍ଛନ୍ନ ରହିବା ସହ କେତେକ ସ୍ଥାନରେ ବର୍ଷା ମଧ୍ୟ ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗର, ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁସାରେ ଶନିବାର କଟକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏହିସବୁ ଜିଲାରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବ ନେଇ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି। ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଅନୁଗୋଳ, କନ୍ଧମାଳ, ବୌଦ୍ଧ, ସୋନପୁର, ସମ୍ବଲପୁର, ଦେବଗଡ଼ ଓ ସୁନ୍ଦରଗଡ଼ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବା ନେଇ ପାଣିପାଗ ବିଭାଗ ୟେଲୋ ୱାର୍ନିଂ ଜାରି କରିଛି। ସେହିପରି ୨୫ ତାରିଖରେ କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ବୌଦ୍ଧ, ସମ୍ବଲପୁର, ସୋନପୁର, ବରଗଡ଼ ଓ ଝାରସୁଗୁଡ଼ାର କେତେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲାରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି। ଏହି ସମୟ ମଧ୍ୟରେ ମୟୂରଭଞ୍ଜ, ଯାଜପୁର, ଢେଙ୍କାନାଳ, କଟକ, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା ଓ ନୟାଗଡ଼ ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏହିସବୁ ଜିଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବା ନେଇ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି।
୨୬ ତାରିଖରେ ଅନୁଗୋଳ, ସମ୍ବଲପୁର, ସୋନପୁର, ବୌଦ୍ଧ, ବରଗଡ଼, ବଲାଙ୍ଗୀର ଓ କଳାହାଣ୍ଡି ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି। ସେହିପରି ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ଢେଙ୍କାନାଳ, କଟକ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ନୂଆପଡ଼ା ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲା ପାଇଁ ୟେଲୋ ୱାର୍ନିଂ ଜାରି କରାଯାଇଛି। ୨୭ ତାରିଖରେ ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ନିଂ ଜାରି କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଚାନ୍ଦବାଲିରେ ୨୦.୬ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ସେହିପରି ଗୋପାଳପୁରରେ ୨୪.୮ ମିଲିମିଟର, ହୀରାକୁଦ ୪୪.୨, ତାଳଚେର ୧୨, ଭବାନୀପାଟଣା ୧୨, କୋରାପୁଟ ୪୨.୫, ଫୁଲବାଣୀ ୩୯.୨, ମାଲକାନଗିରି ୪୯.୪, ଦାରିଙ୍ଗବାଡ଼ି ୧୬, ଛତ୍ରପୁର ୫୦.୪, ବୌଦ୍ଧ ୨୧, ପାରଳାଖେମୁଣ୍ଡି ୧୮.୮, ରାୟଗଡ଼ା ୧୬.୨, ଭଦ୍ରକ ୨୮.୩ ଏବଂ ଢେଙ୍କାନାଳରେ ୧୦ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?