Posted inଜାତୀୟ

୮ ରାଜ୍ୟରେ ବର୍ଷା-ବନ୍ୟାର ବିଭିଷିକା, ୨୪ ଘଣ୍ଟାରେ ୪୪ ମୃତ୍ୟୁ, ଉଦ୍ଧାର କାର୍ଯ୍ୟରେ ଏନଡିଆରଏଫର ୩୯ ଟିମ

ନୂଆଦିଲ୍ଲୀ,୧୧।୭: ମୂଷଳଧାରାରେ ବର୍ଷା ହେବା ଫଳରେ ଉତ୍ତର ଭାରତର ୭ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ରାଜଧାନୀ ଦିଲ୍ଲୀରେ ବହୁ କ୍ଷୟକ୍ଷତି ହୋଇଛି। ହିମାଚଳ ପ୍ରଦେଶ, ପଞ୍ଜାବ, ଜମ୍ମୁ-କାଶ୍ମୀର, ଉତ୍ତରାଖଣ୍ଡ, ହରିୟାଣା, ରାଜସ୍ଥାନ ଏବଂ ଦିଲ୍ଲୀରେ ସମସ୍ତ ପ୍ରମୁଖ ନଦୀଗୁଡିକରେ ବନ୍ୟା ଜଳ ପ୍ରବାହିତ ହେଉଛି। ଏହି ଲଗାଣ ବର୍ଷାରେ ଭୂସ୍ଖଳନ ସହ ରାସ୍ତା ମଧ୍ୟ ଧୋଇଯାଉଛି। ଗତ ୨୪ଘଣ୍ଟା ମଧ୍ୟରେ ବିଭିନ୍ନ ରାଜ୍ୟରେ ବର୍ଷା ଓ ବନ୍ୟା ଯୋଗୁ ୪୪ରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇତିବା ସୂଚନା ମିଳିଛି। ହିମାଚଳରେ ୨୦ଜଣଙ୍କର ମୃତ୍ୟୁ ହୋଇଛି। ଅନ୍ୟପକ୍ଷରେ ଉତ୍ତରପ୍ରଦେଶରେ ମଧ୍ୟ ବର୍ଷା ଯୋଗୁ ୮ଜଣଙ୍କର ମୃତ୍ୟୁ ଘଟିଛି।
ଜମ୍ମୁ-କାଶ୍ମୀର, ହିମାଚଳ ପ୍ରଦେଶ ଏବଂ ଉତ୍ତରାଖଣ୍ଡରେ ଜାତୀୟ ରାଜପଥ ଏବଂ ରାଜ୍ୟ ରାଜପଥ ସମେତ ୯୦୦ରୁ ଅଧିକ ରାସ୍ତା ବନ୍ଦ ରହିଛି। ହଜାର ହଜାର ଲୋକ ରାସ୍ତାରେ ଫସି ରହିଛନ୍ତି। ଦିଲ୍ଲୀରେ ମଧ୍ୟ ଯମୁନା ସୋମବାର ବିପଦ ସଙ୍କେତ ଅତିକ୍ରମ କରିଛନ୍ତି। ତଳିଆ ଅଞ୍ଚଳରୁ ଲୋକମାନଙ୍କୁ ସ୍ଥାନାନ୍ତର କରାଯାଉଛ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବରିଷ୍ଠ ମନ୍ତ୍ରୀ ଓ ଅଧିକାରୀଙ୍କ ସହ ଏକ ବୈଠକରେ ବର୍ଷା ଓ ବନ୍ୟା ପରିସ୍ଥିତିକୁ ଅନୁଧ୍ୟାନ କରିଛନ୍ତି। ପ୍ରଭାବିତ ଲୋକଙ୍କୁ ସାହାଯ୍ୟ କରିବା ପାଇଁ ସମସ୍ତ ଆବଶ୍ୟକୀୟ ପଦକ୍ଷେପ ନେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ହିମାଚଳପ୍ରଦେଶ ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁ ଏବଂ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମିଙ୍କ ସହ କଥା ହେବା ପରେ ପ୍ରଧାନମନ୍ତ୍ରୀ ସମସ୍ତ ସମ୍ଭାବ୍ୟ ସହାୟତା ନିଶ୍ଚିତ କରିଛନ୍ତି। ସେପଟେ, ମଙ୍ଗଳବାର ଠାରୁ ହିମାଚଳ ପ୍ରଦେଶରେ ପ୍ରବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri