Posted inଜାତୀୟ

ଦେଶବ୍ୟାପୀ ମୌସୁମୀ ବର୍ଷାର ତାଣ୍ଡବ, ଜନଜୀବନ ଅସ୍ତବ୍ୟସ୍ତ

ନୂଆଦିଲ୍ଲୀ,୧୦।୭ (ପି.ଟି.): ଦେଶର ବିଭିନ୍ନ ପ୍ରାନ୍ତରେ ଗୁରୁବାର ପ୍ରବଳ ମୌସୁମୀ ବର୍ଷା ଯୋଗୁଁ ବ୍ୟାପକ କ୍ଷୟକ୍ଷତି ଘଟିଛି। ଫଳରେ ରାସ୍ତାଘାଟ ବୁଡ଼ିଯିବା ସହ ଗଛ ଉପୁଡ଼ିବା, ସମ୍ପତ୍ତି ନଷ୍ଟ ହେବା ଏବଂ ଜନଜୀବନ ବାଧାପ୍ରାପ୍ତ ହୋଇଛି। ପ୍ରଶାସନ ପରିସ୍ଥିତିକୁ ସ୍ବାଭାବିକ କରିବା ପାଇଁ ଉଦ୍ୟମ ଜାରି ରଖିଛି। ଅନେକ ସହରରେ ରାସ୍ତା ଓ ଆବାସିକ ଅଞ୍ଚଳ ଜଳମଗ୍ନ ହୋଇରହିଛି। ଯାତ୍ରୀମାନେ ଆଣ୍ଠୁଏ ପାଣିରେ ପଶି ଯାତାୟାତ କରୁଥିବା ବେଳେ ମୁଖ୍ୟ ରାସ୍ତା ଏବଂ ଜାତୀୟ ରାଜପଥରେ ଗାଡ଼ିଗୁଡ଼ିକ ଧିମା ଗତିରେ ଚାଲୁଥିବା ଦେଖିବାକୁ ମିଳିଛି।
ପ୍ରବଳ ବର୍ଷା ଯୋଗୁଁ ଅଳିଆଗଦା ଭୁଶୁଡ଼ି ପଡ଼ିବା ପରେ ମହାରାଷ୍ଟ୍ରର ପୁଣେ ନିକଟସ୍ଥ ପିମ୍ପରି ଚିଞ୍ଚୱାଡ଼ରେ ଥିବା ଏକ ବର୍ଜ୍ୟବସ୍ତୁରୁ ଶକ୍ତି ଉତ୍ପାଦନ କରୁଥିବା (ୱେଷ୍ଟ-ଟୁ-ଏନର୍ଜି) ପ୍ଲାଣ୍ଟ କାର୍ଯ୍ୟ ବାଧାପ୍ରାପ୍ତ ହୋଇଛି। ଭୁଶୁଡ଼ି ପଡ଼ିଥିବା ଏକ ବିଲ୍ଡିଂସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଗୁରୁବାର ଜଣଙ୍କର ମୃତଦେହ ଉଦ୍ଧାର କରାଯାଇଥିବା ବେଳେ ପ୍ରାୟ ୮ ଜଣ ଏବେ ବି ଭଗ୍ନାବଶେଷ ତଳେ ଚାପି ହୋଇ ରହିଥିବା ଆଶଙ୍କା କରାଯାଉଛି। ବର୍ତ୍ତମାନ ସୁଦ୍ଧା ୯ ଜଣଙ୍କୁ ଉଦ୍ଧାର କରାଯାଇଛି।
ଦିଲ୍ଲୀରେ ଚଳିତ ବର୍ଷା ଋତୁର ସବୁଠାରୁ ପ୍ରବଳ ବର୍ଷା ଦେଖିବାକୁ ମିଳିଛି। ଏଥିଯୋଗୁ ବ୍ୟାପକ ଅଞ୍ଚଳ ଜଳବନ୍ଦୀ ହୋଇ ରହିଛି। ଗଛ ଉପୁଡ଼ିବା ଏବଂ ଟ୍ରାଫିକ୍‌ ସମସ୍ୟା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ‘ରେଡ୍‌’ ଆଲର୍ଟ ମଧ୍ୟ ଜାରି କରାଯାଇଛି। ଏହି ସମୟ ମଧ୍ୟରେ ଉତ୍ତର-ପୂର୍ବ ଦିଲ୍ଲୀର ଖଜୁରି ଅନ୍ତର୍ଗତ ତୁଖମୀରପୁରରେ ସବୁଠାରୁ ଅଧିକ ୧୬୦ ମିମି ବର୍ଷା ହୋଇଛି। ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ନିଜ ନିର୍ବାଚନମଣ୍ଡଳୀର ଶାଲିମାର ଭିଲେଜରେ ଜଳ ନିଷ୍କାସନ ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ଏବଂ ଉପଯୁକ୍ତ ଜଳ ନିଷ୍କାସନ ନିଶ୍ଚିତ କରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପଡ଼ୋଶୀ ଗୁରୁଗ୍ରାମରେ ବର୍ଷାଭିଜା ଗୁରୁବାର ସକାଳେ ଏକ ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ କମ୍ପ୍ଲେକ୍ସର ବାଲକୋନିର ଏକ ଅଂଶ ଭୁଶୁଡ଼ି ପଡ଼ିଥିଲା। ହେଲେ ଏଥିରେ କେହି ଆହତ ହୋଇନାହାନ୍ତି। ବାସିନ୍ଦାମାନେ ବିଲ୍ଡରଙ୍କ ଅବହେଳାକୁ ଦାୟୀ କରିଛନ୍ତି ଏବଂ ସମ୍ପୂର୍ଣ୍ଣ ହାଉସିଂ ପ୍ରକଳ୍ପର ଗଠନମୂଳକ ଯାଞ୍ଚ ପାଇଁ ଦାବି କରିଛନ୍ତି।
ରାଜସ୍ଥାନରେ ବ୍ୟାପକ ବର୍ଷା ଯୋଗୁ ରାଜ୍ୟର ଅନେକ ଅଞ୍ଚଳ ବୁଡ଼ି ରହିଛି। ପାଣିପାଗ ବିଭାଗ ଗୁରୁବାର କୋଟା ଏବଂ ଭରତପୁର ଡିଭିଜନର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି। କେରଳର କେତେକ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଥିବାରୁ ଆଇଏମ୍‌ଡି ଗୁରୁବାର ରାଜ୍ୟର ୩ଟି ଜିଲ୍ଲା ପାଇଁ ‘ଅରେଞ୍ଜ’ ଆଲର୍ଟ ଜାରି କରିଛି। ୱାୟନାଡ ଭୂସ୍ଖଳନରେ ବିପର୍ଯ୍ୟୟ ସ୍ଥଳରୁ ଆଉ ଦୁଇଟି ମୃତଦେହ ଉଦ୍ଧାର ହେବା ପରେ ମୃତ୍ୟୁସଂଖ୍ୟା ୫କୁ ବୃଦ୍ଧି ପାଇଛି, ଯଦିଓ ଏବେ ବି ୩ ଜଣ ନିଖୋଜ ଅଛନ୍ତି। ସୂଚନାଯୋଗ୍ୟ, ଜୁଲାଇ ୭ରେ ଅନାକ୍କାମ୍ପୋୟିଲ-ମେପ୍ପାଡି ଟନେଲ୍‌ ପ୍ରକଳ୍ପ ସ୍ଥଳରେ ଏହି ଭୂସ୍ଖଳନ ହୋଇଥିଲା, ଯାହା ୱାୟନାଡ ଏବଂ କୋଝିକୋଡ୍‌ ଜିଲ୍ଲା ମଧ୍ୟରେ ଯୋଗାଯୋଗକୁ ସୁଧାରିବା ପାଇଁ ନିର୍ମାଣ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମ ହେଲା ୮ ଗୋଡ଼ ଥିବା ମଇଁଷି: ଦେଖିବାକୁ ଲୋକଙ୍କ ଭିଡ଼

ଭୋପାଳ,୧୨।୧୦: ମଧ୍ୟପ୍ରଦେଶର ଡିଣ୍ଡୋରୀ ଜିଲାରୁ ଏକ ବିରଳ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ମଇଁଷି ଆଠଟି ଗୋଡ଼ ଥିବା ଛୁଆକୁ ଜନ୍ମ ଦେଇଛି। ଏହି ଖବର…

ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର

ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ…

ବଦଳିଲେ ଓଡ଼ିଶାର ରାଜ୍ୟପାଳ: ହରିବାବୁ କମ୍ଭମପାଟିଙ୍କ ସ୍ଥାନ ନେଲେ…

ଭୁବନେଶ୍ୱର,୧୨।୧୦: ରାଜ୍ୟପାଳ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ସମେତ ୬ଟି ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ଅଦଳବଦଳରେ ବର୍ତ୍ତମାନର…

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ ସୁଲୋଚନା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

ଇନ୍‌ଷ୍ଟାଗ୍ରାମରୁ ପ୍ରେମ, ପରେ ପ୍ରତାରଣା ଦେଲେ କହ୍ନେଇ: ବିଧବାଙ୍କୁ ବଳାତ୍କାର ପରେ…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ. ନୂଆଗାଁ ଥାନା ପୋଲିସ କହ୍ନେଇ ମହାନ୍ତି(୨୬) ନାମକ ଜଣେ ଯୁବକଙ୍କୁ ବଳାତ୍କାର ଓ ଠକେଇ ମାମଲାରେ ଗିରଫ କରି…

୧୫୦ ବର୍ଷ ଟେଷ୍ଟ କ୍ରିକେଟ୍‌ ଇତିହାସରେ ଦ୍ୱିତୀୟଥର ଘଟିଲା ଏହି ଘଟଣା: ବିରଳ ରେକର୍ଡ କଲେ ଏହି ବ୍ୟାଟ୍ସମ୍ୟାନ୍‌

ଡର୍ବାନ,୧୨।୧୦:ଟେଷ୍ଟ କ୍ରିକେଟ୍‌ରେ ବେଳେବେଳେ ଏପରି କିଛି ବିରଳ ରେକର୍ଡ ଦେଖିବାକୁ ମିଳେ, ଯାହା କ୍ରିକେଟ୍‌ପ୍ରେମୀଙ୍କୁ ଆଶ୍ଚର୍ଯ୍ୟ କରିଦିଏ। ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଡର୍ବାନର କିଙ୍ଗ୍ସମିଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?