ଫେରିଗଲା ମୌସୁମୀ

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ): ଓଡ଼ିଶାରୁ ଗୁରୁବାର ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନ କରିଛି। ରାଜ୍ୟର ୨୫ଟି ଜିଲାରୁ ମୌସୁମୀ ଫେରି ଯାଇଥିବାବେଳେ ବାକି ୫ଟି ଜିଲାରୁ ଆସନ୍ତା ୨ ଦିନ ମଧ୍ୟରେ ଫେରିଯିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ ରାଜ୍ୟର ୧୯ଟି ଜିଲାରୁ ଦକ୍ଷିଣ-ପଶ୍ଚିମ
ମୌସୁମୀ ବାୟୁ ସମ୍ପୂର୍ଣ୍ଣ ପ୍ରତ୍ୟାବର୍ତ୍ତନ କରିଛି। ସେହି ଜିଲାଗୁଡ଼ିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ସୋନପୁର, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, ବାଲେଶ୍ୱର, ଭଦ୍ରକ, ଜଗତ୍‌ସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, କଟକ ଓ ନୟାଗଡ଼। ଖୋର୍ଦ୍ଧା, ପୁରୀ, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ ଓ ଗଞ୍ଜାମ ଜିଲାରୁ ମୌସୁମୀ ଆଂଶିକ ପ୍ରତ୍ୟାହାର ହୋଇଛି। ଏବେ କେବଳ ନବରଙ୍ଗପୁର, ରାୟଗଡ଼ା, ଗଜପତି, କୋରାପୁଟ ଓ ମାଲକାନଗିରି ଜିଲାରେ ମୌସୁମୀ ବାୟୁ ସକ୍ରିୟ ରହିଛି। ଆସନ୍ତା ୨ଦିନ ମଧ୍ୟରେ ଏହି ସବୁ ଜିଲାରୁ ପ୍ରତ୍ୟାବର୍ତ୍ତନ ନିମନ୍ତେ ଅନୁକୂଳ ପରିବେଶ ରହିଛି ବୋଲି ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଚଳିତ ବର୍ଷ ରାଜ୍ୟରେ ମୌସୁମୀ ବର୍ଷା ସ୍ବାଭାବିକ ହୋଇଛି। ଅକ୍ଟୋବରରେ ମଧ୍ୟ ମୌସୁମୀ ଭଲ ବର୍ଷା ଦେଇଛି। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେବାର ଆଶଙ୍କା ରହିଛି। ଏହାର ପ୍ରଭାବରେ ଉପକୂଳବର୍ତ୍ତୀ ଜିଲାରେ ୨୩ରୁ ବର୍ଷା ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ବିଜେଡିକୁ ଶକ୍ତ ଧକ୍କା: ଭାଜପାରେ ମିଶିଲେ ବିଜେଡି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର

କେନ୍ଦୁଝର,୩୦।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ବରୋଦା ପ୍ରସନ୍ନ ଦାସଙ୍କ ସମେତ ଆଠ ଜଣ କାଉନସିଲର ସୋମବାର ବିଧିବଦ୍ଧ ଭାବେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri