Posted inରାଜ୍ୟ

ରାଜ୍ୟର ୨୪ ଜିଲାରେ ପହଞ୍ଚିଲା ମୌସୁମୀ ବାୟୁ, ବାକି ୬ ଜିଲା…

ଭୁବନେଶ଼୍ବର, ୨୧।୦୬: ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ହେଉଛି । ଏହାର ପ୍ରଭାବରୁ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ରାଜ୍ୟର ୨୪ଟି ଜିଲ୍ଲାକୁ ମୌସୁମୀ ବାୟୁ ଛୁଇଁଥିବା ଜଣାପଡ଼ିଛି । ଅନ୍ୟ ୬ଟି ଜିଲ୍ଲା- ମୟୁରଭଞ୍ଜ, ବାଲେଶ଼୍ବର, ସୁନ୍ଦରଗଡ଼, କେନ୍ଦୁଝର ଏବଂ ଝାରସୁଗୁଡ଼ାରେ ଏପର୍ଯ୍ୟନ୍ତ ମୌସୁମୀ ବାୟୁ ପହଞ୍ଚି ପାରିନାହିଁ । ଏହି ଜିଲାମାନଙ୍କରେ ପାଗ ଅନୁକୂଳ ରହିଥିବାରୁ ଖୁବ୍‌ଶୀଘ୍ର ମୌସୁମୀ ପହଞ୍ଚିବା ନେଇ ଆଶା କରାଯାଉଛି ।

ଅନ୍ୟପଟେ ଦେଶରେ ଦ୍ରୁତଗତିରେ ଅଗ୍ରସର ହେଉଛି ମୌସୁମୀ । ଯାହା ଫଳରେ ବିଭିନ୍ନ ରାଜ୍ୟରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବା ନେଇ ଜଣାପଡ଼ିଛି । ଉତ୍ତର ପ୍ରଦେଶ, କେରଳ, ତଟବର୍ତ୍ତୀ କର୍ଣ୍ଣାଟକ, ଗୋଆରେ ଆଗମୀ ୫ ଦିନ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପାଖାପାଖି ୨୦ ରାଜ୍ୟରେ ମୌସୁମୀ ପ୍ରଭାବରୁ ଆଗାମୀ ୫ ଦିନ ପର୍ଯ୍ୟନ୍ତ ମୁଶଳଧାରାରେ ବର୍ଷା ହେବା ନେଇ ଆଲର୍ଟ ଜାରି କରାଯାଇଛି ।

ପୂର୍ବ ୨୪ ଘଣ୍ଟା ମଧ୍ୟରେ ରାଜସ୍ଥାନର ପଶ୍ଚିମାଞ୍ଚଳ, ଉତ୍ତର ପ୍ରଦେଶର ଦକ୍ଷିଣାଞ୍ଚଳ, ମଧ୍ୟ ପ୍ରଦେଶର ଉତ୍ତର, ହରିୟାଣା, ଦିଲ୍ଲୀ, ରାଜସ୍ଥାନର ପୂର୍ବାଞ୍ଚଳରେ ଗରମ ଅନୁଭୂତ ହୋଇଛି । ୪୦-୪୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।

ତେବେ ପାଣିପାଗ ବିଭାଗର ସୂଚନା ଅନୁସାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ମହାରାଷ୍ଟ୍ର, ମଧ୍ୟ ପ୍ରଦେଶ, ଛତିଶଗଡ଼, ଓଡ଼ିଶା, ପଶ୍ଚିମ ବଙ୍ଗ, ଝାଡ଼ଖଣ୍ଡର କିଛି ଅଞ୍ଚଳରେ ପହଞ୍ଚିଛି । ଆଗାମୀ ୩ରୁ ୪ଦିନ ମଧ୍ୟରେ ଏହା ଗୁଜୁରାଟ, ମହାରାଷ୍ଟ୍ରର ବର୍ଷା ହୋଇନଥିବା ଅଞ୍ଚଳ ଆଦିରେ ପ୍ରବଳ ବର୍ଷା ହେବ । ଏହାଛଡ଼ା ଅରୁଣାଚଳ ପ୍ରଦେଶ, ଆସାମ, ମେଘାଳୟ, ନାଗାଲାଣ୍ଡ, ମଣିପୁର, ମିଜୋରାମ, ତ୍ରିପୁରାରେ ଆଗାମୀ ୫ ଦିନ ମଧ୍ୟରେ ବର୍ଷା ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ଚିଲିକାରୁ ୧୦୦ ଏକର ବେଆଇନ ଘେରି ଉଚ୍ଛେଦ

କୃଷ୍ଣପ୍ରସାଦ,୫।୮ (କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ କୃଷ୍ଣପ୍ରସାଦ ତହସିଲ ଅଧୀନ ଚିଲିକା ହ୍ରଦରୁ ବେଆଇନ ଘେରି ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ତହସିଲ ପ୍ରଶାସନ…

ସ୍କୁଲରୁ ଫେରୁଥିବା ବେଳେ ଶିକ୍ଷକଙ୍କୁ ଧକ୍କା ଦେଲା ଟ୍ରେନ, ବାଇକ ସହ….

କୋରାପୁଟ,୫।୮(ଅମିତାଭ ବେହେରା): କୋରାପୁଟ ଷ୍ଟେସନ ନିକଟ ଶୁକୁ ବ୍ରିଜଠାରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଯାଇଛି । ମାଲବାହୀ ଟ୍ରେନ ଧକ୍କାରେ ଜଣେ ଶିକ୍ଷକଙ୍କ ଜୀବନ ଚାଲିଯାଇଛି…

ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ମହିଳାଙ୍କ ତୀବ୍ର ବିରୋଧ, ଉତ୍ତେଜନା ଦେଖାଦେବାରୁ…

ପାଟଣା,୫ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ଧନୁର୍ଜୟପୁର ଜଙ୍ଗଲ ଅଞ୍ଚଳରେ ରେଙ୍ଗାଳବେଡ଼ା ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ବୁଧବାର ଶତାଧିକ…

୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୫ ଗିରଫ ସହ ପାଖରୁ ମିଳିଲା ଏହି…

ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ନିଶା କାରବାର ବିରୋଧୀ ଅଭିଯାନରେ ବୁଧବାର ପୁଣି ଏକ ସଫଳତା ମିଳିଛି। ମଙ୍ଗଳବାର ପୋଲିସ ପାଟ୍ରୋଲିଂ ସମୟରେ ବୁଦୁଲି…

ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ, ୪୮ ଘଣ୍ଟାରେ ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର,୫।୮: ମୌସୁମୀ ସକ୍ରିୟ ରହିଥିବା ବେଳେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ସେ ଆସନ୍ତା ୪୮ ଘଣ୍ଟା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି…

ପାଠ୍ୟପୁସ୍ତକ ତ୍ରୁଟି ଘଟଣା; ମନୋଜ ପାଢ଼ୀଙ୍କୁ ଜାମିନ, କୋର୍ଟ ରଖିଲେ ଏହି ସର୍ତ୍ତ

କଟକ,୫।୮(ପ୍ରଭୁକଲ୍ୟାଣ ପାଲ୍): ସ୍କୁଲ ପାଠ୍ୟ ପୁସ୍ତକ ତ୍ରୁଟି ମାମଲାରେ ଏସସିଇଆରଟିର ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ସର୍ତ୍ତ ମୂଳକ ଜାମିନ ପ୍ରଦାନ କରାଯାଇଛି । କଟକ ସ୍ୱତନ୍ତ୍ର…

ପୁଅ ହେବ ତ ଏମିତି… ପାଲିଙ୍କିରେ ମାତା-ପିତାଙ୍କୁ ବସାଇ ୧୫ କିମି ପଦଯାତ୍ରା, ଝୁମରନାଥ ଧାମ ଦର୍ଶନ କରାଇଲେ

ଲକ୍ଷ୍ନୌ,୫।୮: ଉତ୍ତର ପ୍ରଦେଶର ଲଲିତପୁର ଜିଲାରୁ ସାମ୍ନାକୁ ଆସିଛି ଭକ୍ତି, ସେବା ଓ ସଂସ୍କାରର ଏକ ପ୍ରେରଣାଦାୟକ ଚିତ୍ର । ବାର କସ୍ବାର ମୋତିଖେଡ଼ା ଗ୍ରାମର ବାସିନ୍ଦା…

୨୦୨୭ ODI ବିଶ୍ୱକପକୁ ନେଇ ଆସିଲା ବଡ଼ ଅପଡେଟ: କାର୍ଯ୍ୟସୂଚୀ ଘୋଷଣା କଲା ICC

ନୂଆଦିଲ୍ଲୀ,୫।୮: 2027 ODI ବିଶ୍ୱକପର କାର୍ଯ୍ୟସୂଚୀକୁ ନେଇ ଏକ ବଡ଼ ଅପଡେଟ ପ୍ରକାଶ ପାଇଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଟୁର୍ଣ୍ଣାମେଣ୍ଟର ଯୋଗ୍ୟତା ପର୍ଯ୍ୟାୟ ପାଇଁ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri