Posted inଜାତୀୟ

ବିଦାୟ ନେବାକୁ ପ୍ରସ୍ତୁତ ମୌସୁମୀ: ଆପଣଙ୍କ ରାଜ୍ୟରେ କେବେ ବର୍ଷା ବନ୍ଦ ହେବ? ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୯: ପ୍ରବଳ ବର୍ଷା ପରେ, ଦେଶରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନର ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଭାରତୀୟ ପାଣିପାଗ ବିଭାଗ ଅନୁଯାୟୀ, ଚଳିତ ବର୍ଷ ମୌସୁମୀ ୫ଦିନ ବିଳମ୍ବରେ ଆସିଥିଲା, କିନ୍ତୁ ବର୍ତ୍ତମାନ ଏହା ନିର୍ଦ୍ଧାରିତ ସମୟଠାରୁ ଦୁଇ ଦିନ ପୂର୍ବରୁ ଫେରିବା ଆରମ୍ଭ କରିଛି।
ସୂଚନାଯୋଗ୍ୟ, ଆଇଏମଡିର ରିପୋର୍ଟ ଅନୁଯାୟୀ, ପୂର୍ବ ରାଜସ୍ଥାନ, ପଞ୍ଜାବ, ହରିୟାଣା, ଦିଲ୍ଲୀ(ଏନସିଆର)ରୁ ଚଳିତ ବର୍ଷ ମୌସୁମୀ ସେପ୍ଟେମ୍ବର ୨୦-୨୫ ମଧ୍ୟରେ ଫେରିଯିବ ବୋଲି ଅନୁମାନ କରାଯାଇଛି। ସେପଟେ ପଶ୍ଚିମ ରାଜସ୍ଥାନରୁ ସେପ୍ଟେମ୍ବର ୧୭ରୁ ମୌସୁମୀ ଫେରିଯାଇଛି। ଅନ୍ୟପଟେ ଜମ୍ମୁ-କଶ୍ମୀର, ହିମାଚଳ ପ୍ରଦେଶ ଓ ଉତ୍ତରାଖଣ୍ଡରୁ ସେପ୍ଟେମ୍ବର ୨୦-୩୦ ମଧ୍ୟରେ ମୌସୁମୀ ଲେଉଟି ଯିବ ବୋଲି IMD ଅନୁମାନ ଲଗାଇଛି। ସେହିପରି ଉତ୍ତର ପ୍ରଦେଶ, ମଧ୍ୟ ପ୍ରଦେଶ ଓ ଗୁଜରାଟରୁ ସେପ୍ଟେମ୍ବର ୨୫ରୁ ଅକ୍ଟୋବର ୫ ମଧ୍ୟରେ ମୌସୁମୀ ଫେରିଯିବ। ବିହାର, ଝାଡ଼ଖଣ୍ଡ, ମହାରାଷ୍ଟ୍ରରୁ ଅକ୍ଟୋବର ୫-୧୦ ମଧ୍ୟରେ ମୌସୁମୀ ବାୟୁ ଫେରିଯିବାର ଆକଳନ କରିଛି ପାଣିପାଗ ବିଭାଗ। ସେହିପରି ପଶ୍ଚିମ ବଙ୍ଗ, ଓଡ଼ିଶା, ଛତିଶଗଡ଼, ଆସାମ, ମେଘାଳୟ ଓ ଦକ୍ଷିଣ ଭାରତରୁ ଅକ୍ଟୋବର ୧୦ରୁ ୧୫ ମଧ୍ୟରେ ମୌସୁମୀ ସମ୍ପୂର୍ଣ୍ଣ ଭାବେ ବିଦାୟ ନେବ ବୋଲି ଜାତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଭାଲୁ ଆତଙ୍କ: ଲୋକେ ଭୟଭୀତ

ବଲାଙ୍ଗୀର,୯ା୧୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ରେଞ୍ଜ ସର୍ଗୀଗଡ଼ା ଗାଁଭିତରେ ପୁଣି ବୁଲିଲା ଭାଲୁ। ଗାଁ ନିକଟରେ ଜଙ୍ଗଲ ଥିବାରୁ ଜଙ୍ଗଲ ଦେଇ ଗାଁକୁ ଭାଲୁ…

ଭୟାବହ ଅଗ୍ନିକାଣ୍ଡ: ଚାଲିଗଲା ୪ ଜୀବନ, ଗାଁରେ ଶୋକାକୁଳ

ଯାଜପୁର,୧୧।୮: ଦୀପାବଳିର ଆଲୋକରେ ସାରା ଦୁନିଆ ଝଲସୁଥିବା ବେଳେ ଯାଜପୁର ଜିଲା ବାଲିଚନ୍ଦ୍ରପୁର ଅଞ୍ଚଳରେ ଘଟିଛି ଏକ ଛାତିଥରା ଘଟଣା। ଏହା ସାରା ଅଞ୍ଚଳକୁ ସ୍ତବ୍ଧ କରିଦେଇଛି।…

ଦୀପାବଳି ପାଇଁ ଯାଉଥିଲେ ଗାଁକୁ, ବାଟରେ ଘଟିଲା ଦୁର୍ଘଟଣା, ଆଉ ତା’ପରେ…

ଦିଗପହଣ୍ଡି,୮।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ପଞ୍ଚାୟତ ଆଦିକନ୍ଦପୁର ଗ୍ରାମର ମନୋଜ କୁମାର ଗୌଡ଼ ନାମକ ଜଣେ ଯୁବକ ରବିବାର ଏକ ଅଟୋ…

ରାଷ୍ଟ୍ରପତି, ଉପରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦି, ଦୀପାବଳିରେ ଦେଲେ…

ନୂଆଦିଲ୍ଲୀ,୮।୧୧: ଦୀପାବଳି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ଦୀପାବଳି ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଧ୍ୟ ପ୍ରଧାନମନ୍ତ୍ରୀଙ୍କୁ…

ଦୀପାବଳିରେ କୁଡୁମି ସମାଜର ଗୋଠ ପୂଜା, ଧିଙ୍ଗୁଆନ ପର୍ବ

କାଳିଆପାଣି,୮।୧୧: ଦୀପାବଳି ଅବସରରେ କୁଡୁମି ସମାଜର ଗୋଠପୂଜା ଏବଂ ଧିଙ୍ଗୁଆନ ପର୍ବ ରବିବାର ଅନୁଷ୍ଠିତ ହୋଇଯାଇଛି । କୁଡୁମି ସମାଜ ନିଜ ପାରମ୍ପରିକ ରୀତି ନୀତିକୁ ବିଶ୍ୱାସ…

ମହିଳା କର୍ମଚାରୀଙ୍କୁ ଏହି ଗିଫ୍ଟ ଦେଲେ କେଏଲ୍‌ ରାହୁଲ, ଚାରିଆଡୁ ପ୍ରଶଂସା

ନୂଆଦିଲ୍ଲୀ,୮।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଦିନିକିଆରେ ବ୍ୟାଟିଂରେ ଚମତ୍କାର କରିବା ସହ ମଇଦାନ ବାହାରେ ନିଜର ମହାନତା ଦେଖାଇଛନ୍ତି ଭାରତୀୟ ୱିକେଟ୍‌କିପର ବ୍ୟାଟର କେଏଲ୍‌ ରାହୁଲ ।…

ମର୍ମନ୍ତୁଦ ଦୁର୍ଘଟଣା: ଦୀପାବଳିରେ ଲିଭିଗଲା ୩ ଜୀବନ

ନୟାଗଡ଼/ଦଶପଲ୍ଲା,୮।୧୧(ଲୋକନାଥ ମିଶ୍ର/ପ୍ରକାଶ ପାଣି): ଆଲୋକର ପର୍ବ ‘ଦୀପାବଳି’ ପାଇଁ ଗାଁରୁ ସହର ସବୁଠି ଉତ୍ସବମୁଖର। ଏହି ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ନୟାଗଡ଼…

ପେଟବ୍ୟଥା-ବାନ୍ତି….. ଦୀପାବଳିରେ ଗୁପଚୁପ ଖାଇ ୧୦୦ରୁ ଅଧିକ ଅସୁସ୍ଥ

ଲକ୍ଷ୍ନୌ,୮।୧୧: ଦୀପାବଳି ପର୍ବର ଖୁସି ଭିତରେ ଉତ୍ତରପ୍ରଦେଶର ସିଦ୍ଧାର୍ଥନଗର ଜିଲାରେ ଖାଦ୍ୟ ବିଷକ୍ରିୟାର ଏକ ବଡ଼ ଘଟଣା ସାମ୍ନାକୁ ଆସିଛି। ଗୁପ୍‌ଚୁପ୍‌ ଖାଇ ୧୦୦ରୁ ଅଧିକ ଲୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?