୯ରେ ଦକ୍ଷିଣ ଓଡ଼ିଶା ଛୁଇଁପାରେ ମୌସୁମୀ

ଭୁବନେଶ୍ୱର,୮ା୬(ଅନିଲ ଦାସ): ଆସନ୍ତା ୨-୩ ଦିନ ମଧ୍ୟରେ ରାଜ୍ୟକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିବା ସମ୍ଭାବନା ରହିଛି । ଏଥିପାଇଁ ପାଗ ଅନୁକୂଳ ହୋଇଛି । ମୌସୁମୀ ପ୍ରଥମେ ଦକ୍ଷିଣ ଓଡ଼ିଶାର କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା ଆଦି ଜିଲାର କେତେକ ଭାଗରେ ପ୍ରବେଶ କରିବ। ୯ ଓ ୧୦ ତାରିଖରେ ଉକ୍ତ ଜିଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ତେବେ ୧୧ରୁ ଏହା ଦୁର୍ବଳ ହୋଇଯିବ। ଆସନ୍ତା ୧୭ ତାରିଖ ଯାଏ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବାକୁ ଥିବାରୁ ମୌସୁମୀ ଅଗ୍ରସର ପାଇଁ ପାଗ ଅନୁକୂଳ ହେବ ନାହିଁ। ଏହି ସମୟରେ ଦିନର ସର୍ବୋଚ୍ଚ ତାପମାତ୍ରା ୪୩ରୁ ୪୪ ଡିଗ୍ରୀକୁ ଛୁଇଁବା ସମ୍ଭାବନା ରହିଛି । ଆସନ୍ତା ୧୮ ଏବଂ ୧୯ ତାରିଖରେ ପାଗ ଅନୁକୂଳ ରହିବ। ବାଂଲାଦେଶ ଏବଂ ପଶ୍ଚିମବଙ୍ଗ ଉପକୂଳରେ ଘୂର୍ଣ୍ଣିବଳୟ ରହିଛି। ଏହା ଲଘୁଚାପ ରୂପ ନେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ମୌସୁମୀ ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ଜିଲାରେ ପ୍ରବେଶ କରିବା ସମ୍ଭାବନା ରହିଛି। ପାଗ ଅନୁକୂଳ ହେବା ପରେ ରାଜ୍ୟର ଅନ୍ୟ ଭାଗକୁ ମୌସୁମୀ ପ୍ରବେଶ କରିବ।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ହେବାକୁ ଥିବାବେଳେ ଉପକୂଳ ଓଡ଼ିଶାରେ ଗରମ ସାଙ୍ଗକୁ ଗୁଳୁଗୁଳି ହେବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁଯାୟୀ, ବରଗଡ଼, ବଲାଙ୍ଗୀର ଏବଂ ନୂଆପଡ଼ା ଜିଲାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ହେବ। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲାରେ ଗରମ ସାଙ୍ଗକୁ ଆର୍ଦ୍ରତା ବୃଦ୍ଧି ପାଇବ। ଅସହ୍ୟ ଗୁଳୁଗୁଳି ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଦିଆଯାଇଛି। ତେବେ ଏହି ସମୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଜପତି, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ ଏବଂ ଢେଙ୍କାନାଳ ଆଦି ଜିଲାରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହିତ ରାଜ୍ୟର ବିଭିନ୍ନ ଭାଗରେ ଆସନ୍ତା ୧୧ ତାରିଖ ଯାଏ ଗ୍ରୀଷ୍ମ ପ୍ରବାହ ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି…

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ହକି ତାରକା ମନପ୍ରୀତଙ୍କ ରେକର୍ଡ, ଫିଟନେସ ପାଇଁ କୋହଲିଙ୍କୁ ଦେଲେ ଶ୍ରେୟ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ହକି ତାରକା ମନପ୍ରୀତ ସିଂ ନିକଟରେ ଭାରତ ପକ୍ଷରୁ ସର୍ବାଧିକ ୪୧୩ ମ୍ୟାଚ ଖେଳିବାର ରେକର୍ଡ ଅର୍ଜନ କରିଛନ୍ତି। ମନପ୍ରୀତ ପୂର୍ବତନ ଅଧିନାୟକ…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

ଭାଜପା ସହ ବଡ଼ ଗେମ ଖେଳିଦେଲେ ଡିକେ ଶିବକୁମାର! କ୍ରସ-ଭୋଟିଂ କରି ୫ ଆସନ ହାସଲ କଲେ

ବେଙ୍ଗାଲୁରୁ,୧୮।୬: ଡି.କେ. ଶିବକୁମାର କର୍ନାଟକର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ନିର୍ବାଚନୀ ପ୍ରତିଯୋଗିତାରେ, ଗୁରୁବାର (ଜୁନ ୧୮, ୨୦୨୬) ଶାସକ କଂଗ୍ରେସ ଦଳ ସାତଟି ବିଧାନସଭା ପରିଷଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri