Posted inଜାତୀୟ

୮ ରାଜ୍ୟରେ ବର୍ଷା-ବନ୍ୟାର ବିଭିଷିକା, ୨୪ ଘଣ୍ଟାରେ ୪୪ ମୃତ୍ୟୁ, ଉଦ୍ଧାର କାର୍ଯ୍ୟରେ ଏନଡିଆରଏଫର ୩୯ ଟିମ

ନୂଆଦିଲ୍ଲୀ,୧୧।୭: ମୂଷଳଧାରାରେ ବର୍ଷା ହେବା ଫଳରେ ଉତ୍ତର ଭାରତର ୭ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ରାଜଧାନୀ ଦିଲ୍ଲୀରେ ବହୁ କ୍ଷୟକ୍ଷତି ହୋଇଛି। ହିମାଚଳ ପ୍ରଦେଶ, ପଞ୍ଜାବ, ଜମ୍ମୁ-କାଶ୍ମୀର, ଉତ୍ତରାଖଣ୍ଡ, ହରିୟାଣା, ରାଜସ୍ଥାନ ଏବଂ ଦିଲ୍ଲୀରେ ସମସ୍ତ ପ୍ରମୁଖ ନଦୀଗୁଡିକରେ ବନ୍ୟା ଜଳ ପ୍ରବାହିତ ହେଉଛି। ଏହି ଲଗାଣ ବର୍ଷାରେ ଭୂସ୍ଖଳନ ସହ ରାସ୍ତା ମଧ୍ୟ ଧୋଇଯାଉଛି। ଗତ ୨୪ଘଣ୍ଟା ମଧ୍ୟରେ ବିଭିନ୍ନ ରାଜ୍ୟରେ ବର୍ଷା ଓ ବନ୍ୟା ଯୋଗୁ ୪୪ରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇତିବା ସୂଚନା ମିଳିଛି। ହିମାଚଳରେ ୨୦ଜଣଙ୍କର ମୃତ୍ୟୁ ହୋଇଛି। ଅନ୍ୟପକ୍ଷରେ ଉତ୍ତରପ୍ରଦେଶରେ ମଧ୍ୟ ବର୍ଷା ଯୋଗୁ ୮ଜଣଙ୍କର ମୃତ୍ୟୁ ଘଟିଛି।
ଜମ୍ମୁ-କାଶ୍ମୀର, ହିମାଚଳ ପ୍ରଦେଶ ଏବଂ ଉତ୍ତରାଖଣ୍ଡରେ ଜାତୀୟ ରାଜପଥ ଏବଂ ରାଜ୍ୟ ରାଜପଥ ସମେତ ୯୦୦ରୁ ଅଧିକ ରାସ୍ତା ବନ୍ଦ ରହିଛି। ହଜାର ହଜାର ଲୋକ ରାସ୍ତାରେ ଫସି ରହିଛନ୍ତି। ଦିଲ୍ଲୀରେ ମଧ୍ୟ ଯମୁନା ସୋମବାର ବିପଦ ସଙ୍କେତ ଅତିକ୍ରମ କରିଛନ୍ତି। ତଳିଆ ଅଞ୍ଚଳରୁ ଲୋକମାନଙ୍କୁ ସ୍ଥାନାନ୍ତର କରାଯାଉଛ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବରିଷ୍ଠ ମନ୍ତ୍ରୀ ଓ ଅଧିକାରୀଙ୍କ ସହ ଏକ ବୈଠକରେ ବର୍ଷା ଓ ବନ୍ୟା ପରିସ୍ଥିତିକୁ ଅନୁଧ୍ୟାନ କରିଛନ୍ତି। ପ୍ରଭାବିତ ଲୋକଙ୍କୁ ସାହାଯ୍ୟ କରିବା ପାଇଁ ସମସ୍ତ ଆବଶ୍ୟକୀୟ ପଦକ୍ଷେପ ନେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ହିମାଚଳପ୍ରଦେଶ ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁ ଏବଂ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମିଙ୍କ ସହ କଥା ହେବା ପରେ ପ୍ରଧାନମନ୍ତ୍ରୀ ସମସ୍ତ ସମ୍ଭାବ୍ୟ ସହାୟତା ନିଶ୍ଚିତ କରିଛନ୍ତି। ସେପଟେ, ମଙ୍ଗଳବାର ଠାରୁ ହିମାଚଳ ପ୍ରଦେଶରେ ପ୍ରବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

୧ ଲକ୍ଷ ଟଙ୍କାର ଋଣ ୭୪ ଲକ୍ଷରେ ପହଞ୍ଚିଲା: ପରିଶୋଧ କରିବାକୁ କିଡନୀ ବିକ୍ରି କଲେ ଚାଷୀ

ଭୁବନେଶ୍ୱର,୧୬।୧୨: ମହାରାଷ୍ଟ୍ରର ଚନ୍ଦ୍ରପୁର ଜିଲାର ଜଣେ ଚାଷୀଙ୍କୁ ବେଆଇନ ମହାଜନମାନଙ୍କଠାରୁ ନେଇଥିବା ୧ ଲକ୍ଷ ଟଙ୍କାର ଋଣ ଶେଷରେ ଦିନକୁ ୧୦,୦୦୦ ଟଙ୍କା ସୁଧ ସହିତ...

ମାର୍ଚ୍ଚ ୨୬ରୁ ମେ ୩୧ ମଧ୍ୟରେ ହେବ ଆଇପିଏଲ୍‌

ମୁମ୍ୱାଇ, ୧୬ା୧୨: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଆଗାମି ସଂସ୍କରଣ ମାର୍ଚ୍ଚ ୨୬ରୁ ମେ ୩୧ ଓ୍ୱିଣ୍ଡୋରେ ଖେଳାଯିବ। ମାତ୍ର ଆରସିବିର ଘରୋଇ ଗ୍ରାଉଣ୍ଡ ବେଙ୍ଗାଲୁରୁରେ...

ଅଭିନବ ଉପାୟରେ ଠକେଇ, ଫୋନ୍‌ପେରେ ଡେମୋ ଦେଖାଇଲେ…

ଛତ୍ରପୁର,୧୬ା୧୨(ଦିଲ୍ଲୀପ ସାମଲ): ନକଲି ଫୋନ ପେ ବ୍ୟବହାର କରି ବ୍ୟବସାୟୀମାନଙ୍କୁ ଠକେଇ କରୁଥିବା ଅଭିଯୋଗର ତଦନ୍ତ ପରେ ଛତ୍ରପୁର ପୋଲିସ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri