ଦକ୍ଷିଣ ଆଣ୍ଡାମାନରେ ମୌସୁମୀ

ଭୁବନେଶ୍ୱର,୨୦ା୫(ବ୍ୟୁରୋ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରର କିଛି ଅଂଶ, ନିକୋବର ଓ ଦକ୍ଷିଣ ଆଣ୍ଡାମାନ ଉପକୂଳକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିଛି। ଏ ନେଇ ଶୁକ୍ରବାର ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଟ୍ରପୋସ୍ପିୟର ତଳ ସ୍ତରରେ ଦକ୍ଷିଣ-ପଶ୍ଚିମ ଦିଗରୁ ବାୟୁ ପ୍ରବାହ ହେଉଥିବାରୁ ଗତ ୨୪ ଘଣ୍ଟା ମଧ୍ୟରେ ଉକ୍ତ ସ୍ଥାନଗୁଡ଼ିକରେ ବର୍ଷା ହେଉଛି। ଏଥିଯୋଗୁ ଦକ୍ଷିଣ-ପଶ୍ଚିମ ମୌସୁମୀ ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜ ନିକଟକୁ ଅଗ୍ରସର ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।
ଅନ୍ୟପକ୍ଷରେ ଚଳିତ ବର୍ଷ ରାଜ୍ୟକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ପ୍ରବେଶ ବିଳମ୍ବ ହେବା ନେଇ ପୂର୍ବାନୁମାନ କରାଯାଉଛି। ଜୁନ୍‌ ୧୦ ବଦଳରେ ଆଉ ଏକ ସପ୍ତାହ ଗଡ଼ିଯିବା ସମ୍ଭାବନା ରହିଛି। ଜୁନ୍‌ ୧୫ ଯାଏ ରାଜ୍ୟରେ ତାତିର ପ୍ରକୋପ ଜାରି ରହିବ। ଏହି ସମୟରେ ରାଜ୍ୟରେ ସର୍ବୋଚ୍ଚ ତାପମାତ୍ରା ୩୬ ଡିଗ୍ରୀ ସେଲ୍‌ସିୟସ ରହିବା ନେଇ ପୂର୍ବାନୁମାନ କରାଯାଉଛି। ତାପମାତ୍ରା ନ କମିଲେ ରାଜ୍ୟକୁ ମୌସୁମୀ ପ୍ରବେଶ କରିବା ସମ୍ଭବ ହେବ ନାହିଁ। ଓଡ଼ିଶାକୁ ମୌସୁମୀ ଆସିବା ବେଳକୁ ଜୁନ୍‌ ୧୬ କିମ୍ବା ୧୭ ହେବ ବୋଲି ପାଣିପାଗ ବିଶେଷଜ୍ଞ ପୂର୍ବାନୁମାନ କରୁଛନ୍ତି। ସାଧାରଣତଃ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ମେ’ ୨୦ ତାରିଖ ସୁଦ୍ଧା ଆଣ୍ଡାମାନ, ନିକୋବର ଉପକୂଳକୁ ଆସିବା ବେଳେ ଜୁନ୍‌ ୩ରୁ ୪ ତାରିଖ ମଧ୍ୟରେ କେରଳ ଉପକୂଳକୁ ପ୍ରବେଶ କରିଥାଏ।
ଅନ୍ୟପକ୍ଷରେ ଗତ କିଛିଦିନ ହେବ ରାଜ୍ୟରେ ତାତି ସହିତ କାଳବୈଶାଖୀଜନିତ ବର୍ଷା ଜାରି ରହିଛି। ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଉପକୂଳରେ ଝଡ଼ବର୍ଷା ପରିବେଶକୁ ଥଣ୍ଡା କରି ଦେଉଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁଯାୟୀ, ବଲାଙ୍ଗୀରରେ ସର୍ବୋଚ୍ଚ ତାପମାତ୍ରା ୪୩.୭ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବାବେଳେ ସୋନପୁର ୪୩, ସମ୍ବଲପୁର ୪୩, ବୌଦ୍ଧ ୪୨.୮, ଝାରସୁଗୁଡ଼ା ୪୨.୬, ରାଉରକେଲା ୪୨.୨, ନୂଆପଡ଼ା, ୪୨, ବରଗଡ଼ ୪୨, ବାରିପଦା ୪୧, ଦେବଗଡ଼ ୪୧, ହୀରାକୁଦ ୪୦.୯, ତାଳଚେର ୪୦.୮, ଟିଟିଲାଗଡ଼ ୪୦.୫, ଭବାନୀପାଟଣା ୪୦.୫, ଫୁଲବାଣୀ ୪୦.୫, ଅନୁଗୋଳ ୪୦.୧ ଏବଂ ଭଦ୍ରକରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲାରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। କାଳବୈଖାଖୀଜନିତ ଝଡ଼ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତହସିଲଦାରଙ୍କୁ ବିଧାୟିକା ସ୍ବାମୀଙ୍କ ହତ୍ୟା ଧମକ ମାମଲା: ୱାରେଣ୍ଟ ପାଇଁ କୋର୍ଟରେ ଆବେଦନ କଲା ପୋଲିସ

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ): ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରିବା ଏବଂ ତହସିଲଦାରଙ୍କୁ ହତ୍ୟା ଧମକ ଦେବା ଅଭିଯୋଗରେ କଳାହାଣ୍ଡି ଜିଲା ନର୍ଲା ବିଜେଡି ବିଧାୟିକା ମନୋରମା…

ପାକିସ୍ତାନର ଖୋଲିଗଲା ପୋଲ୍‌: ଯୁଦ୍ଧ ନାଁରେ କରୁଛି ଏହି କାମ, ସାମ୍ନାକୁ ଆସିଲା ସାଂଘାତିକ କଥା

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ଚାଲିଥିବା ସଂଘର୍ଷରେ ଯୁଦ୍ଧବିରାମ ପାଇଁ ପାକିସ୍ତାନ ପଦକ୍ଷେପ ନେଉଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ମଧ୍ୟରେ ପାକିସ୍ତାନ ନିଜକୁ ଏକ ଶାନ୍ତି…

କାଳବୈଶାଖୀ: ରାସ୍ତାରେ ପଡ଼ିଲା ଗଛ, ଭାଙ୍ଗିଲା ଘର

ନନ୍ଦପୁର,୩୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଓ ଲମତାପୁଟ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି। ଘୂର୍ଣ୍ଣିଝଡ଼ ଓ ପ୍ରବଳ ବର୍ଷା ଯୋଗୁ…

ଇରାନକୁ ଭୟଙ୍କର ଧମକ ଦେଲେ ଟ୍ରମ୍ପ, ଶୁଣିକି ଥରହର ହେଲା…..

ତେହରାନ,୩୦ା୩: ଇରାନ ସହିତ ଚାଲିଥିବା ସାମରିକ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଏକ ଧମକ ଦେଇଛନ୍ତି। ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ ଭାବରେ…

ଟୋକନ ଅବଧି ନେଇ ମୁହଁ ଖୋଲିଲେ ଶାରଦା: କହିଲେ ଦୁଇ ଦିନରେ…

ଭୁବନେଶ୍ୱର,୩୦।୩: ଟୋକନ ଅବଧି ନେଇ ମୁହଁ ଖୋଲିଲେ ବିଜେଡି ବିଧାୟକ ଶାରଦା ଜେନା। ସେ କହିଛନ୍ତି, ୭ ଦିନ ବୃଦ୍ଧି କରିବାକୁ ଦାବି କରିଥିଲୁ। ଧନ୍ୟବାଦ ସେ…

ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କରାଜ, ୭୦ରୁ ଅଧିକ ଲୋକଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୦ା୩: ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କର ରାଜତ୍ୱ ଦେଖିବାକୁ ମିଳିଛି । ସୋମବାର ଦିନ ଜଣେ ପୋଲିସ ମୁଖପାତ୍ର ନିଶ୍ଚିତ କରିଛନ୍ତି ଯେ ରାଜଧାନୀର ଉପକଣ୍ଠରେ ଅବସ୍ଥିତ…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଶାହରୁଖ ଖାନ୍‌: ସିନେ ଇଣ୍ଡଷ୍ଟ୍ରିରେ ପଡ଼ିଗଲା ଚହଳ

ମଧ୍ୟପ୍ରାଚରେ ଚାଲିଥିବା ଯୁଦ୍ଧ ସାରା ବିଶ୍ୱରେ ପ୍ରଭାବ ପକାଇଛି। କେବଳ ଘରୋଇ ବଜାରରେ ନୁହେଁ ବରଂ ସିନେ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବଲିଉଡ…

ସ୍ତ୍ରୀଙ୍କ ତଣ୍ଟିଚିପି ମାରିଦେଇଥିଲେ ସ୍ବାମୀ: ମିଳିଲା ଏମିତି ଦଣ୍ଡ

ଗୁଣପୁର,୩୦।୩(ସୁଜାତା ପାଢ଼ୀ): ସ୍ତ୍ରୀ ହତ୍ୟା ମାମଲାରେ ସ୍ବାମୀଙ୍କୁ ଆଜୀବନ ସଶ୍ରମ କାରାଦଣ୍ଡ ହୋଇଛି। ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଗାଦିଆଖଳା ପଞ୍ଚାୟତ ବାୟାଗୁଡ଼ା ଗ୍ରାମର ସୁରେନ୍ଦ୍ର ଶବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri