Posted inଜାତୀୟ

ମୌସୁମି ଅଧିବେଶନକୁ ନେଇ ସର୍ବଦଳୀୟ ବୈଠକ ଡାକିଲେ ଲୋକ ସଭା ଅଧ୍ୟକ୍ଷ

ନୂଆଦିଲ୍ଲୀ,୧୬ ।୭: ସଂସଦର ମୌସୁମି ଅଧିବେଶନ ୧୮ ଜୁଲାଇ ସୋମବାର ଆରମ୍ଭ ହେବାକୁ ଯାଉଛି । ଏଥିରେ ପ୍ରାୟ ୨୪ ନୂଆ ବିଲ ଉପସ୍ଥାପନ ହେବାର ପ୍ରସ୍ତାବ ରହିଛି । ଏହି ଅଧିବେଶନର ଠିକ୍ ପୂର୍ବରୁ ସ୍ପିକର ସର୍ବଦଳୀୟ ବୈଠକ ଡକାଇଛନ୍ତି । ଲୋକ ସଭା ଅଧ୍ୟକ୍ଷ ଓମ ବିର୍ଲା ଶନିବାର ସନ୍ଧ୍ୟା ୪ଟାରେ ସଂସଦ ପୁସ୍ତକାଳୟ ଭବନରେ ରାଜନୈତିକ ଦଳର ନେତାଙ୍କୁ ସାକ୍ଷାତ୍ କରିବେ । ଏହି ବୈଠକରେ ସଂସଦ ଅଧିବେଶନର କାର୍ଯ୍ୟ ଓ ଅନ୍ୟ ବିଷୟକୁ ନେଇ ଆଲୋଚନା କରାଯିବ । ବୈଠକରେ ବଡ ବଡ ଦଳର ନେତାମାନେ ସାମିଲ ହେବେ । ଏଥର ଅଧିବେଶନରେ ୨୪ଟି ନୂଆ ବିଲ ଉପସ୍ଥାପନ ହେବାକୁ ଥିଲା ବେଳେ କିଛି ବିଲକୁ ନେଇ ହଟ୍ଟଗୋଳ ବି ହୋଇପାରେ । ଏଥିରେ ଡିଜିଟାଲ ମିଡିଆ ଭଳି ଗୁରୁତ୍ୱପୂର୍ଣ୍ଣ ବିଲ ବି ରହିଥିବା କୁାହାଯାଉଛି । ତେବେ ମହଙ୍ଗା ମାଡ ଓ ଅଗ୍ନିପଥ ଯୋଜନାକୁ ନେଇ ବିରୋଧି କଂଗ୍ରେସ ବିରୋଧ କରିପାରେ ବୋଲି ଅନୁମାନ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

Read more

ଗୌତମ ଗମ୍ଭୀରଙ୍କୁ ନେଇ ପୂର୍ବତନ ଭାରତୀୟ ସ୍ପିନର୍ ହରଭଜନ ସିଂ ଏକ ବଡ଼ ବୟାନ ଦେଇଛନ୍ତି । ହରଭଜନଙ୍କ କହିବାନୁଯାୟୀ, ସେ ଯେଉଁ ଗୌତମ ଗମ୍ଭୀରଙ୍କୁ ଜାଣିଛନ୍ତି,…

ଗଭୀର ଅବପାତ ରୂପ ନେଲା ଲଘୁଚାପ, ସମୁଦ୍ର ଅଶାନ୍ତ, ଦୀଘା ବେଳାଭୂମିରେ ଲାଗିଲା…

ଭୋଗରାଇ,୧୩ା୮(ପ୍ରଦୀପ ଦାସ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଗଭୀର ଅବପାତରେ ପରିଣତ ହୋଇଛି। ମୌସମୀ ସକ୍ରିୟ ସହ ଅବପାତ ହେବାରୁ ଉତ୍ତର ଓଡ଼ିଶା…

Sukhbir Badal: ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣର ହେବ ତଦନ୍ତ; ମୁଖ୍ୟମନ୍ତ୍ରୀ ଫଡନାଭିସ ଦେଲେ ବଡ଼ ନିର୍ଦ୍ଦେଶ

ମୁମ୍ବାଇ,୧୩।୮: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଅକାଳି ଦଳର ମୁଖ୍ୟ ଏବଂ ପୂର୍ବତନ ପଞ୍ଜାବ ଉପମୁଖ୍ୟମନ୍ତ୍ରୀ ସୁଖବୀର ସିଂହ ବାଦଲଙ୍କ ଉପରେ ହୋଇଥିବା ଆକ୍ରମଣର ତଦନ୍ତ ନିର୍ଦ୍ଦେଶ…

ଗାତରେ ପଡ଼ିଗଲା ହାତୀଛୁଆ, ଜଗି ରହି ଚିତ୍କାର କରୁଥିଲା ମା’, ଆଉ ତା’ ପରେ…

ସୁନ୍ଦରଗଡ଼,୧୩ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସଦର ରେଞ୍ଜ ଅନ୍ତର୍ଗତ ହମିରପୁର ପଞ୍ଚାୟତର ଗୋପପୁର ଜଙ୍ଗଲରେ ଗାତରେ ପଡ଼ିଥିବା ଏକ ହାତୀଛୁଆକୁ ଗୁରୁବାର ସକାଳେ ଜଙ୍ଗଲ ବିଭାଗ ଦ୍ବାରା ଉଦ୍ଧାର…

ବୈଶିଙ୍ଗା-ରୁପ୍‌ସା ମୁଖ୍ୟ ରାସ୍ତାରେ ଚଳାଚଳ ବନ୍ଦ

ବୈଶିଙ୍ଗା,୧୩ା୮(ରତନ ଦାଶ): ମୟୂରଭଞ୍ଜ ଜିଲାର ବେତନଟୀ ବ୍ଲକ ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ ବୁଧବାରଠାରୁ ମୂଷଳ ଧାରାରେ ଲଘୁଚାପ ବର୍ଷା ଲାଗି ରହିଥିବାରୁ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ଜୀବନ…

ଜନସାଧାରଣଙ୍କ ପାଇଁ ବଡ଼ ଘୋଷଣା କଲେ ପ୍ରଶାନ୍ତ କିଶୋର, ନିଜ ବାସଭବନରେ ନ ରହି….

ପାଟନା,୧୩।୮: ବାଙ୍କୀପୁର ବିଧାନସଭା ଉପନିର୍ବାଚନ ଜିତିବା ପରେ ଜନ ସୁରାଜର ସଂସ୍ଥାପକ ତଥା ନବନିର୍ବାଚିତ ବିଧାୟକ ପ୍ରଶାନ୍ତ କିଶୋର ଜନସାଧାରଣଙ୍କ ସ୍ୱାର୍ଥରେ ଏକ ବଡ଼ ଘୋଷଣା କରିଛନ୍ତି…

ମନର କଥା କହିଦେଲେ ପ୍ରୀତି ଜିଣ୍ଟା: ଅମିରଙ୍କ ସହ…

ଫରହାନ ଅଖତରଙ୍କ ନିର୍ଦ୍ଦେଶିତ ପ୍ରଥମ ଚଳଚ୍ଚିତ୍ର ‘ଦିଲ ଚାହତା ହୈ’ ୨୫ ବର୍ଷ ପୂରଣ କରିଛି। ଏହି ଚଳଚ୍ଚିତ୍ରଟି ରୌପ୍ୟ ଜୟନ୍ତୀ ପାଳନ କରିବା ସହିତ ପୁଣି…

ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ, ଗୃହ ଓ ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶକ ଚିଠି ଲେଖି…

ଦେବଗଡ଼,୧୩ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଆଧାରରେ ପୁନଃ ଅବସ୍ଥାପିତ ପାଇଁ ଚିଠି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri