Posted inଜାତୀୟ

୪ ଦିନ ପୂର୍ବରୁ ସରିଲା ମୌସୁମୀ ଅଧିବେଶନ

ନୂଆଦିଲ୍ଲୀ,୯।୮: ନିର୍ଦ୍ଧାରିତ ସମୟର ୪ ଦିନ ପୂର୍ବରୁ ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ ସୋମବାର ଶେଷ ହୋଇଛି। ଅଧିବେଶନ ଜୁଲାଇ ୧୮ରେ ଆରମ୍ଭ ହୋଇଥିବାବେଳେ ଅଗଷ୍ଟ ୧୨ ତାରିଖରେ ଶେଷ ହେବା ନେଇ ଧାର୍ଯ୍ୟ ହୋଇଥିଲା। ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଗୃହକୁ ଅନିର୍ଦ୍ଦିଷ୍ଟ କାଳ ଲାଗି ମୁଲତବୀ ଘୋଷଣା କରିଥିବା ବେଳେ ବିଦାୟୀ ରାଜ୍ୟ ସଭା ଅଧ୍ୟକ୍ଷ ଏମ୍‌. ଭେଙ୍କାୟା ନାଇଡୁ ଉଚ୍ଚ ସଦନକୁ ସାଇନ୍‌-ଏ-ଡାଏ ମୁଲତବୀ ଘୋଷଣା କରିଛନ୍ତି। ଏହି ଅଧିବେଶନରେ ଲୋକ ସଭା ୧୬ ଦିନ ଚାଲିବା ସହ ୭ଟି ବିଲ୍‌ ଗୃହୀତ ହୋଇଥିବା ବାଚସ୍ପତି ସୂଚନା ଦେଇଥିଲେ। ରାଜ୍ୟ ସଭାରେ ବିଭିନ୍ନ ପ୍ରସଙ୍ଗକୁ ନେଇ ବିରୋଧୀଙ୍କ ହଟ୍ଟଗୋଳ ଯୋଗୁ ୪୭ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ବରବାଦ ହୋଇଥିବା ଭେଙ୍କାୟା କହିଛନ୍ତି। ୧୬ ଦିନରେ ଗୃହକାର୍ଯ୍ୟ ୩୮ ଘଣ୍ଟାରୁ ଅଧିକ ସମୟ ଚାଲିଥିବାବେଳେ ୫ଟି ସରକାରୀ ବିଲ୍‌ ଉପରେ ଆଲୋଚନା ହୋଇ ଗୃହୀତ ହୋଇଥିଲା।

ଅଧିବେଶନ ଆରମ୍ଭ ଦିନରୁ ବିରୋଧୀ ଦଳଗୁଡ଼ିକ ଦରଦାମ୍‌ ବୃଦ୍ଧି, ବେରୋଜଗାରୀ, ଅତ୍ୟାବଶ୍ୟକ ସାମଗ୍ରୀ ଉପରେ ଜିଏସ୍‌ଟି ଆଦି ବିଭିନ୍ନ ପ୍ରସଙ୍ଗକୁ ନେଇ ଗୃହରେ ହଟ୍ଟଗୋଳ ଜାରି ରଖିବାରୁ କ୍ରମାଗତ ଭାବେ ଗୃହକାର୍ଯ୍ୟ ବ୍ୟାହତ ହୋଇଥିଲା ଏବଂ ଜରୁରୀ ତଥା ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ସୁଯୋଗରୁ ସଦସ୍ୟମାନେ ବଞ୍ଚତ୍ତ ହୋଇଥିଲେ ବୋଲି ଭେଙ୍କାୟା କହିଛନ୍ତି। ବିଶୃଙ୍ଖଳିତ କାର୍ଯ୍ୟ ଯୋଗୁ ଉଚ୍ଚ ସଦନର ୨୩ ଜଣ ସଦସ୍ୟଙ୍କୁ ନିଲମ୍ବନ କରାଯାଇଥିଲା। ପ୍ରଶ୍ନୋତ୍ତର କାଳରେ ୨୩୫ଟି ତାରକା ପ୍ରଶ୍ନ କରାଯାଇଥିବାବେଳେ ସେଥିରୁ ୧୬୧ଟିର ଉତ୍ତର ଦିଆଯାଇଥିଲା। ବିରୋଧୀ ସଦସ୍ୟ ଆଣିଥିବା ୨୭ ପ୍ରାଇଭେଟ ବିଲ୍‌ ମଧ୍ୟରୁ କେବଳ ସ୍ବାସ୍ଥ୍ୟସେବା ଅଧିକାର ବିଲ୍‌ ଉପରେ ଆଲୋଚନା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri