ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଆରମ୍ଭ ହେବ ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା; ୨୩ରୁ ବର୍ଷା ପରିମାଣ ବୃଦ୍ଧି ସମ୍ଭାବନା

ଭୁବନେଶ୍ୱର,୨୦।୯: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦେଶରୁ ପ୍ରତ୍ୟାବର୍ତ୍ତନ କରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଦେଶର ଉତ୍ତର ପଶ୍ଚିମ ଭାଗରୁ ପ୍ରଥମେ ଆସନ୍ତା ୨ରୁ ୩ ଦିନ ମଧ୍ୟରେ ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହେବ ବୋଲି କୁହାଯାଇଛି । ଅନ୍ୟପକ୍ଷରେ, ଆସନ୍ତା ରବିବାର ଆଡ଼କୁ ବଙ୍ଗୋପସାଗର ତଥା ମିଆଁମାର ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।

ଏହାର ପ୍ରଭାବରେ ଆସନ୍ତା ୨୩ ତାରିଖଠାରୁ ରାଜ୍ୟରେ ବର୍ଷାର ପରିମାଣ ଅଧିକ ହେବ ବୋଲି ପାଣିପାଗ
ବିଭାଗ ପକ୍ଷରୁ କୁହାଯାଇଛି । ରାଜ୍ୟରେ ଚଳିତ ମୌସୁମୀ ଋତୁରେ ସ୍ୱାଭାବିକ ବର୍ଷା ତୁଳନାରେ ୮ ପ୍ରତିଶତ କମ୍‌ ବର୍ଷା ହୋଇଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଜୁନ୍‌ ମାସ ପହିଲା ତାରିଖରୁ ଆଜି ସୁଦ୍ଧା ରାଜ୍ୟରେ ୧ ହଜାର ମିଲିମିଟର ବର୍ଷା ହୋଇଛି । ରାଜ୍ୟର ୧୯ଟି ଜିଲାରେ ସ୍ୱାଭାବିକ ବର୍ଷା ହୋଇଥିବା ବେଳେ ୧୦ଟି ଜିଲାରେ ନିଅଣ୍ଟିଆ ବର୍ଷା ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ହଜାରେ ଝିଅଙ୍କ ଦାୟିତ୍ୱ ନେବେ ରଣବୀର ସିଂହ; ରଣବୀର ଓ ଆଲିଆ ମଧ୍ୟ ନେଲେ ଗୁରୁତ୍ୱପୂର୍ଣ୍ଣ ସଂକଳ୍ପ

ମୁମ୍ବଇ,୧୮।୯: ୧୪ ସେପ୍ଟେମ୍ବରରେ ଗଣେଶ ଚତୁର୍ଥୀ ଅବସରରେ, ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ବଲିଉଡ ତାରକାଙ୍କ ପର୍ଯ୍ୟନ୍ତ ସାରା ଦେଶର ଲୋକମାନେ ନିଜ ଘରେ ଭଗବାନ ଗଣେଶଙ୍କ…

ବିପଦରେ ଅଜିତ ଅଗରକରଙ୍କ ପଦବୀ! BCCIର ନୂଆ ମୁଖ୍ୟ ଚୟନକର୍ତ୍ତା ହେବେ କି ପାର୍ଥିବ ପଟେଲ? ଏକ ପୋଷ୍ଟକୁ ନେଇ…

ନୂଆଦିଲ୍ଲୀ,୧୮।୯: ପୂର୍ବତନ ଭାରତୀୟ କ୍ରିକେଟର ପାର୍ଥିବ ପଟେଲ ପୁରୁଷ ସିନିୟର ଚୟନ କମିଟିର ଅଧ୍ୟକ୍ଷ ଭାବରେ ଅଜିତ ଅଗରକରଙ୍କ ସ୍ଥାନ ନେଇପାରନ୍ତି। ସେ ‘X’ (ଟୁଇଟର) ରେ…

ଉପନିର୍ବାଚନ ପୂର୍ବରୁ ମମତାଙ୍କୁ ମିଳିଲା ଧୋକା! ସଙ୍ଗେ ସଙ୍ଗେ ବାଜି ପଲଟାଇଦେଲେ ଦିଦି

କୋଲକାତା,୧୮।୯: ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ (TMC)ର ନାମ ଓ ନିର୍ବାଚନୀ ଚିହ୍ନକୁ ନେଇ ବିବାଦ ମଧ୍ୟରେ ମମତା ବାନାର୍ଜୀ ନିର୍ବାଚନ ଆୟୋଗଙ୍କ ଅନ୍ତରୀଣ ନିଷ୍ପତ୍ତି ଉପରେ ତୀବ୍ର…

ଶିକ୍ଷାବିତ୍‌ ବିମଳ ଷଡ଼ଙ୍ଗୀଙ୍କ ପରଲୋକ

ଖୋର୍ଦ୍ଧା,୧୮।୯(ପ୍ରଭାତ ପାଣିଗ୍ରାହୀ): ଉତ୍କଳ ସମ୍ମିଳନୀର ରାଜ୍ୟ ଉପସଭାପତି ବରିଷ୍ଠ ନାଗରିକ, ବୁଦ୍ଧିଜୀବୀ ତଥା ଶିକ୍ଷାବିତ, ଖବରକାଗଜର ବିଶିଷ୍ଟ ସଂଗ୍ରାହକ ଭାବେ ପରିଚିତ ଖୋର୍ଦ୍ଧା ନିବାସୀ ବିମଳ ଷଡଙ୍ଗୀ(୭୫)…

୨୦୨୭ରେ ଶନିଙ୍କ ମହାଗୋଚର: ଏହି ରାଶି ପାଇବ ସାଢେସାତୀରୁ ମୁକ୍ତି, ଆରମ୍ଭ ହେବ ଗୋଲ୍ଡେନ ଟାଇମ, ଚାକିରିରେ ପଦୋନ୍ନତି!

କର୍ମଫଳଦାତା ଶନିଦେବ ପ୍ରାୟ ଅଢ଼େଇ ବର୍ଷରେ ଥରେ ରାଶି ପରିବର୍ତ୍ତନ କରନ୍ତି। ବର୍ତ୍ତମାନ ଶନି ମୀନ ରାଶିରେ ଅବସ୍ଥାନ କରୁଥିବା ବେଳେ, ଜ୍ୟୋତିଷ ଗଣନା ଅନୁସାରେ ୩…

ଓରାଙ୍ଗଉଟାନଙ୍କୁ ନେଇ ଆସିଲା ବଡ଼ ଅପଡେଟ୍‌, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୮।୯: ଉଦ୍ଧାର ହୋଇଥିବା ଓରାଙ୍ଗଉଟାନଙ୍କୁ ନେଇ ଜଙ୍ଗଲ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ଓରାଙ୍ଗଉଟାନଙ୍କ ସମ୍ପର୍କରେ…

୨୪ ଘଣ୍ଟାରେ ମମତାଙ୍କୁ ଲାଗିଲା ଦ୍ୱିତୀୟ ଝଟକା, ଯାହାକୁ ପ୍ରାର୍ଥୀ ଘୋଷଣା କରିଥିଲେ ସିଏ ଏବେ…

କୋଲକାତା: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଉପନିର୍ବାଚନକୁ ନେଇ ରାଜନୈତିକ ଘଟଣାକ୍ରମ ଜୋର ଧରିଛି। ମମତା ବାନାର୍ଜୀଙ୍କ ଗୋଷ୍ଠୀ ପକ୍ଷରୁ ନନ୍ଦୀଗ୍ରାମ ପାଇଁ ପ୍ରାର୍ଥୀ ଘୋଷିତ ହୋଇଥିବା ସଞ୍ଚିତା ପ୍ରଧାନ…

ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ, ଆସନ୍ତା ୨୪ସୁଦ୍ଧା…

ଭୁବନେଶ୍ୱର,୧୮।୯: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ପକ୍ଷରୁ ଶୁକ୍ରବାର ପୌର ନିର୍ବାଚନ ନେଇ ୱାର୍ଡ ସୀମା ନିର୍ଦ୍ଧାରଣ ପାଇଁ ସଂଶୋଧିତ ସମୟସୂଚୀ ଜାରି କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?