ଆଜିଠୁ ବିଧାନସଭାର ମୌସୁମୀ ଅଧିବେଶନ, ଆଗତ ହୋଇପାରେ ୬ ବିଲ୍‌

ଭୁବନେଶ୍ୱର,୨୨।୯(ସୁନିତ୍‌ ମିଶ୍ର): ଓଡ଼ିଶା ସରକାରଙ୍କ ସପ୍ତଦଶ ବିଧାନସଭାର ୭ମ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇ ଆସନ୍ତା ଅକ୍ଟୋବର ୩ ତାରିଖ ପର୍ଯ୍ୟନ୍ତ ଚାଲିବ । ପ୍ରଥମ ଦିନ ଗୃହ କାର୍ଯ୍ୟ ୧୦ଟା ୩୦ ମିନିଟ୍‌ରେ ଆରମ୍ଭ ହେବାକୁ ଥିବାବେଳେ ପ୍ରଥମେ ଦିବଂଗତ ନେତାମାନଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳି ପ୍ରଦାନ କରାଯିବ। ଏହାପରେ ପ୍ରଥମାର୍ଦ୍ଧରେ ଗୃହ କାର୍ଯ୍ୟ ମୁଲତବୀ ରଖାଯିବ ବୋଲି ବିଧାନସଭା ସଚିବାଳୟ ସୂତ୍ରରୁ ଜଣାପଡିଛି। ମଙ୍ଗଳବାରଠାରୁ ଆସନ୍ତା ୨୪ ପର୍ଯ୍ୟନ୍ତ ସରକାରୀ କାର୍ଯ୍ୟ ଦିବସ ରହିଥିବା ବେଳେ ୨୫ ତାରିଖ ଶୁକ୍ରବାର ବେସରକାରୀ କାର୍ଯ୍ୟ ଅର୍ଥାତ୍‌ ବିଲ୍‌ ଓ ପ୍ରସ୍ତାବ ଉପରେ ଆଲୋଚନା ହେବ। ୨୬ ଏବଂ ୨୭ ତାରିଖରେ ସରକାରୀ ଛୁଟି ରହିଛି। ଆସନ୍ତା ୨୮ରୁ ଅକ୍ଟୋବର ପହିଲା ପର୍ଯ୍ୟନ୍ତ ସରକାରୀ କାର୍ଯ୍ୟଦିବସ ରହିଥିବାବେଳେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ଅକ୍ଟୋବର ୨ ଛୁଟି ରହିଛି। ଅକ୍ଟୋବର ୩ ବିଧାନସଭାର ଶେଷଦିନ ରହିଥିବା ଜଣାପଡିଛି। ଏହି ଅଧିବେଶନ ସମୟରେ ସରକାର ୬ଟି ବିଲ୍‌ ଗୃହରେ ଆଗତ କରିପାରନ୍ତି ବୋଲି ସୂତ୍ରରୁ ଜଣାପଡିଛି। ଅନ୍ୟପଟେ ବିଧାନସଭାରେ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିବା ଲାଗି ସମ୍ପୂର୍ଣ୍ଣ ବ୍ୟବସ୍ଥା କରାଯାଇଛି। ଅନ୍ୟପକ୍ଷରେ ରାଜ୍ୟର ସ୍ବାର୍ଥ ସମ୍ବଳିତ ବିଭିନ୍ନ ପ୍ରସଙ୍ଗ ଉଠାଇ ସରକାରଙ୍କୁ ଘେରିବା ପାଇଁ ବିରୋଧୀ ପ୍ରସ୍ତୁତ ହୋଇଥିବା ଜଣାପଡିଛି। ଶାସକ ଦଳ ପକ୍ଷରୁ ମଧ୍ୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ବିରୋଧୀଙ୍କୁ କିପରି ମୁକାବିଲା କରାଯିବ ସେନେଇ ଶାସକ ଦଳ ପକ୍ଷରୁ

ରଣନୀତି ପ୍ରସ୍ତୁତ କରାଯାଇଛି।
ଅନ୍ୟପଟେ ମୌସୁମୀ ଅଧିବେଶନକୁ ସୁରୁଖୁରୁରେ ଚଳାଇବା ଲାଗି ସୋମବାର ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ସବୁ ଦଳର ସଦସ୍ୟମାନେ ଯୋଗଦେଇଛନ୍ତି। ମୁଖ୍ୟମନ୍ତ୍ରୀ, ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ, ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲିକ, ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂ ଦେଓ, ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ, ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ, ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, କଂଗ୍ରେସ ବିଧାୟକ ଅଶୋକ ଦାସ, ବିଜେଡି ବିଧାୟକ ପ୍ରତାପ ଦେବ, ବିଧାନସଭାର ଉପବାଚସ୍ପତି ଭବାନୀ ଶଙ୍କର ଭୋଇ ପ୍ରମୁଖ ଏହି ବୈଠକରେ ସାମିଲ ହୋଇଥିଲେ।
ବୈଠକ ସରିବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ବିଧାୟକ ଅଶୋକ ଦାସ କହିଛନ୍ତି, ସର୍ବଦଳୀୟ ବୈଠକ ଚିରାଚରିତ କଥା। ରାଜ୍ୟବାସୀଙ୍କ ସ୍ବାର୍ଥରେ ଯେଉଁ ପ୍ରସ୍ତାବ ଦେଇଛୁ ସେନେଇ ଆଲୋଚନା କରିବାକୁ କୁହାଯାଇଛି। ଟ୍ରେଜେରି ବେଞ୍ଚର ନିୟମ ଅନୁଯାୟୀ କେଉଁସବୁ ବିଷୟରେ ଆଲୋଚନା କରାଯାଇପାରିବ, ସେନେଇ କଥାବାର୍ତ୍ତା ପରେ ନିଷ୍ପତ୍ତି ନିଆଯିବ ବୋଲି  ବାଚସ୍ପତି ଜଣାଇଥିବା ଅଶୋକ କହିଛନ୍ତି।
ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ କହିଛନ୍ତି, କେନ୍ଦ୍ର ସରକାର ଆଣିଥିବା ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ ଉପରେ ପୂର୍ଣ୍ଣାଙ୍ଗ ଆଲୋଚନା ଲାଗି ସର୍ବଦଳୀୟ ବୈଠକ ପୂର୍ବରୁ ବିଧାନସଭା ସଚିବଙ୍କୁ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲିକ, ବିରୋଧୀ ଦଳ ଉପ ମୁଖ୍ୟ ସଚେତକ ପ୍ରତାପ ଦେବଙ୍କ ଦସ୍ତଖତରେ ମୋଶନ ଦିଆଯାଇଛି। ତେବେ ସରକାର ନିଜ ତରଫରୁ ଏମ୍‌ଏମ୍‌ଡିଆର ଉପରେ ପୂର୍ଣ୍ଣାଙ୍ଗ ଆଲୋଚନା ପାଇଁ ମୋଶନ ଆଣନ୍ତୁ, ଏ ବିଷୟରେ ବିସ୍ତୃତ ଆଲୋଚନା ହେବା ଦରକାର ବୋଲି ପ୍ରସନ୍ନ କହିଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୫୩ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକକୁ ପଛରୁ ପିଟିଲା DJ ଗାଡ଼ି

ଜମନକିରା,୨୨।୯(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ୫୩ ନମ୍ବର ଜାତୀୟ ରାଜପଥ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ରାସ୍ତା କଡ଼ରେ ଠିଆ ହୋଇଥିବା…

UPI Charges: ୟୁପିଆଇକୁ ନେଇ ବଡ଼ କଥା କହିଲେ ଅର୍ଥମନ୍ତ୍ରୀ ସୀତାରାମଣ

ନୂଆଦିଲ୍ଲୀ,୨୨।୯: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମଣ UPI ପାଇଁ ଲାଗୁ ହେବାକୁ ଥିବା ନୂତନ ‘ମର୍ଚ୍ଚାଣ୍ଟ ଡିସକାଉଣ୍ଟ ରେଟ’ (MDR) ସମ୍ବନ୍ଧୀୟ ସ୍ଥିତିକୁ ସ୍ପଷ୍ଟ କରିଛନ୍ତି। ସେ…

ଆଜି ସୁପ୍ରିମକୋର୍ଟରେ ଡିଜିପି ଚୟନ ଶୁଣାଣି

ଭୁବନେଶ୍ୱର, ୨୨।୯(ସୁନିତ୍‌ ମିଶ୍ର): ଓଡ଼ିଶାର ଡିଜିପି ଚୟନ ନେଇ ସୁପ୍ରିମକୋର୍ଟରେ ମଙ୍ଗଳବାର ଶୁଣାଣି ହେବ। ଏନେଇ ସୁପ୍ରିମକୋର୍ଟଙ୍କ ଲିଷ୍ଟିଂରେ ଓଡ଼ିଶା ଡିଜିପି ଚୟନ ପ୍ରସଙ୍ଗକୁ ସାମିଲ କରାଯାଇଛି।…

ONGCର ବଡ଼ ସଫଳତା, ଓଡ଼ିଶା ଉପକୂଳରେ ଗ୍ୟାସ୍‌ର ସନ୍ଧାନ

ନୂଆଦିଲ୍ଲୀ,୨୨।୯: ଓଡ଼ିଶା ଉପକୂଳରେ କୋଣାର୍କଠାରୁ ପ୍ରାୟ ୪୩ କି.ମି. ଦୂରରେ ଭାରତୀୟ ରାଷ୍ଟ୍ରାୟତ୍ତ କମ୍ପାନୀ ଅଏଲ୍‌ ଆଣ୍ଡ୍‌ ନ୍ୟାଚୁରାଲ ଗ୍ୟାସ୍‌ କର୍ପୋରେଶନ ଲିଃ (ଓଏନ୍‌ଜିସି) ଗ୍ୟାସ୍‌ର ସନ୍ଧାନ…

ବିଶିଷ୍ଟ ଅଭିନେତ୍ରୀ ମିଠୁ ମୁଖାର୍ଜୀଙ୍କ ଦେହାନ୍ତ

ମୁମ୍ବାଇ, ୨୨।୯: ୧୯୭୦ ଓ ୧୯୮୦ ଦଶକର ବଙ୍ଗଳା ଏବଂ ହିନ୍ଦୀ ସିନେମାକୁ ନିଜର ଦୀପ୍ତିମୟ ଅଭିନୟରେ ସମୃଦ୍ଧ କରିଥିବା ବିଶିଷ୍ଟ ଅଭିନେତ୍ରୀ ମିଠୁ ମୁଖାର୍ଜୀ ଆଉ…

ବିହାର ଅସଦାଚରଣ ମାମଲା: ୩ ଗିରଫ

ପାଟନା, ୨୨।୯: ବିହାରର ଜାମୁଇ ଜିଲାରେ ୧୦ମ ଶ୍ରେଣୀର ୨ଜଣ ଛାତ୍ରୀଛାତ୍ରଙ୍କୁ ଅସଦାଚରଣ ଏବଂ ମାଡ଼ ମାରିବା ଘଟଣାରେ ପୋଲିସ ୩ ଜଣ ନାବାଳକଙ୍କୁ ଗିରଫ କରିଛି।…

୨୪ ଯାଏ ଏହି ଜିଲାରେ ସ୍କୁଲ୍‌ ଛୁଟି ଘୋଷଣା, ବନ୍ଦ ରହିବ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର,୨୨।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ବେସରକାରୀ ବିଦ୍ୟାଳୟ ଆଜି ଠାରୁ ୨୪ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ବନ୍ଦ…

ଦିଲ୍ଲୀ ଲଜ୍ଜା: ମନ୍ଦିର ନିକଟରେ ନାବାଳିକାଙ୍କୁ ଗଣବଳାତ୍କାର; ପୋଲିସ କର୍ମଚାରୀ ସାଜି ଆସିଥିଲେ ଅଭିଯୁକ୍ତ

ନୂଆଦିଲ୍ଲୀ,୨୨।୯: ଦିଲ୍ଲୀର କାଲକାଜୀ ମନ୍ଦିର ନିକଟରେ ଜଣେ ୧୭ ବର୍ଷୀୟା ଯୁବତୀଙ୍କ ସହ ଗଣ-ବଳାତ୍କାରର ଏକ ଜଘନ୍ୟ ଘଟଣା ଘଟିଛି। ଏହି ଘଟଣାରେ ସମ୍ପୃକ୍ତ ତିନିଜଣ ଅଭିଯୁକ୍ତଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?