ଏହି ତାରିଖ ସୁଦ୍ଧା ଆଣ୍ଡାମାନ-ନିକୋବର ଛୁଇଁବ ମୌସୁମୀ

ଭୁବନେଶ୍ୱର,୧୪ା୫(ସୌମ୍ୟରଞ୍ଜନ ରାଉତ):ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଉପରେ ସକ୍ରିୟ ଲଘୁଚାପ କ୍ଷେତ୍ର ବୁଧବାର ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। କିନ୍ତୁ ଏହା ଅବପାତର ରୂପ ନେବା ସମ୍ଭାବନା କମ୍‌ ରହିଛି। ଏପଟେ ଦକ୍ଷିଣ-ପଶ୍ଚିମ ମୌସୁମୀବାୟୁର ଅଗ୍ରଗତି ପାଇଁ ସ୍ଥିତି ଧୀରେ ଧୀରେ ଅନୁକୂଳ ହେଉଛି। ଆସନ୍ତା ୧୬ ତାରିଖ ସୁଦ୍ଧା ଦକ୍ଷିଣ ବଙ୍ଗୋପସାଗର, ଆଣ୍ଡାମାନ ସାଗର ସମେତ ଆଣ୍ଡାମାନ-ନିକୋବର ଦ୍ୱୀପପୁଞ୍ଜର କିଛି ଅଞ୍ଚଳକୁ ମୌସୁମୀବାୟୁ ପ୍ରବେଶ କରିବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି।
ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି, ଦକ୍ଷିଣ-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ କ୍ଷେତ୍ର ସମାନ ଅଞ୍ଚଳରେ ଏକ ସୁଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ଏହାସହିତ ଘୂର୍ଣ୍ଣିବଳୟ ମଧ୍ୟ ସମୁଦ୍ର ପତ୍ତନଠାରୁ ୫.୮ କିମି ପର୍ଯ୍ୟନ୍ତ ବ୍ୟାପୀ ରହିଛି। ଏହା ପ୍ରଭାବରେ ଏବେ ଦିନ ତାପମାତ୍ରା ବଢୁଛି। ବୁଧବାର ଟିଟିଲାଗଡ଼ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ହୋଇଥିବା ବେଳେ ଏଠାରେ ପାରଦ ୪୦.୫ ଡିଗ୍ରୀ ଛୁଇଁଥିଲା। ଏହାଛଡ଼ା ଭବାନୀପାଟଣା, ବଲାଙ୍ଗୀର, ସମ୍ବଲପୁରରେ ମଧ୍ୟ ତାପମାତ୍ରା ୪୦ ଡିଗ୍ରୀ ପାର୍‌ କରିଛି। ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ଥିବେବେଳେ କଁା ଭଁା କିଛି ସ୍ଥାନରେ କାଳବୈଶାଖୀ ହୋଇଥିଲା। ତେବେ ଆସନ୍ତା ୨ରୁ ୩ ଦିନ ଭିତରେ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ୨ରୁ ୫ ଡିଗ୍ରୀ ବଢ଼ିବା ସହ ୫ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ବର୍ଷା ଜାରି ରହିବ। ଗୁରୁବାର କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ବର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲାରେ ୪୦ରୁ ୫୦ କିମି ବେଗରେ ପବନ ସହ ବର୍ଷା ହେବ। ସେହିପରି ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତ୍‌ସିଂହପୁର, ପୁରୀ, ଢେଙ୍କାନାଳ ଓ ଅନୁଗୋଳ ଜିଲାରେ ୩୦ରୁ ୪୦ କିମି ବେଗରେ ଝଟ୍‌କା ପବନ ସହ ବର୍ଷା ନେଇ ୟେଲୋ ୱାର୍ନିଂ ଜାରି ହୋଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଆର୍ଯ୍ୟପଲ୍ଲୀରେ ପୁଣି କୂଳ ଲଙ୍ଘିଲା ସମୁଦ୍ର: ଲୀନ ହେଲା ଗ୍ରାମ ରାସ୍ତା-ମନ୍ଦିର, ସ୍ଥାୟୀ ପ୍ରତିକାର ଦାବିରେ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ପରିସ୍ଥିତିକୁ ନେଇ ଚିନ୍ତା ବଢ଼ିବାରେ ଲାଗିଥିବାବେଳେ ସ୍ଥାନୀୟ…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

ଟେଷ୍ଟ କ୍ରିକେଟକୁ ଫେରିବେ ବେନ ଷ୍ଟୋକ୍ସ; ପରବର୍ତ୍ତୀ ଆଶେସ ସିରିଜରେ ଖେଳିବେ!

ନୂଆଦିଲ୍ଲୀ,୧।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ବେନ ଷ୍ଟୋକ୍ସ ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି, କିନ୍ତୁ ସମ୍ଭାବ୍ୟ ପୁନରାଗମନ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ କ୍ରିକେଟ…

ମୋଦିଙ୍କ ଭିଡ଼ିଓକୁ ନେଇ କଡ଼ା ଟାର୍ଗେଟ କଲେ ରୋହଣୀ

ନୂଆଦିଲ୍ଲୀ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଭିଡିଓ ଜାରି କରି କହିଛନ୍ତି ଯେ ସେ ତାଙ୍କ ପ୍ରତି ଅପଶବ୍ଦ ବ୍ୟବହାର କରିଥିବା ପିଲାମାନଙ୍କୁ କ୍ଷମା କରିଦେଇଛନ୍ତି। ସାମ୍ପ୍ରତିକ…

ରାସ୍ତାରେ ଖୁଚୁରା ଟଙ୍କା ପକାଇ ମୁହୂର୍ତ୍ତକ ଭିତରେ ନେଇଗଲେ ୫ ଲକ୍ଷ ଟଙ୍କା ଭର୍ତ୍ତି ବ୍ୟାଗ

ଗଜପତି,(ଗିରିଧାରୀ ପରିଛା) ୧।୮: ଦିନଦ୍ୱିପ୍ରହରରେ ବ୍ୟାଙ୍କ ସାମ୍ନାରେ ଫିଲ୍ମ ଷ୍ଟାଇଲରେ ଲୁଟ୍। ରାସ୍ତାରେ ଖୁଚୁରା ଟଙ୍କା ପକାଇ ଧ୍ୟାନ ଭୁଲାଇଦେଲେ, ଆଉ ମୁହୂର୍ତ୍ତକ ଭିତରେ ୫ ଲକ୍ଷ…

୪୦ ଫୁଟ ତଳକୁ ଖସିଲା ବାଇକ୍; ଜଣେ ମୃତ, ଜଣେ ଗୁରୁତର

ଗୁଣୁପୁର, ୧/୮ (ସଂକେତ ପାତ୍ର): ରାୟଗଡ଼ା ଜିଲା ପୁଟାସିଂ ଥାନା ଅନ୍ତର୍ଗତ ଆରାଡୁଲ ଘାଟିରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍ ଭାରସାମ୍ୟ…

ମା’ ପାଇଁ ଭକ୍ତଙ୍କ ଉପହାର :ମନ୍ଦିରକୁ ୨ ଲକ୍ଷ ୫୪ ହଜାର ଟଙ୍କା ସହ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଛତ୍ରପୁର ସହରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମା ଠାକୁରାଣୀ ଯାତ୍ରା କମିଟି ପକ୍ଷରୁ ମନ୍ଦିର ପରିଚାଳନା କମିଟି ଓ ବହୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri