ଆରମ୍ଭ ହେଲା ବିଧାନସଭା; ମରୁଡ଼ି ପ୍ରସଙ୍ଗକୁ ନେଇ କମ୍ପିଲା ଗୃହ

ଭୁବନେଶ୍ୱର,୧।୯(ବ୍ୟୁରୋ): ଆରମ୍ଭ ହୋଇଛି ବିଧାନସଭାର ମୌସୁମୀ ଅଧିବେଶନ। ବୁଧବାର ଏହାର ପ୍ରଥମ ଦିନରେ କଂଗ୍ରେସ ସଦସ୍ୟମାନେ ଆରମ୍ଭରୁ ଗୃହରେ ହୋ ହଲ୍ଲା ଦେଖିବାକୁ ମିଳିଛି। ମରୁଡ଼ି ପ୍ରସଙ୍ଗକୁ ନେଇ ସେମାନେ ନାରାବାଜି କରିବା ସହ ଗୃହରେ ରାଜ୍ୟର ମରୁଡି ସ୍ଥିତି ନେଇ ଆଲୋଚନା କରାଯାଉ ବୋଲି ଦାବି କରିଥିଲେ। ଏହାକୁ ନେଇ ଗୃହକୁ ଅପରାହ୍ନ ୧୨ଟା ୩୪ ମିନିଟ ଯାଏ ମୁଲତବୀ ଘୋଷଣା କରିଥିଲେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର।

ଅଧିବେଶନ ଆରମ୍ଭରୁ ବିଧାନସଭାରେ ଦିବଙ୍ଗତ ବିଧାୟକ ଏବଂ କୋଭିଡ ଯୋଦ୍ଧାଙ୍କ ଉଦ୍ଦେଶ୍ୟରେ ଶୋକପ୍ରସ୍ତାବ ଆଗତ କରିଥିଲେ ମୁଖ୍ୟମନ୍ତ୍ରୀ। ଏହାକୁ ବିରୋଧି ଦଳ ନେତା ସମର୍ଥନ କରିଥିଲେ। ଏହାପରେ ଗୃହକାର୍ଯ୍ୟ ଆରମ୍ଭ ହୋଇଥିଲା। ହେଲେ ଆରମ୍ଭରୁ କଂଗ୍ରେସ ସଦସ୍ୟମାନେ ଗୃହର ମଧ୍ୟଭାଗକୁ ଆସି ନାରାବାଜି କରିବା ସହ ପ୍ରଶ୍ନକାଳ ବାତିଲ କରି ରାଜ୍ୟର ମରୁଡି ସ୍ଥିତି ନେଇ ଆଲୋଚନା କରିବାକୁ ଦାବି କରିଥିଲେ। ଏପରିକି ବିଧାୟକ ଦଳ ନେତା ନରସିଂହ ମିଶ୍ର ଲିଖିତ ଭାବେ ଏନେଇ ବାଚସ୍ପତିଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ହେଲେ ସମାନ ପ୍ରସଙ୍ଗରେ ମୁଲତବୀ ପ୍ରସ୍ତାବ ଆସିଥିବା ହେତୁ ବାଚସ୍ପତି ଏହାକୁ ଅଗ୍ରାହ୍ୟ କରିଥିଲେ। ଫଳରେ କଂଗ୍ରେସ ସଦସ୍ୟମାନେ ପୁଣିଥରେ ନାରାବାଜି କରିଥିଲେ। ଫଳରେ ଗୃହକୁ ମୁଲତବୀ ଘୋଷଣା କରାଯାଇଥିଲା।

କହିରଖୁଛୁ, ଆଜିଠାରୁ ଆରମ୍ଭ ହୋଇଥିବା ଏହି ଅଧିବେଶନ ସେପ୍ଟେମ୍ବର ୯ ଯାଏ ଚାଲିବ। ଏଥିରେ ୮ଟି କାର୍ଯ୍ୟଦିବସ ରହିଛି। କୋଭିଡ କଟକଣା ମଧ୍ୟରେ ଗୃହ ପରିଚାଳିତ ହେଉଛି। ଦୁଇଟି ସିଟିଂରେ(ସକାଳ ସାଢ଼େ ୧୦ଟାରୁ ମଧ୍ୟାହ୍ନ ସାଢ଼େ ୧ଟା) ଏବଂ (ଅପରାହ୍ନ ୪ଟାରୁ ସନ୍ଧ୍ୟା ୬ଟା) ଅଧିବେଶନ ଚାଲିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?