ଫେରିଗଲା ମୌସୁମୀ

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ): ଓଡ଼ିଶାରୁ ଗୁରୁବାର ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନ କରିଛି। ରାଜ୍ୟର ୨୫ଟି ଜିଲାରୁ ମୌସୁମୀ ଫେରି ଯାଇଥିବାବେଳେ ବାକି ୫ଟି ଜିଲାରୁ ଆସନ୍ତା ୨ ଦିନ ମଧ୍ୟରେ ଫେରିଯିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ ରାଜ୍ୟର ୧୯ଟି ଜିଲାରୁ ଦକ୍ଷିଣ-ପଶ୍ଚିମ
ମୌସୁମୀ ବାୟୁ ସମ୍ପୂର୍ଣ୍ଣ ପ୍ରତ୍ୟାବର୍ତ୍ତନ କରିଛି। ସେହି ଜିଲାଗୁଡ଼ିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ସୋନପୁର, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, ବାଲେଶ୍ୱର, ଭଦ୍ରକ, ଜଗତ୍‌ସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, କଟକ ଓ ନୟାଗଡ଼। ଖୋର୍ଦ୍ଧା, ପୁରୀ, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ ଓ ଗଞ୍ଜାମ ଜିଲାରୁ ମୌସୁମୀ ଆଂଶିକ ପ୍ରତ୍ୟାହାର ହୋଇଛି। ଏବେ କେବଳ ନବରଙ୍ଗପୁର, ରାୟଗଡ଼ା, ଗଜପତି, କୋରାପୁଟ ଓ ମାଲକାନଗିରି ଜିଲାରେ ମୌସୁମୀ ବାୟୁ ସକ୍ରିୟ ରହିଛି। ଆସନ୍ତା ୨ଦିନ ମଧ୍ୟରେ ଏହି ସବୁ ଜିଲାରୁ ପ୍ରତ୍ୟାବର୍ତ୍ତନ ନିମନ୍ତେ ଅନୁକୂଳ ପରିବେଶ ରହିଛି ବୋଲି ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଚଳିତ ବର୍ଷ ରାଜ୍ୟରେ ମୌସୁମୀ ବର୍ଷା ସ୍ବାଭାବିକ ହୋଇଛି। ଅକ୍ଟୋବରରେ ମଧ୍ୟ ମୌସୁମୀ ଭଲ ବର୍ଷା ଦେଇଛି। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେବାର ଆଶଙ୍କା ରହିଛି। ଏହାର ପ୍ରଭାବରେ ଉପକୂଳବର୍ତ୍ତୀ ଜିଲାରେ ୨୩ରୁ ବର୍ଷା ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଲଟିଲା ଗୋରୁ ବୋଝେଇ କ୍ୟାଣ୍ଟର: ୫୦ରୁ ଉର୍ଦ୍ଧ୍ୱ ଗୋରୁ ମୃତ

କୋଟପାଡ଼,୨୦।୧୨(କେ. ରାଜଶେଖର ରାଓ): କୋରାପୁଟ ଜ଼ିଲା କୋଟପାଡ଼ରେ ଘୁମର ପଞ୍ଚାୟତ ପୂର୍ତ୍ତ ବିବାଗ ଜୟପୁରକୁ ସଂଯୋଗ କରୁଥିବା ରାସ୍ତା ଉପରେ ଏକ ଗୋରୁ ବୋଝେଇ କ୍ୟାଣ୍ଟର...

ଅଧାପନ୍ତରିଆ ଭିତ୍ତିଭୂମି, ପର୍ଯ୍ୟଟକ ନିରାଶ, ଜରାଜୀର୍ଣ୍ଣ ଅବସ୍ଥାରେ…

ଯାଜପୁର,୨୦ା୧୨(ହର୍ଷବର୍ଦ୍ଧନ ବେହେରା): ଏବେ ପିକ୍‌ନିକ୍‌ ଋତୁ। ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ ସ୍ବତନ୍ତ୍ର ସ୍ଥାନ ଲାଭ କରିଥିବା ଯାଜପୁର ଜିଲାର ବିଭିନ୍ନ ପର୍ଯ୍ୟଟନସ୍ଥଳୀକୁ ପର୍ଯ୍ୟଟକମାନେ ବୁଲିବାକୁ ଆସୁଛନ୍ତି।...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ ମହିଳା: ଧୋକା ମିଳିବା ପରେ ପୁଣି ଫେରିଲେ ଶାଶୁଘରକୁ, ତା’ପରେ ଯାହା ଘଟିଲା…

ଇନ୍ଦୋର,୨୦।୧୨: ମଧ୍ୟପ୍ରଦେଶର ଇନ୍ଦୋରରେ ଜଣେ ମହିଳା ପ୍ରଥମେ ତାଙ୍କ ସ୍ବାମୀଙ୍କୁ ପ୍ରତାରଣା କରିଥିଲେ ଏବଂ ପରେ ନିଜେ ପ୍ରତାରଣାର ଶିକାର ହୋଇଥିଲେ। ସେ ତାଙ୍କ ପ୍ରେମିକ...

୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...

ମାଲାୟାଲମ୍ ଅଭିନେତା-ନିର୍ଦ୍ଦେଶକ ଶ୍ରୀନିବାସନଙ୍କ ପରଲୋକ, ୨୦୦ରୁ ଅଧିକ ଚଳଚ୍ଚିତ୍ରରେ କରିଥିଲେ ଅଭିନୟ

ନୂଆଦିଲ୍ଲୀ,୨୦ା୧୨: ମାଲାୟାଲମ ସିନେମା ଅଭିନେତା-ନିର୍ଦ୍ଦେଶକ ଶ୍ରୀନିବାସନଙ୍କ ଦେହାନ୍ତ ହୋଇଛି । ସ୍ୱାସ୍ଥ୍ୟଗତ ସମସ୍ୟା ହେତୁ ସେ କିଛି ଦିନ ହେବ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ...

ଟେଷ୍ଟ କ୍ରିକେଟ୍‌ରେ ଏମିତି ବିଶ୍ୱରେକର୍ଡ: ପୂର୍ବରୁ କେବେ ହୋଇ ନ ଥିଲା…

ମାଉଣ୍ଟ ମାଉଙ୍ଗାନୁଇ,୨୦।୧୨: ମାଉଣ୍ଟ ମାଉଙ୍ଗାନୁଇରେ ଖେଳାଯାଉଥିବା ନ୍ୟୁଜିଲାଣ୍ଡ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ତୃତୀୟ ଟେଷ୍ଟ ଏକ ରୋମାଞ୍ଚକର ଘଟଣା ପାଲଟିଛି। ଆୟୋଜକ ନ୍ୟୁଜିଲାଣ୍ଡ ଦ୍ୱିତୀୟ ଦିନରେ...

ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଚଢ଼ାଉ, ଏକକାଳୀନ ୫ଟି ସ୍ଥାନରେ ରେଡ୍

ଜଗତସିଂହପୁର: ସକାଳୁ ସକାଳୁ ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଜଗତସିଂହପୁର ଫରେଷ୍ଟ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ଆୟ ବହିର୍ଭୂତ ସଂପତ୍ତି...

କାର୍‌ରେ ଗଞ୍ଜେଇ ଚାଲାଣ କରୁଥିଲେ ଦମ୍ପତି, ମାଡିବସିଲା ପୋଲିସ, ତା’ପରେ…

ମୋହନା,୨୦।୧୨( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ଥାନା ନଳାଘାଟ ଗାଁ ନିକଟରେ କାର୍‌ ସହ ୨୬ କିଲୋ ଗଞ୍ଜେଇ ଜବତ ହୋଇଛି। ଗଞ୍ଜେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri