୨୪ ଘଣ୍ଟାରେ କେରଳ ଛୁଇଁବ ମୌସୁମୀ, ୧୬ ବର୍ଷ ପରେ ଏଥର…

ଭୁବନେଶ୍ୱର,୨୪ା୫: ଚାଷୀଙ୍କ ପାଇଁ ଖୁସି ଖବର। ପୂର୍ବବର୍ଷଗୁଡ଼ିକ ତୁଳନାରେ ଚଳିତ ବର୍ଷ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଶୀଘ୍ର କେରଳ ଛୁଇଁବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେରଳ ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ମୌସୁମୀ କେରଳ ଛୁଇଁବା ପାଇଁ ପାଗ ଏବେ ଅନୁକୂଳ ରହିଛି।  ୧୬ ବର୍ଷ ପରେ ଏଥର ମୌସୁମୀ ସଅଳ କେରଳ ଛୁଇଁବ। ୨୦୦୯ ମେ’୨୩ରେ କେରଳ ଛୁଇଁଥିଲା ମୌସୁମୀ। ଚଳିତବର୍ଷ ମଧ୍ୟ ମୌସୁମୀ ସଅଳ ଆସୁଛି।

ସାଧାରଣତଃ କେରଳ ଛୁଇଁବାର ୧୦ରୁ ୧୨ ଦିନ ମଧ୍ୟରେ ମୌସୁମୀ ଓଡ଼ିଶାକୁ ପ୍ରବେଶ କରିଥାଏ। ମୌସୁମୀ ଜୁନ୍‌ ପ୍ରଥମ ସପ୍ତାହ କିମ୍ବା ୧୦ ତାରିଖ ପୂର୍ବରୁ ଓଡ଼ିଶାରେ ପ୍ରବେଶ କରିବା ସମ୍ଭାବନା ରହିଛି। ଚାଷୀମାନେ ଅଖିମୁଠି ଅନୁକୂଳ କରି ବର୍ଷାକୁ ଅପେକ୍ଷା କରି ରହିଛନ୍ତି। ପ୍ରାକ୍‌ ମୌସୁମୀ ବର୍ଷା ହେଲେ ଧାନବୁଣା ଆରମ୍ଭ ହେବ। ଏ ପର୍ଯ୍ୟନ୍ତ ପ୍ରାକ୍‌ ମୌସୁମୀ ବର୍ଷା ହୋଇ ନ ଥିବାରୁ ବିହନ ଅନୁକୂଳ ହୋଇ ନାହିଁ। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଉ ଦୁଇଦିନ ପରେ ଆଣ୍ଡାମାନ ନିକୋବର ଛୁଇଁବା ସମ୍ଭାବନା ରହିଛି। ଏଥିପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଥିବା ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ପାଣିପାଗ ବିଭାଗ କହିଛି ଯେ ସାଧାରଣତଃ ମୌସୁମୀ ଜୁନ୍‌ ୧ରେ କେରଳ ଛୁଇଁଥାଏ। ଏହାପରେ ପର୍ଯ୍ୟାୟକ୍ରମେ ଦେଶର ବିଭିନ୍ନ ପ୍ରାନ୍ତକୁ ଯାଇଥାଏ। ଏଥର ପାଗ ଅନୁକୂଳ ଥିବାରୁ ମୌସୁମୀ ଆଗୁଆ ଆସିବା ସମ୍ଭାବନା ରହିଛି। ମେ’ ୨୭ରେ ମୌସୁମୀ କେରଳ ଛୁଇଁବାକୁ ଥିବାବେଳେ ଏଥର ଏହା ସ୍ବାଭାବିକ ରହିବ ବୋଲି ପୂର୍ବାନୁମାନ କରାଯାଇଛି ।
ମୌସୁମୀ ପ୍ରଭାବରେ ସମଗ୍ର ଦେଶରେ ୯୬%ରୁ ୧୦୪% ବର୍ଷା ହେବ। ଉତ୍ତର ଭାଗର ଅଧିକାଂଶ ଅଞ୍ଚଳ, ଏହାକୁ ଲାଗି ରହିଥିବା କେନ୍ଦ୍ରୀୟ ଭାରତୀୟ ଅଞ୍ଚଳ ଓ ଉତ୍ତର-ପଶ୍ଚିମ ଭାଗର କିଛି ସ୍ଥାନରେ ସ୍ବାଭାବିକ କିମ୍ବା ତା’ଠାରୁ ଅଧିକ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ତେବେ ଉତ୍ତର-ପୂର୍ବ ଭାରତର ଅନେକ ସ୍ଥାନ, ଉତ୍ତର-ପଶ୍ଚିମର କିଛି ଅଂଶ ଓ ଦକ୍ଷିଣ-ପୂର୍ବ ଭାଗରେ ସ୍ବାଭାବିକଠାରୁ କମ୍‌ ବର୍ଷା ହେବ ବୋଲି ଆକଳନ କରାଯାଇଛି।
ପାଣିପାଗ ବିଭାଗ ସ୍ବାଭାବିକ ବର୍ଷା ହେବ ବୋଲି ଆକଳନ କରୁଥିଲେ ମଧ୍ୟ ଗତ କିଛି ବର୍ଷ ହେବ ମୌସୁମୀଜନିତ ବର୍ଷା ରାଜ୍ୟରୁ କମି କମି ଗଲାଣି। ତେବେ ଚଳିତ ବର୍ଷ ମୌସୁମୀର କୃପା ଦୃଷ୍ଟି ରହୁଛି କି ନାହିଁ ତାହା ଆଗମନ ପରେ ଜଣାପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଓଡ଼ିଶାରେ ପେଟ୍ରୋଲ ମନା

ଭୁବନେଶ୍ୱର,୨୦।୧୨: ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ (STA) ପକ୍ଷରୁ ଶନିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ପ୍ରଦୂଷଣ ପ୍ରମାଣପତ୍ର...

ରାଜ୍ୟ ପାଇଁ ଗୌରବ ଆଣିଲେ ରଞ୍ଜନା: ଥାଇଲାଣ୍ଡରୁ ରୌପ୍ୟ ପଦକ ପାଇ…

ପୁରୁଷୋତ୍ତମପୁର,୨୦।୧୨ (ସବିତା ମିଶ୍ର): ଥାଇଲାଣ୍ଡରେ ଚାଲିଥିବା ଅନ୍ତର୍ଜାତୀୟ ପାରା ଆଥ୍ଲେଟିକ ପ୍ରତିଯୋଗିତାରେ ଗଞ୍ଜାମ ଜଲା ପୁରୁଷୋତ୍ତମପୁର ବ୍ଳକ କୁଶପୁର ଗ୍ରାମର ରଞ୍ଜନା ନାୟକ ଦୁଇଗୋଟି ରୌପ୍ୟ...

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri