Posted inରାଜ୍ୟ

ଓଡ଼ିଶାରୁ ବିଳମ୍ବରେ ବିଦାୟନେଲା ମୌସୁମୀ

ଭୁବନେଶ୍ୱର, ୨୪।୧୦(ବ୍ୟୁରୋ): ସାରା ରାଜ୍ୟରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଶନିବାର ବିଦାୟ ନେଇଛି। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଚଳିତବର୍ଷ ଠିକ୍‌ ସମୟରେ ଅର୍ଥାତ୍‌ ଜୁନ୍‌ ୧ରେ ମୌସୁମୀ ପ୍ରବେଶ କରିଥିଲେ ମଧ୍ୟ ୭ଦିନ ବିଳମ୍ବରେ ମୌସୁମୀ ଫେରିଛି। ପ୍ରାୟତଃ ଅକ୍ଟୋବର ୧୫ ବେଳକୁ ଓଡ଼ିଶାରୁ ମୌସୁମୀ ପ୍ରତ୍ୟାବର୍ତ୍ତନ କରିଥାଏ। ତେବେ ଏଥର ମୌସୁମୀର ରହଣି ଭିତରେ ମୋଟ୍‌ ୧୩ଟି ଲଘୁଚାପ ହୋଇଥିଲା। ବିଳମ୍ବରେ ମୌସୁମୀର ପ୍ରତ୍ୟାବର୍ତ୍ତନ ଓ ଏତେଥର ଲଘୁଚାପ ହୋଇଥିଲେ ମଧ୍ୟ ରାଜ୍ୟରେ ନିଅଣ୍ଟିଆ ବର୍ଷା ହୋଇଛି। ରାଜ୍ୟରେ ଜୁନ୍‌ରେ ୩%, ଜୁଲାଇରେ ୧୯% ଓ ଅଗଷ୍ଟରେ ୨୯% ନିଅଣ୍ଟିଆ ବର୍ଷା ହୋଇଥିବାବେଳେ କେବଳ ସେପ୍ଟେମ୍ବରରେ ସ୍ବାଭାବିକଠାରୁ ୭୦% ଅଧିକ ବର୍ଷା ହୋଇଥିଲା। ବିଶେଷ କରି ଭୁବନେଶ୍ୱର, ପୁରୀ, ଜଗତ୍‌ସିଂହପୁରରେ ଅଧିକ ବର୍ଷା ହୋଇଥିବା ରେକର୍ଡ କରାଯାଇଥିଲା। ହେଲେ ଅକ୍ଟୋବର ୨୩ ଦିନରେ ରାଜ୍ୟରେ ୧୪% ନିଅଣ୍ଟିଆ ବର୍ଷା ହୋଇଥିବା ଜଣାପଡ଼ିଛି। ସୁନ୍ଦରଗଡ଼ ଓ ଦେବଗଡ଼ରେ ଅଧିକରୁ ଅଧିକ ବର୍ଷା ହୋଇଥିବାବେଳେ ମୟୂରଭଞ୍ଜ, ବାଲେଶ୍ୱର ଓ ମାଲକାନଗିରିରେ ସ୍ବାଭାବିକଠାରୁ ଅଧିକ ଏବଂ ବରଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ଗଜପତି, କେନ୍ଦୁଝର, ଯାଜପୁର, ଭଦ୍ରକ, ଜଗତସିଂହପୁରରେ ସ୍ବାଭାବିକ ବର୍ଷା ହୋଇଛି। କିନ୍ତୁ ଝାରସୁଗୁଡ଼ା, ବଲାଙ୍ଗୀର, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଅନୁଗୋଳ, ଢେଙ୍କାନାଳ ଓ କେନ୍ଦ୍ରାପଡ଼ାରେ ନିଅଣ୍ଟିଆ ବର୍ଷା ହୋଇଛି। ତେବେ ନୂଆପଡ଼ା ଜିଲାରେ ଅତ୍ୟଧିକ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି ଓ ଅକ୍ଟୋବରରେ ଏହି ଜିଲାରେ ୭୪% କମ୍‌ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ସେପଟେ ଆସନ୍ତା ୮ ଦିନ ରାଜ୍ୟରେ ବର୍ଷା ସମ୍ଭାବନା ନ ଥିବାରୁ ଅକ୍ଟୋବରରେ ବି ନିଅଣ୍ଟିଆ ବର୍ଷା ହେବ ବୋଲି ଅନୁମାନ କରାଯାଉଛି। ସେହିପରି ଆସନ୍ତା ୨୬ ତାରିଖରୁ ସାରା ଭାରତରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଫେରିଯିବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନା ଖୋଲିଲା ହର୍ମୁଜ, ନା ହେଲା କୌଣସି ଚୁକ୍ତି… ଏହାପରେ ବି କାହିଁକି ଯୁଦ୍ଧ ବନ୍ଦ କରିବାକୁ ଚାହୁଁଛନ୍ତି ଟ୍ରମ୍ପ୍‌? ଜାଣନ୍ତୁ କ’ଣ ରହିଛି ଏହାର ବଡ଼ କାରଣ

ଓ୍ବାଶିଂଟନ,୧।୪: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଏକ ନୂତନ ମୋଡ଼ ନେଇଛି। ଇରାନ ସହିତ ଯୁଦ୍ଧ ଏବେ ଯେକୌଣସି ମୁହୂର୍ତ୍ତରେ ଶେଷ ହୋଇପାରେ। ଆମେରିକା ମଧ୍ୟ…

ସଂଜ୍ଞା ବଦଳିପାରେ

ଧାର୍ଯ୍ୟ ସମୟସୀମାର ଦିନକ ପୂର୍ବରୁ ଅର୍ଥାତ୍‌ ୩୦ ମାର୍ଚ୍ଚରେ ଭାରତ ‘ମାଓବାଦୀ ମୁକ୍ତ’ ବୋଲି ସଂସଦରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଘୋଷଣା କରିଦେଇଛନ୍ତି। ଏହା ନିଶ୍ଚିତ ଭାବେ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

ବଡ଼ ଦୁର୍ଘଟଣା, ସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ

ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି…

ବଦଳିଛି ମାନଚିତ୍ର, ବାଟବଣା ବିକାଶ ପଥ: ଜିଲା ଗଠନକୁ ପୂରିଲା ୩୩ବର୍ଷ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗଠନକୁ ୩୩ବର୍ଷ ପୂରିଛି। ନୂତନ ଜିଲା ମନ୍ୟତା ପାଇବା ପରେ ୧୯୯୩ ଅପ୍ରେଲ ୧ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ବର୍ଗତ…

ଆଜି ସମଲେଶ୍ବରୀଙ୍କ ମହାସ୍ନାନ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ବରୀଙ୍କ ବୁଧବାର ମହାସ୍ନାନ ହୋଇଛି। ଏହି କ୍ରମରେ ଶୀତଳଧାରା ଅର୍ପଣ ପୂର୍ବକ ପ୍ରାତଃ ୪ଟା ୫୧ମିନିଟରୁ ଭକ୍ତମାନଙ୍କ ଦ୍ୱାରା…

ବଢ଼ିଲା ଗ୍ୟାସ୍‌ ଦର: ଜାଣନ୍ତୁ କେତେ ହେଲା ସିଲିଣ୍ଡର

ନୂଆଦିଲ୍ଲୀ,୧।୪:କମର୍ସିଆଲ LPG ଦର ବଢ଼ାଇଛନ୍ତି କେନ୍ଦ୍ର ସରକାର। କମର୍ସିଆଲ LPG ସିଲିଣ୍ଡର ପିଛା ଦର ୧୯୫ ଟଙ୍କା ୫୦ ପଇସା ବୃଦ୍ଧି ହୋଇଛି। ନୂଆଦିଲ୍ଲୀରେ ୧୯ କେଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri