ସବୁ ଜିଲାକୁ ଛୁଇଁଲା ମୌସୁମୀ: ଏହି ସବୁ ଜିଲାକୁ ପ୍ରବଳ ବର୍ଷା ଆଲର୍ଟ

ଭୁବନେଶ୍ୱର,୨୪ା୬(ବନ୍ଦନା ସେଠୀ): ରାଜ୍ୟର ଅବଶିଷ୍ଟ ଅଂଶକୁ ସ୍ପର୍ଶ କରିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ସ୍ଥିତି ଅନୁକୂଳ ଥିବାରୁ ମଙ୍ଗଳବାର ସମସ୍ତ ଜିଲାକୁ ମୌସୁମୀ ପ୍ରବେଶ କରିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହା ପ୍ରଭାବରେ ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ତେବେ କଟକ, ରାୟଗଡ଼ା, କୋରାପୁଟ, ଗଜପତି ଏବଂ ନୟାଗଡ଼ ଜିଲାକୁ ପ୍ରବଳ ବର୍ଷା ନେଇ ସତର୍କତା ଜାରି କରାଯାଇଛି। ଅନ୍ୟପକ୍ଷରେ ବଙ୍ଗୋପସାଗରରେ ଦୁଇଟି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଜୁନ୍‌ ୨୫ ବେଳକୁ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହା କ୍ରମଶଃ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହେବ। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ୨୫ରୁ ୨୭ ତାରିଖ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି। ସେହିପରି ୨୯ ତାରିଖରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ ଓ ଜୁଲାଇ ୨ରୁ ୪ ତାରିଖ ମଧ୍ୟରେ ଏହା ଲଘୁଚାପର ରୂପ ନେଇପାରେ। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଜାରି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ଇତିମଧ୍ୟରେ ମୌସୁମୀ ବର୍ଷା ସହ କୋହଲା ପାଗ ଯୋଗୁ ରାଜ୍ୟରେ ତାପମାତ୍ରା କମିବା ସହ ଥଣ୍ଡା ବାୟୁ ପ୍ରବାହିତ ହେଉଛି। ମଙ୍ଗଳବାର ସୋନପୁରରେ ସର୍ବାଧିକ ୩୯.୩ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିବାବେଳେ ନୂଆପଡା ୩୮, ହୀରାକୁଦ ୩୭.୪, ଝାରସୁଗୁଡା ଓ ବୌଦ୍ଧ ୩୭.୨, ସମ୍ବଲପୁର ୩୭, ଟିଟିଲାଗଡ଼ ୩୬.୭, ସୁନ୍ଦରଗଡ଼ ୩୬.୨ ଓ ଭୁବନେଶ୍ୱରରେ ତାପମାତ୍ରା ୩୨.୬ ଡିଗ୍ରୀ ରହିଥିଲା। ସେହିପରି ଗୋପାଳପୁରରେ ସବୁଠୁ କମ୍‌ ୨୯.୮ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୧୩ କୋଟିରୁ ଅଧିକ ଟଙ୍କାର ଗଞ୍ଜେଇ ଜବତ, ପୋଲିସକୁ ଦେଖି ଡ୍ରାଇଭର…

ଅମରପାଲି,୧୦ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ପୋଲିସକୁ ମିଳିଛି ବଡ଼ ସଫଳତା। ଏକ କଣ୍ଟେନରରୁ ୧୨ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ୧୩…

ଧାନବିକ୍ରି ପଞ୍ଜୀକରଣ ଆରମ୍ଭରୁ ଏଗ୍ରିଷ୍ଟାକ କଟକଣାକୁ ବିରୋଧ, ସବୁଠି ତେଜିଲା ଚାଷୀ ଅସନ୍ତୋଷ, ଆଜି ହେବ…

ବରଗଡ଼,୧୦ା୮(ପ୍ରେମାନନ୍ଦ ଖମାରୀ): ଧାନବିକ୍ରି ନେଇ ରାଜ୍ୟ ସରକାର ଦିନକୁ ଦିନ ଗୋଟିଏ ପରେ ଗୋଟିଏ ନିୟମ ଲାଗୁ କରୁଛନ୍ତି। ଏଥିପାଇଁ ପ୍ରତି ୬ମାସରେ ଥରେ ଚାଷୀ ପଞ୍ଜୀକରଣ…

କାର୍‌-ମୋଟରସାଇକେଲ ମୁହାଁମୁହିଁ, ୨ ଭାଇ ଗୁରୁତର, ପୂର୍ବତନ ବ୍ଲକ ଅଧ୍ୟକ୍ଷ ନିଜ କାର୍‌ରେ ନେଇ…

ପଟାଙ୍ଗି,୧୦ା୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଗିର୍ଲିଗୁଡ଼ା ଛକ ନିକଟରେ ମାରୁତି କାର୍‌ ସହ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ କାର୍‌ରେ…

କେବଳ ନଜର ନୁହେଁ

ପଶ୍ଚିମ ଏସିଆରେ ଉତ୍ତେଜନା କମୁନାହିଁ। ଆମେରିକା ଓ ଇସ୍ରାଏଲ ଆଗରେ ଇରାନ୍‌ ନଇଁବାକୁ ନାରାଜ। ବରଂ ମଧ୍ୟପ୍ରାଚ୍ୟରେ ଥିବା ଆମେରିକାର ସାମରିକ ଘାଟି ଉପରେ ତେହରାନ ଆକ୍ରମଣ…

ଆମେରିକାକୁ ଖୋଲା ଧମକ ଦେଇ କଡ଼ା ଭାଷାରେ ଇରାନ କହିଲା, ‘ଆମ ମାଟିରେ ପାଦ ରଖିଲେ, ଆମେ ତୁମର ଗୋଡ଼ କାଟି ଦେବୁ’

ତେହରାନ,୧୦।୮: ଇରାନ ଏବଂ ଆମେରିକା ମଧ୍ୟରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଇରାନ ସେନା ୱାଶିଂଟନକୁ ଏକ କଡ଼ା ଚେତାବନୀ ଦେଇଛି। ଇରାନ ସେନାର ସ୍ଥଳସେନାର କମାଣ୍ଡର ବ୍ରିଗେଡିୟର…

ବନ୍ଦ ହେବ ଯୁଦ୍ଧ! ହର୍ମୁଜ ପ୍ରଣାଳୀକୁ ପୁନର୍ବାର ଖୋଲାଯିବାକୁ ଟ୍ରମ୍ପ ଆଗ୍ରହୀ; ଆମେରିକା ପରମାଣୁ ପ୍ରସଙ୍ଗକୁ ସ୍ଥଗିତ ରଖିବାକୁ ଇଚ୍ଛୁକ

ଓ୍ବାଶିଂଟନ,୧୦।୮: ହର୍ମୁଜ ପ୍ରଣାଳୀକୁ ଜାହାଜ ଚଳାଚଳ ପାଇଁ ଖୋଲିବା ନେଇ ଇରାନ ଏବଂ ଓମାନ ମଧ୍ୟରେ ଆଲୋଚନା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ତଥାପି, ଇରାନ ସ୍ପଷ୍ଟ କରିଛି…

ଢେପାଗୁଡ଼ାରେ ପୁଣି ଭୂସ୍ଖଳନ, ୪ ପରିବାର ଅନ୍ୟତ୍ର ସ୍ଥାନାନ୍ତର

ରାଇକିଆ,୧୦ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ ଇନ୍ଦ୍ରଗଡ ପଞ୍ଚାୟତର ଢେପାଗୁଡ଼ା ଗ୍ରାମରେ ପୁଣି ଭୂସ୍ଖଳନ ହୋଇଛି। ଏହାକୁ ନେଇ ଗ୍ରାମବାସୀ ଭୟଭୀତ ହୋଇ ରହିଛନ୍ତି। ଗାଁକୁ…

ପୁଣି ଖୋଲିଲା ହୀରାକୁଦର ୪ ଗେଟ

ସମ୍ବଲପୁର,୯ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ରବିବାର ପୁଣି ଥରେ ବିପୁଳ ପରିମାଣର ବନ୍ୟାଜଳ ଜଳଭଣ୍ଡାରକୁ ପ୍ରବେଶ କରିବା ଆରମ୍ଭ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri