୨୪ ଘଣ୍ଟାରେ କେରଳ ଛୁଇଁବ ମୌସୁମୀ, ୧୬ ବର୍ଷ ପରେ ଏଥର…

ଭୁବନେଶ୍ୱର,୨୪ା୫: ଚାଷୀଙ୍କ ପାଇଁ ଖୁସି ଖବର। ପୂର୍ବବର୍ଷଗୁଡ଼ିକ ତୁଳନାରେ ଚଳିତ ବର୍ଷ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଶୀଘ୍ର କେରଳ ଛୁଇଁବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେରଳ ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ମୌସୁମୀ କେରଳ ଛୁଇଁବା ପାଇଁ ପାଗ ଏବେ ଅନୁକୂଳ ରହିଛି।  ୧୬ ବର୍ଷ ପରେ ଏଥର ମୌସୁମୀ ସଅଳ କେରଳ ଛୁଇଁବ। ୨୦୦୯ ମେ’୨୩ରେ କେରଳ ଛୁଇଁଥିଲା ମୌସୁମୀ। ଚଳିତବର୍ଷ ମଧ୍ୟ ମୌସୁମୀ ସଅଳ ଆସୁଛି।

ସାଧାରଣତଃ କେରଳ ଛୁଇଁବାର ୧୦ରୁ ୧୨ ଦିନ ମଧ୍ୟରେ ମୌସୁମୀ ଓଡ଼ିଶାକୁ ପ୍ରବେଶ କରିଥାଏ। ମୌସୁମୀ ଜୁନ୍‌ ପ୍ରଥମ ସପ୍ତାହ କିମ୍ବା ୧୦ ତାରିଖ ପୂର୍ବରୁ ଓଡ଼ିଶାରେ ପ୍ରବେଶ କରିବା ସମ୍ଭାବନା ରହିଛି। ଚାଷୀମାନେ ଅଖିମୁଠି ଅନୁକୂଳ କରି ବର୍ଷାକୁ ଅପେକ୍ଷା କରି ରହିଛନ୍ତି। ପ୍ରାକ୍‌ ମୌସୁମୀ ବର୍ଷା ହେଲେ ଧାନବୁଣା ଆରମ୍ଭ ହେବ। ଏ ପର୍ଯ୍ୟନ୍ତ ପ୍ରାକ୍‌ ମୌସୁମୀ ବର୍ଷା ହୋଇ ନ ଥିବାରୁ ବିହନ ଅନୁକୂଳ ହୋଇ ନାହିଁ। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଉ ଦୁଇଦିନ ପରେ ଆଣ୍ଡାମାନ ନିକୋବର ଛୁଇଁବା ସମ୍ଭାବନା ରହିଛି। ଏଥିପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଥିବା ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ପାଣିପାଗ ବିଭାଗ କହିଛି ଯେ ସାଧାରଣତଃ ମୌସୁମୀ ଜୁନ୍‌ ୧ରେ କେରଳ ଛୁଇଁଥାଏ। ଏହାପରେ ପର୍ଯ୍ୟାୟକ୍ରମେ ଦେଶର ବିଭିନ୍ନ ପ୍ରାନ୍ତକୁ ଯାଇଥାଏ। ଏଥର ପାଗ ଅନୁକୂଳ ଥିବାରୁ ମୌସୁମୀ ଆଗୁଆ ଆସିବା ସମ୍ଭାବନା ରହିଛି। ମେ’ ୨୭ରେ ମୌସୁମୀ କେରଳ ଛୁଇଁବାକୁ ଥିବାବେଳେ ଏଥର ଏହା ସ୍ବାଭାବିକ ରହିବ ବୋଲି ପୂର୍ବାନୁମାନ କରାଯାଇଛି ।
ମୌସୁମୀ ପ୍ରଭାବରେ ସମଗ୍ର ଦେଶରେ ୯୬%ରୁ ୧୦୪% ବର୍ଷା ହେବ। ଉତ୍ତର ଭାଗର ଅଧିକାଂଶ ଅଞ୍ଚଳ, ଏହାକୁ ଲାଗି ରହିଥିବା କେନ୍ଦ୍ରୀୟ ଭାରତୀୟ ଅଞ୍ଚଳ ଓ ଉତ୍ତର-ପଶ୍ଚିମ ଭାଗର କିଛି ସ୍ଥାନରେ ସ୍ବାଭାବିକ କିମ୍ବା ତା’ଠାରୁ ଅଧିକ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ତେବେ ଉତ୍ତର-ପୂର୍ବ ଭାରତର ଅନେକ ସ୍ଥାନ, ଉତ୍ତର-ପଶ୍ଚିମର କିଛି ଅଂଶ ଓ ଦକ୍ଷିଣ-ପୂର୍ବ ଭାଗରେ ସ୍ବାଭାବିକଠାରୁ କମ୍‌ ବର୍ଷା ହେବ ବୋଲି ଆକଳନ କରାଯାଇଛି।
ପାଣିପାଗ ବିଭାଗ ସ୍ବାଭାବିକ ବର୍ଷା ହେବ ବୋଲି ଆକଳନ କରୁଥିଲେ ମଧ୍ୟ ଗତ କିଛି ବର୍ଷ ହେବ ମୌସୁମୀଜନିତ ବର୍ଷା ରାଜ୍ୟରୁ କମି କମି ଗଲାଣି। ତେବେ ଚଳିତ ବର୍ଷ ମୌସୁମୀର କୃପା ଦୃଷ୍ଟି ରହୁଛି କି ନାହିଁ ତାହା ଆଗମନ ପରେ ଜଣାପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ପ୍ରବଳ ବର୍ଷା କାରଣରୁ ଯୁକ୍ତ ୩ ଇଂରାଜୀ ପରୀକ୍ଷା ସ୍ଥଗିତ: ପରୀକ୍ଷା ହଲରୁ ଫେରିଲେ ଛାତ୍ରୀଛାତ୍ର

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ଛାତ୍ରଛାତ୍ରୀମାନେ ପୂର୍ବରୁ ମହାବିଦ୍ୟାଳୟରେ ପହଞ୍ଚି ସାରିଥିଲେ ଏବଂ ପରୀକ୍ଷା ଦେବା ପାଇଁ ଶ୍ରେଣୀ କୋଠରୀ ଭିତରେ ନିଜ ନିଜ ସିଟ୍‌ରେ ବସି ମଧ୍ୟ ସାରିଥିଲେ।…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ଲୋକ ସଭା ଇତିହାସରେ ପ୍ରଥମ ଥର, ଗୃହର କାର୍ଯ୍ୟକାଳ ସମୟରେ ପ୍ରତିଧ୍ୱନିତ ହେଲା ‘ବନ୍ଦେ ମାତରମ’

ନୂଆଦିଲ୍ଲୀ,୧୩।୮: ମୌସୁମୀ ଅଧିବେଶନର ଶେଷ ଦିନରେ ଲୋକ ସଭାର କାର୍ଯ୍ୟକାଳ ‘ବନ୍ଦେ ମାତରମ’ ଗାନ ସହିତ ଆରମ୍ଭ ହୋଇଥିଲା। ଏମିତି ଘଟଣା ସଂସଦରେ ପ୍ରଥମ ଥର ପାଇଁ…

ନ୍ୟାୟ ଦାବିରେ ଶ୍ୱଶୁର ଘର ଆଗରେ ବସିଲେ ମହିଳା, ସ୍ବାମୀ ବାହାର ରାଜ୍ୟରେ ଅନ୍ୟ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗ

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଶ୍ୱଶୁର ଘର ଆଗରେ ଧାରଣା ଦେଲେ ବୋହୂ । ଦିଗପହଣ୍ଡି ଥାନା ଭୀଷ୍ମଗିରି ଗାଁ ବ୍ରାହ୍ମଣସାହିରେ ଧାରଣା । ସ୍ବାମୀ ବାହାର ରାଜ୍ୟରେ…

ବିପଦ ସଙ୍କେତ ଟପିଲା ବୈତରଣୀ, ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା

ପାଟଣା,୧୩।୮(ବୀର କିଶୋର ଦାଶ): ଲଘୁଚାପ ଜନିତ ଲଗାଣ ବର୍ଷାରେ କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଅପରାହ୍ନରେ ପାଟଣା ଅଞ୍ଚଳରେ ବୈତରଣୀ ନଦୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri