Posted inଜାତୀୟ

ଦରଦାମ ବୃଦ୍ଧିକୁ ନେଇ ଘେରିବେ ବିରୋଧୀ

ନୂଆଦିଲ୍ଲୀ,୧୮ା୭: କୋଭିଡ୍‌ କଟକଣା ମଧ୍ୟରେ ସୋମବାର ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ ଆରମ୍ଭ ହେବ। ସପ୍ତଦଶ ଲୋକ ସଭାର ଷଷ୍ଠ ଅଧିବେଶନରେ ୨୦ଟି କାର୍ଯ୍ୟଦିବସ ରହିବ। ଲୋକ ସଭା ଓ ରାଜ୍ୟ ସଭାରେ ଗୃହକାର୍ଯ୍ୟ ପୂର୍ବାହ୍ନ ୧୧ଟାରେ ଆରମ୍ଭ ହୋଇ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ। ଅଗଷ୍ଟ ୧୩ରେ ଅଧିବେଶନ ଶେଷ ହେବ। ଏଥିପାଇଁ ଉଭୟ ଶାସକ ଓ ବିରୋଧୀ ନିଜ ନିଜ ପ୍ରସ୍ତୁତି ଶେଷ କରିଛନ୍ତି। ସରକାର ୩ ଗୁରୁତ୍ୱପୂର୍ଣ୍ଣ ଅଧ୍ୟାଦେଶ ଓ ୧୭ ବିଧେୟକ ଗୃହୀତ କରାଇବା ପାଇଁ ଯୋଜନା ରଖିଥିବା ବେଳେ ବିରୋଧୀ ଦଳଗୁଡ଼ିକ ୩ ବିବାଦୀୟ କୃଷି ଆଇନ, ଅକାଶଛୁଆଁ ତେଲ ଦର, ଜରୁରୀ ସାମଗ୍ରୀର ଦରଦାମ ବୃଦ୍ଧି ଏବଂ ମହାମାରୀ କରୋନାର ମୁକାବିଲାରେ ବିଫଳତା ଭଳି ପ୍ରସଙ୍ଗ ଉଠାଇ କେନ୍ଦ୍ରକୁ ଘେରିବେ।
ମୌସୁମୀ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ପାର୍ଲାମେଣ୍ଟର ୬୬୨ ସଦସ୍ୟ ଏବଂ ୨୦୦ରୁ ଊର୍ଦ୍ଧ୍ୱ ଷ୍ଟାଫ୍‌ ଟିକା ନେଇଛନ୍ତି। କୋଭିଡ୍‌ ପ୍ରୋଟୋକଲ ସହ ସାମାଜିକ ଦୂରତ୍ୱ ବଜାୟ ରଖିବା ପାଇଁ ଉଭୟ ଉଚ୍ଚ ଓ ନିମ୍ନ ସଦନରେ ସବୁ ପ୍ରକାର ବ୍ୟବସ୍ଥା କରାଯାଇଛି। ଅଧିବେଶନକୁ ସଫଳ କରିବା ପାଇଁ ଶନିବାର ରାଜ୍ୟ ସଭା ଅଧ୍ୟକ୍ଷ ଏମ୍‌. ଭେଙ୍କାୟା ନାଇଡୁ ସର୍ବଦଳୀୟ ବୈଠକ କରି ସରକାରୀ ଓ ବିରୋଧୀ ଦଳର ନେତାମାନଙ୍କୁ ଅନୁରୋଧ କରିଥିଲେ। ରବିବାର ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ମଧ୍ୟ ସବୁ ଦଳର ନେତାଙ୍କୁ ଭେଟି ସୁରୁଖୁରୁରେ ଗୃହ ଚଳାଇବାକୁ ସହଯୋଗ ଲୋଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା: ବଢୁଛି ଜଳସ୍ତର, ସତର୍କ କରାଇଲେ ସରକାର

କାଠମାଣ୍ଡୁ,୩୦।୮: ବୁଧବାର ହୋଇଥିବା ଭୟଙ୍କର ବନ୍ୟା ପରେ ନେପାଳର ପରିସ୍ଥିତି ଗମ୍ଭୀର ରହିଛି। ମଧ୍ୟ ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ୭୩୪ ରେ ପହଞ୍ଚିଛି, ଯେତେବେଳେ…

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ…

ଗୁଟଖା ପ୍ରେମୀଙ୍କୁ ଝଟକା; ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ବ୍ୟବସାୟ ବନ୍ଦ….

କଟକ,୩୦ା୮(ପ୍ରଭୁକଲ୍ୟାଣ ପାଲ୍): ଗୁଟଖା ପ୍ରେମୀଙ୍କୁ ଝଟକା। ରାଜ୍ୟରେ ଗୁଟଖା ବ୍ୟବସାୟ ବନ୍ଦ ହେବ । ରାଜ୍ୟରେ ଚିୱିଙ୍ଗ୍ ଟବାକୋ ବନ୍ଦ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

ପାଟଣାରେ ଚାଞ୍ଚଲ୍ୟ: କାଠ ଫାଳିଆରେ ପିଟି ସ୍ତ୍ରୀଙ୍କୁ ହତ୍ୟା, ସ୍ୱାମୀ ଅଟକ

ପାଟଣା, ୨୯/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଧୀନ ମଲ୍ଲିପଶି ଭୂମିଜ ସାହିରେ ଶନିବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ…

ନେପାଳ ପରେ, ଚାଇନାରେ ବିପର୍ଯ୍ୟୟ; ୪୯ ଭାରତୀୟ ନିଖୋଜ, ହେଲ୍ପଲାଇନ ନମ୍ବର ଜାରି

ବେଜିଂ,୩୦।୮: ଅଗଷ୍ଟ ୨୬ ରେ ଚାଇନା-ନେପାଳ ସୀମାରେ ଥିବା ଗାଇରୋଙ୍ଗ ବନ୍ଦରରେ ହୋଇଥିବା ଭୂସ୍ଖଳନ ପରେ ପରିସ୍ଥିତି ଜଟିଳ ରହିଛି। ଦକ୍ଷିଣ-ପଶ୍ଚିମ ଚାଇନାର ଜିଜାଙ୍ଗ ସ୍ବୟଂଶାସିତ ଅଞ୍ଚଳର…

ନବାଗତ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ: ସାମ୍ବାଦିକତା କେବଳ ଏକ ବିଷୟ ନୁହେଁ, ଏହା ସମାଜ ପ୍ରତି ଦାୟିତ୍ୱବୋଧ ସହ…

ଭଞ୍ଜନଗର, ୩୦/୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗ ପକ୍ଷରୁ ଯୁକ୍ତ ୩ର ନବାଗତ ଛାତ୍ରୀଛାତ୍ରଙ୍କୁ…

ସେକ୍ଟର ମିଟିଂ ଚାଲିଥିବା ବେଳେ ଅଙ୍ଗନବାଡ଼ି କେନ୍ଦ୍ର ଉପରେ ବଜ୍ରପାତ, ୯ କର୍ମୀ…

ପାଟଣା,୩୦ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମଲ୍ଲିପୋଷି ଅଙ୍ଗନୱାଡ଼ି କେନ୍ଦ୍ରରେ ବୈଠକ ଚାଲିଥିବା ବେଳେ ବଜ୍ରପାତ ହୋଇଛି । ଶନିବାର ୨୩ ଜଣ ଅଙ୍ଗନୱାଡ଼ି…

ଆଜି ମେଷ-ସିଂହ ରାଶି ଉପରେ ବର୍ଷିବ କୃପା: ଧନଲାଭ ସହ ମିଳିବ ବଡ଼ ଖୁସି ଖବର

୩୦ ଅଗଷ୍ଟ, ରବିବାର ଦିନ ଗ୍ରହ-ନକ୍ଷତ୍ରମାନଙ୍କର ଚାଲ ଦୃଷ୍ଟିରୁ ଅନେକ ରାଶି ପାଇଁ ବିଶେଷ ରହିବାକୁ ଯାଉଛି। ଆଜି କିଛି ଜାତକଙ୍କୁ କ୍ୟାରିୟର ଏବଂ ବ୍ୟବସାୟରେ ଅଗ୍ରଗତିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri