
ପୁରୀ,୫।୭: ସାରା ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏହାର ପ୍ରଭାବରେ ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେଉଛି। ଆଗାମୀ ୨୪ ଘଣ୍ଟାରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି। ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଏହାର ଆଖପାଖରେ ସୃଷ୍ଟି ସମ୍ଭାବନା ରହିଛି।
ରବିବାର ବିଭିନ୍ନ ଜିଲାକୁ ବର୍ଷା ଓ ବଜ୍ରପାତ ନେଇ ସତର୍କ କରାଯାଇଛି।
ଏ ନେଇ ସୁନ୍ଦରଗଡ଼, ଝାରସୁଗୁଡ଼ା ଓ କେନ୍ଦୁଝର ଜିଲାକୁ ଅରେଞ୍ଜ ୱାର୍ନିଂ ଜାରି ହୋଇଛି। ଏହା ସହ ୧୪ ଜିଲାକୁ ପ୍ରବଳ ବର୍ଷା ଓ ବଜ୍ରପାତ ନେଇ ୟେଲୋ ଆଲର୍ଟ କରାଯାଇଛି।