Posted inଜାତୀୟ

୪ ଦିନ ପୂର୍ବରୁ ସରିଲା ମୌସୁମୀ ଅଧିବେଶନ

ନୂଆଦିଲ୍ଲୀ,୯।୮: ନିର୍ଦ୍ଧାରିତ ସମୟର ୪ ଦିନ ପୂର୍ବରୁ ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ ସୋମବାର ଶେଷ ହୋଇଛି। ଅଧିବେଶନ ଜୁଲାଇ ୧୮ରେ ଆରମ୍ଭ ହୋଇଥିବାବେଳେ ଅଗଷ୍ଟ ୧୨ ତାରିଖରେ ଶେଷ ହେବା ନେଇ ଧାର୍ଯ୍ୟ ହୋଇଥିଲା। ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଗୃହକୁ ଅନିର୍ଦ୍ଦିଷ୍ଟ କାଳ ଲାଗି ମୁଲତବୀ ଘୋଷଣା କରିଥିବା ବେଳେ ବିଦାୟୀ ରାଜ୍ୟ ସଭା ଅଧ୍ୟକ୍ଷ ଏମ୍‌. ଭେଙ୍କାୟା ନାଇଡୁ ଉଚ୍ଚ ସଦନକୁ ସାଇନ୍‌-ଏ-ଡାଏ ମୁଲତବୀ ଘୋଷଣା କରିଛନ୍ତି। ଏହି ଅଧିବେଶନରେ ଲୋକ ସଭା ୧୬ ଦିନ ଚାଲିବା ସହ ୭ଟି ବିଲ୍‌ ଗୃହୀତ ହୋଇଥିବା ବାଚସ୍ପତି ସୂଚନା ଦେଇଥିଲେ। ରାଜ୍ୟ ସଭାରେ ବିଭିନ୍ନ ପ୍ରସଙ୍ଗକୁ ନେଇ ବିରୋଧୀଙ୍କ ହଟ୍ଟଗୋଳ ଯୋଗୁ ୪୭ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ବରବାଦ ହୋଇଥିବା ଭେଙ୍କାୟା କହିଛନ୍ତି। ୧୬ ଦିନରେ ଗୃହକାର୍ଯ୍ୟ ୩୮ ଘଣ୍ଟାରୁ ଅଧିକ ସମୟ ଚାଲିଥିବାବେଳେ ୫ଟି ସରକାରୀ ବିଲ୍‌ ଉପରେ ଆଲୋଚନା ହୋଇ ଗୃହୀତ ହୋଇଥିଲା।

ଅଧିବେଶନ ଆରମ୍ଭ ଦିନରୁ ବିରୋଧୀ ଦଳଗୁଡ଼ିକ ଦରଦାମ୍‌ ବୃଦ୍ଧି, ବେରୋଜଗାରୀ, ଅତ୍ୟାବଶ୍ୟକ ସାମଗ୍ରୀ ଉପରେ ଜିଏସ୍‌ଟି ଆଦି ବିଭିନ୍ନ ପ୍ରସଙ୍ଗକୁ ନେଇ ଗୃହରେ ହଟ୍ଟଗୋଳ ଜାରି ରଖିବାରୁ କ୍ରମାଗତ ଭାବେ ଗୃହକାର୍ଯ୍ୟ ବ୍ୟାହତ ହୋଇଥିଲା ଏବଂ ଜରୁରୀ ତଥା ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ସୁଯୋଗରୁ ସଦସ୍ୟମାନେ ବଞ୍ଚତ୍ତ ହୋଇଥିଲେ ବୋଲି ଭେଙ୍କାୟା କହିଛନ୍ତି। ବିଶୃଙ୍ଖଳିତ କାର୍ଯ୍ୟ ଯୋଗୁ ଉଚ୍ଚ ସଦନର ୨୩ ଜଣ ସଦସ୍ୟଙ୍କୁ ନିଲମ୍ବନ କରାଯାଇଥିଲା। ପ୍ରଶ୍ନୋତ୍ତର କାଳରେ ୨୩୫ଟି ତାରକା ପ୍ରଶ୍ନ କରାଯାଇଥିବାବେଳେ ସେଥିରୁ ୧୬୧ଟିର ଉତ୍ତର ଦିଆଯାଇଥିଲା। ବିରୋଧୀ ସଦସ୍ୟ ଆଣିଥିବା ୨୭ ପ୍ରାଇଭେଟ ବିଲ୍‌ ମଧ୍ୟରୁ କେବଳ ସ୍ବାସ୍ଥ୍ୟସେବା ଅଧିକାର ବିଲ୍‌ ଉପରେ ଆଲୋଚନା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭୋଟ ଦେଲେ ବିଶ୍ୱର ସବୁଠୁ ଛୋଟ ମହିଳା

ପୁଣେ,୧୯।୪: ମହାରାଷ୍ଟ୍ରର ପାଞ୍ଚଟି ସିଟ ପାଇଁ ଆଜି ଭୋଟଗ୍ରହଣ ଚାଲିଛି। ଲୋକମାନେ ଉତ୍ସାହର ସହ ଭୋଟ ଦେଉଛନ୍ତି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି...

ଲୋକ ସଭା ନିର୍ବାଚନ: ଭୋଟ ଗ୍ରହଣ ମଧ୍ୟରେ ବସ୍ତରରେ ଆଇଇଡି ବ୍ଲାଷ୍ଟ, ସିଆରପିଏଫ ଯବାନ ଆହତ, ମଣିପୁରରେ ଫାୟାରିଂ

ନୂଆଦିଲ୍ଲୀ,୧୯।୪: ଲୋକ ସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟର ଭୋଟ ଗ୍ରହଣ ଶୁକ୍ରବାର ଆରମ୍ଭ ହୋଇଛି। ୮ ଜଣ କେନ୍ଦ୍ର ମନ୍ତ୍ରୀ, ୨ ପୂର୍ବତନ ମୁଖ୍ୟମନ୍ତ୍ରୀ...

ଗାନ୍ଧିନଗରରୁ ପ୍ରାର୍ଥିପତ୍ର ଦାଖଲ କଲେ ଅମିତ ଶାହା, କହିଲେ ମୋଦି ଦେଶକୁ ସୁରକ୍ଷିତ ରଖିଛନ୍ତି

ଅହମଦାବାଦ,୧୯।୪: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଲୋକ ସଭା ନିର୍ବାଚନ ପାଇଁ ଗାନ୍ଧିନଗର ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଭାବରେ ନିଜର ପ୍ରାର୍ଥିପତ୍ର...

ଫିଲ୍ମ ଶୁଟିଂ ପାଇଁ ବାହାରିଲେ ରିଜେକ୍ଟ ହୋଇଥିବା ୨ ରାଜକୁମାର, ରାହୁଲ-ଅଖିଳେଶଙ୍କୁ ଟାର୍ଗେଟ କଲେ ମୋଦି

ଅମରୋହା,୧୯।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକ ସଭା ନିର୍ବାଚନ ପାଇଁ ଜୋରଦାର ପ୍ରଚାର କରୁଛନ୍ତି। ଶୁକ୍ରବାର (ଏପ୍ରିଲ ୧୯) ଉତ୍ତରପ୍ରଦେଶର ଆମରୋହା ଠାରେ ଏକ ରାଲିରେ...

ଏମ୍‌ପି ଟିକେଟ୍‌ କାଟିଦେଲେ, ତଥାପି ଦୁଃଖ ନାହିଁ: ଶାହାଙ୍କୁ କହିଲେ ଆଧୁନିକ ଭାରତର ଆଇରନ ମ୍ୟାନ୍‌

ଲକ୍ଷ୍ନୌ,୧୯।୪: ଏଥର ଦଳ ଉତ୍ତରପ୍ରଦେଶର ବାଲିଆ ଲୋକ ସଭା ନିର୍ବାଚନମଣ୍ଡଳୀରୁ ଭାରତୀୟ ଜନତା ପାର୍ଟି ଏମ୍‌ପି ବୀରେନ୍ଦ୍ର ସିଂ ମସ୍ତଙ୍କୁ ଟିକେଟ ଦେଇନାହାଁନ୍ତି। ଦଳ ପୂର୍ବତନ...

ରଜନୀକାନ୍ତ, ଧନୁଷ, କମଲ ହାସନ ଚେନ୍ନାଇରେ ଦେଲେ ଭୋଟ, ସର୍ବପ୍ରଥମେ ପହଞ୍ଚିଲେ ଏହି ସୁପରଷ୍ଟାର

ଚେନ୍ନାଇ,୧୯।୪: ଶୁକ୍ରବାର ସକାଳୁ ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସମସ୍ତ ରାଜନୈତିକ ଦଳ ଭାଗ୍ୟ ପରୀକ୍ଷା କରିବାକୁ ରାଜନୈତିକ ମଞ୍ଚରେ...

ଦଶମ ବୋର୍ଡ ପରୀକ୍ଷା ଫଳ ପ୍ରକାଶ, ବାଜି ମାରିଲେ ଛାତ୍ରୀ

ରାଞ୍ଚି,୧୯ା୪: ଝାଡ଼ଖଣ୍ଡ ବୋର୍ଡ ଦଶମ ଫଳାଫଳ ଶୁକ୍ରବାର ପ୍ରକାଶ ପାଇଛି। ଏହି ଫଳାଫଳକୁ ଶିକ୍ଷା ସଚିବ ଉମାଶଙ୍କର ସିଂ, ଜେଏସି ବୋର୍ଡ ଅଧ୍ୟକ୍ଷ ଅନିଲ କୁମାର...

ଦିନେଶ ତ୍ରିପାଠୀ କିଏ? ଯାହାଙ୍କ ଯୁଦ୍ଧ ଦକ୍ଷତା ବେଶ୍‌ ପ୍ରସିଦ୍ଧ, ଜାଣନ୍ତୁ ତାଙ୍କ ବିଷୟରେ…

ନୂଆଦିଲ୍ଲୀ,୧୯ା୪: ଦିନେଶ ତ୍ରିପାଠୀଙ୍କୁ କେନ୍ଦ୍ର ସରକାର ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ଦିନେଶ ଏପ୍ରିଲ ୩୦ରେ ତାଙ୍କର ନୂତନ ଦାୟିତ୍ୱ ଗ୍ରହଣ କରିବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri