୪୮ ଘଣ୍ଟା ମଧ୍ୟରେ ସାରା ଓଡ଼ିଶା ଛୁଇଁବ ମୌସୁମୀ: ଆଜି ଏହି ସବୁ ଜିଲାରେ ପ୍ରବଳ ବର୍ଷା ସହ ପବନ

ଭୁବନେଶ୍ୱର, ୨୩।୬ (ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସୋମବାର ଓଡ଼ିଶାର ଆହୁରି କିଛି ଅଞ୍ଚଳକୁ ପ୍ରବେଶ କରିଛି। ମୌସୁମୀ ବାୟୁର ଉତ୍ତର ସୀମା ଏବେ ବଲାଙ୍ଗୀର ଓ ବରଗଡ଼ର ଅଳ୍ପ ଅଂଶ, ନବରଙ୍ଗପୁର ଓ ଝାରସୁଗୁଡ଼ାର କିଛି ଅଂଶ, କଳାହାଣ୍ଡି, ସୋନପୁର ଏବଂ ସୁନ୍ଦରଗଡ଼ର ଅଧିକାଂଶ ଅଂଶ ଦେଇ ଅତିକ୍ରମ କରିଛି। ରାଜ୍ୟରେ ମୌସୁମୀ ସକ୍ରିୟ ଥିବାବେଳେ ଆଗକୁ ବଢିବା ପାଇଁ ସ୍ଥିତି ଅନୁକୂଳ ହୋଇଛି। ତେଣୁ ଆଗାମୀ ୪୮ ଘଣ୍ଟା ମଧ୍ୟରେ ମୌସୁମୀ ସାରା ଓଡ଼ିଶା ଛୁଇଁବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟରେ ଟ୍ରଫ୍‌ ଲାଇନ ସହ କାଳବୈଶାଖୀ ଯୋଗୁ ବର୍ଷା ହେଉଥିବା ବେଳେ ଆହୁରି ୪ଦିନ ଅର୍ଥାତ ୨୬ ତାରିଖ ଯାଏ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ସୋମବାର ସକାଳୁ ଭୁବନେଶ୍ୱର ସମେତ ରାଜ୍ୟର ଅନେକ ସ୍ଥାନରେ ମୌସୁମୀଜନିତ ବର୍ଷା ହୋଇଛି।
ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ମୁତାବକ, ମଙ୍ଗଳବାର ପୂରା ରାଜ୍ୟରେ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏଥିସହ ବର୍ଷା ସମୟରେ ଘଣ୍ଟାପ୍ରତି ୩୦ରୁ ୫୦ କି.ମି. ପର୍ଯ୍ୟନ୍ତ ବେଗରେ ପବନ ବହିବା ନେଇ ସତର୍କ ସୂଚନା ଜାରି କରାଯାଇଛି। ଅପରପକ୍ଷେ ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି ଏବଂ ଗଜପତି ଜିଲାକୁ ପ୍ରବଳ ବର୍ଷା ନେଇ ସତର୍କତା ଜାରି କରାଯାଇଛି। ଶୁକ୍ରବାର ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ବର୍ଷା ଲାଗିରହିବ। ସେହିପରି ବର୍ଷା ପ୍ରଭାବରେ ଆଗାମୀ ୨ଦିନ ମଧ୍ୟରେ ଦିନ ତାପମାତ୍ରା ଆଉ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ଘଟିବ। ରାଜ୍ୟରେ ଝଡ଼ବର୍ଷା ଲାଗିରହିଥିବାବେଳେ ସମୁଦ୍ର ଅଶାନ୍ତ ରହିବ। ତେଣୁ ମଙ୍ଗଳବାର ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି। ଗତ ୨୪ଘଣ୍ଟାରେ ରାଜ୍ୟର ସମସ୍ତ ଜିଲାର ତାପମାତ୍ରା ୩୮ ଡିଗ୍ରୀ ତଳେ ରହିଥିଲା। ଟିଟିଲାଗଡ଼ରେ ସର୍ବାଧିକ ୩୭.୫ ଡିଗ୍ରୀ ତାପମାତ୍ରା ରହିଥିବାବେଳେ ନୂଆପଡ଼ାରେ ୩୭, ଝାରସୁଗୁଡ଼ାରେ ୩୬.୮, ଜଗତ୍‌ସିଂହପୁର ଓ କୋରାପୁଟରେ ୩୬.୫, ସମ୍ବଲପୁରରେ ୩୬.୪, ଭୁବନେଶ୍ୱରରେ ୩୧.୭, କଟକ ଓ ପୁରୀରେ ୩୧.୨, ବାଲେଶ୍ୱରରେ ୨୯.୮ , କେନ୍ଦୁଝରରେ ୨୯.୪, ଫୁଲବାଣୀରେ ୨୮.୯ ଏବଂ ଦାରିଙ୍ଗିବାଡ଼ିରେ ସବୁଠାରୁ କମ୍‌ ୨୮.୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

ରାଜ୍ୟ IPS ସ୍ତରରେ ବଡ଼ ଧରଣର ଅଦଳବଦଳ: ସର୍ବଣା ବିବେକ ହେଲେ ଭୁବନେଶ୍ୱର ଡିସିପି, ଅଭିନବ ସୋନକର ବ୍ରହ୍ମପୁର ଏସ୍‌ପି

ଭୁବନେଶ୍ୱର, ୨୨।୯: ରାଜ୍ୟ ପୋଲିସ ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଆଇପିଏସ୍ (IPS) ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ…

ନୂଆପଡ଼ାରେ ଲଜ୍ଜା, ନାବାଳିକାଙ୍କୁ ଟେକି ନେଇ ବଳାତ୍କାର

ନୂଆପଡ଼ା,୨୨ା୯(ମକାରୁ ବେମାଲ): ନୂଆପଡ଼ା ଜିଲା ବେଲଟୁକୁରି ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ମଙ୍ଗଳବାର ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଭାଲେଶ୍ୱର ପଞ୍ଚାୟତ…

IMD ଡିଜିଙ୍କ ବଡ଼ ସୂଚନା, ୨୩ ରାତିରେ ଉପକୂଳ ଅତିକ୍ରମ କରିବ ବାତ୍ୟା

ଭୁବନେଶ୍ୱର,୨୨।୯: ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ। ମଙ୍ଗଳବାର ସାରୁ ରାତି ଭିତରେ ଅବପାତ ଗଭୀର ଅବପାତର ରୂପ ନେବ। ଏହା ପଶ୍ଚିମ ଉତ୍ତରପଶ୍ଚିମ ଦିଗକୁ…

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟରେ ପ୍ରବଳ ବର୍ଷା: ଜିଲାରେ ସବୁ ସ୍କୁଲ୍ ୨ ଦିନ ବନ୍ଦ, ସେମିଳିଗୁଡ଼ାରେ…

କୋରାପୁଟ,୨୨।୯(ଅମିତାଭ ବେହେରା): ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ମଙ୍ଗଳବାର ଦିନତମାମ ପ୍ରବଳ ବର୍ଷା ଜାରି ରହିଛି। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଜିଲାର ୧୪ଟି…

ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୨।୯: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତକୁ ନେଇ ସାଂସଦ ନବ ଚରଣ ମାଝୀ ମଙ୍ଗଳବାର…

ବଳାତ୍କାର ମାମଲାରେ କେଉଁ ରାଜ୍ୟ ଆଗରେ? ଓଡ଼ିଶାର ସ୍ଥିତି ଜାଣି ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୨।୯: ବିହାରର ଜମୁଇ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣାକୁ ନେଇ ଚର୍ଚ୍ଚା ଜୋର ଧରିଛି। ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଏକ ଭିଡିଓରେ ଜଣେ ନାବାଳିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?