ଫେରିଲା ମୌସୁମୀ

ଭୁବନେଶ୍ୱର,୧୩।୧୦(ଅନିଲ ଦାସ): ଦକ୍ଷିଣ- ପଶ୍ଚିମ ମୌସୁମୀ ବାୟୁ ରାଜ୍ୟରୁ ଫେରିବା ଆରମ୍ଭ କରିଛି। ଗୁରୁବାର ଓଡ଼ିଶାର କିଛି ଅଂଶରୁ ମୌସୁମୀ ଅପସରିଯାଇଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ଦିନେ ୨ ଦିନରେ ରାଜ୍ୟରୁ ମୌସୁମୀ ସମ୍ପୂର୍ଣ୍ଣ ବିଦାୟ ନେବ। ଜୁନ୍‌ ପହିଲାରୁ ସେପ୍ଟେମ୍ବର ୩୦ ମଧ୍ୟରେ ରାଜ୍ୟରେ ସ୍ବାଭାବିକ ବର୍ଷା ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା। ତେବେ ପୁରୀ, ମାଲକାନଗିରି, କେନ୍ଦ୍ରାପଡା ଭଳି ଜିଲା ଶୁଷ୍କ ରହିଗଲା। ପାଣିପାଗ ବିଭାଗ ସୂଚନା ଅନୁଯାୟୀ ଜୁନ୍‌ରେ ସ୍ବାଭାବିକଠାରୁ ୧୬.୬ ପ୍ରତିଶତ କମ୍‌ ବର୍ଷା ହୋଇଥିବା ବେଳେ ଜୁଲାଇରେ ୨୩.୩ ଏବଂ ଅଗଷ୍ଟରେ ୪୪.୭ ମିଲିମିଟର ବର୍ଷା କମ୍‌ ହୋଇଥିଲା। ତେବେ ସେପ୍ଟେମ୍ବରରେ ହୋଇଥିବା ଅଧିକ ବର୍ଷା କିଛି ପରିମାଣରେ ଭରଣା କରିଥିଲା। ଅନ୍ୟପକ୍ଷରେ ଆଶ୍ୱିନ ମାସରେ ଗ୍ରୀଷ୍ମର ତାତି ବୃଦ୍ଧି ପାଇଛି। ଦିନର ତାପମାତ୍ରା ସ୍ବାଭାବିକଠାରୁ ୫ରୁ ୬ ଡିଗ୍ରୀ ସେଲ୍‌ସିୟସ ଉପରେ ରହୁଛି। ପୂର୍ବାହ୍ନ ୧୧ଟା ବେଳକୁ ଅଧିକାଂଶ ସହରର ତାପମାତ୍ରା ୩୫ ଡିଗ୍ରୀ ଉପରେ ରହୁଛି। ଗତ ୨୪ ଘଣ୍ଟାରେ ୭ ସହରର ତାପମାତ୍ରା ୩୬ ଡିଗ୍ରୀ ଉପରେ ରହୁଛି। ଅନୁଗୋଳଠାରେ ଦିନର ସର୍ବୋଚ୍ଚ ତାପମାତ୍ରା ୩୬.୭ ଡିଗ୍ରୀ ଉପରେ ରହୁଥିବା ବେଳେ ଚାନ୍ଦବାଲି ୩୬.୪, ଝାରସୁଗୁଡା ୩୬, ପୁରୀରେ ୩୬.୨ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ଆସନ୍ତା ୨୦ ତାରିଖ ଯାଏ ତାତିରୁ ନିସ୍ତାର ମିଳିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍‌ ଆରମ୍ଭ ପୂର୍ବରୁ ହଇଚଇ

ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍‌ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି।…

ମମତାଙ୍କ ପାଇଁ ଭାଜପାର ‘ଚକ୍ରବ୍ୟୁହ’: ଏପଟେ ଶୁଭେନ୍ଦୁ, ସେପଟେ ହୁମାୟୁନଙ୍କ ମୁସଲିମ୍‌ କାର୍ଡ, ଅସୁବିଧା…

କୋଲକାତା,୧୯।୩: ପଶ୍ଚିମବଙ୍ଗ ରାଜନୀତିରେ ଗୁରୁବାର ଏକ ବଡ଼ ଧରଣର ହଲଚଲ ଦେଖିବାକୁ ମିଳିଛି। ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଭବାନୀପୁର ଆସନ ଏବେ ହଟ୍‌ସ୍ପଟ ପାଲଟିଛି। ମୁଖ୍ୟମନ୍ତ୍ରୀ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ତାରାତାରିଣୀ ପୀଠରେ ବାସନ୍ତିକ ନବରାତ୍ରୀ ଉତ୍ସବ ଆରମ୍ଭ: ବେଦମନ୍ତ୍ରରେ ପ୍ରକମ୍ପିତ ରତ୍ନଗିରି ପାହାଡ଼

ପୁରୁଷୋତ୍ତମପୁର,୧୯।୩(ସବିତା ମିଶ୍ର): ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ଶକ୍ତିପୀଠ ତଥା ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଗୁରୁବାର ରାତିରୁ ମହାସମାରୋହରେ ଆରମ୍ଭ ହୋଇଛି ବାସନ୍ତିକ…

ଆମେରିକାକୁ ଟାର୍ଗେଟ କରିପାରେ ପାକିସ୍ତାନର…! ଗୁପ୍ତଚର ସଂସ୍ଥା ମୁଖ୍ୟଙ୍କ ବୟାନ ପରେ ବିଶ୍ୱରେ ଚାଞ୍ଚଲ୍ୟ

ୱାଶିଂଟନ/ଇସଲାମାବାଦ,୧୯।୩: ଆମେରିକାର ଶୀର୍ଷ ଗୁପ୍ତଚର ସଂସ୍ଥାର ମୁଖ୍ୟ ତୁଲସୀ ଗବାର୍ଡଙ୍କ ଏକ ବିସ୍ଫୋରକ ବୟାନ ଏବେ ସାରା ବିଶ୍ୱର ଦୃଷ୍ଟି ଆକର୍ଷଣ କରିଛି। ପାକିସ୍ତାନ ଏବେ ଏଭଳି…

ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କୁ ମିଳିବ ସମ୍ମାନଜନକ ‘ଡିଜିପି ଡିସ୍କ ଆୱାର୍ଡ’,ଛୁଟିଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୧୯।୩(ଦିଲ୍ଲୀପ ସାମଲ): ପୋଲିସ ସେବାରେ ନିଜର ଉଲ୍ଲେଖନୀୟ କୃତିତ୍ୱ ଓ ଦକ୍ଷତା ପାଇଁ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (SP) ଶୁଭେନ୍ଦୁ କୁମାର ପାତ୍ର ‘ଡିଜିପି ଡିସ୍କ ଆୱାର୍ଡ’…

IPL 2026 ପୂର୍ବରୁ CSKକୁ ବଡ଼ ଝଟ୍‌କା, ପୁରା ସିଜନ୍‌ରୁ ବାଦ୍‌ ପଡ଼ିଲେ ଘାତକ ବୋଲର୍‌…

ନୂଆଦିଲ୍ଲୀ,୧୯।୩: ଗତ ସିଜନର ଖରାପ ପ୍ରଦର୍ଶନକୁ ପଛରେ ପକାଇ ଆଇପିଏଲ୍‌ ୨୦୨୬ରେ ନୂଆ ଆଶା ଓ ଉତ୍ସାହ ସହ ପଡ଼ିଆକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଥିବା ଚେନ୍ନାଇ ସୁପର…

ଭତ୍ତା ନେବାକୁ ଆସିଥିଲେ ଲୋକେ, ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଆଉ ତା’ ପରେ…

ଦିଗପହଣ୍ଡି,୧୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଜକର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଅପରାହ୍ନରେ ମହୁମାଛି ଆକ୍ରମଣରେ ୪ ଜଣ ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri