୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! IMDର ପୂର୍ବାନୁମାନ

ଭୁବନେଶ୍ୱର,୬।୬: ୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! ପ୍ରବଳ ଗରମ ଓ ଗୁଳୁଗୁଳିରୁ ଶୀଘ୍ର ମିଳିପାରେ ମୁକ୍ତି। ଆଗାମୀ ୬ରୁ ୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁପାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ଏନେଇ ଆକଳନ କରାଯାଇଛି।

ଦେଶର ମୁଖ୍ୟ ଭୂ-ଭାଗ କେରଳ ଛୁଇଁବା ପରେ ଏବେ ମୌସୁମୀ ବାୟୁ ଧୀରେ ଧୀରେ ଆଗକୁ ଅଗ୍ରସର ହେବାରେ ଲାଗିଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଓଡ଼ିଶାର କିଛି ଅଞ୍ଚଳକୁ ମୌସୁମୀ ବାୟୁ ଅଗ୍ରସର ହେବା ପାଇଁ ବାୟୁମଣ୍ଡଳୀୟ ପରିସ୍ଥିତି ସମ୍ପୂର୍ଣ୍ଣ ଅନୁକୂଳ ରହିଛି। ଯଦି ସବୁ କିଛି ଠିକ ରହେ, ତେବେ ଚଳିତ ବର୍ଷ ପବିତ୍ର ରଜ ସମୟକୁ ଅର୍ଥାତ ଆସନ୍ତା ଜୁନ ୧୧ରୁ ୧୪ ତାରିଖ ଭିତରେ ରାଜ୍ୟରେ ମୌସୁମୀ ବାୟୁ ପ୍ରବେଶ କରିବ।

ମୌସୁମୀ ବାୟୁ ଓଡ଼ିଶା ଆଡ଼କୁ ଅଗ୍ରସର ହେଉଥିବାରୁ ବାୟୁମଣ୍ଡଳରେ ଆର୍ଦ୍ରତା ବୃଦ୍ଧି ପାଇବ। ଏହାର ପ୍ରଭାବରେ ମୌସୁମୀ ପ୍ରବେଶ କରିବା ପୂର୍ୱରୁ ରାଜ୍ୟର ଅଧିକାଂଶ ସ୍ଥାନରେ ଗରମ ସହ ଗୁଳୁଗୁଳିର ପ୍ରକୋପ ଅଧିକ ଅନୁଭୂତ ହେବ। କିନ୍ତୁ ଏହା ସହିତ ଅନେକ ଜିଲାରେ ପ୍ରାକ-ମୌସୁମୀ ବର୍ଷା ଏବଂ କାଳବୈଶାଖୀର ପ୍ରଭାବ ମଧ୍ୟ ଦେଖିବାକୁ ମିଳିବ।

ପାଣିପାଗ ବିଶେଷଜ୍ଞଙ୍କ ଅନୁସାରେ, ଚଳିତ ବର୍ଷ ଏଲ ନିନୋ (El Ni୦o) ର ପ୍ରଭାବ ଯୋଗୁଁ ଜୁନରୁ ସେପ୍ଟେମ୍ୱର ମଧ୍ୟରେ ସାଧାରଣ ବୃଷ୍ଟିପାତର ପରିମାଣ ସାମାନ୍ୟ କମ ରହିପାରେ। ଦକ୍ଷିଣ ଏବଂ କେନ୍ଦ୍ରୀୟ ଓଡ଼ିଶାରେ ସ୍ୱାଭାବିକ ବର୍ଷା ହେବାର ସମ୍ଭାବନା ଥିବାବେଳେ, ଉତ୍ତର ଓଡ଼ିଶାରେ ବୃଷ୍ଟିପାତର ପରିମାଣ ସାଧାରଣଠାରୁ କମ ରହିବା ନେଇ ଆକଳନ କରାଯାଇଛି। ମୌସୁମୀ ଆସିବା ପରେ ହିଁ ରାଜ୍ୟରେ ତାପମାତ୍ରା ହ୍ରାସ ପାଇବ ଏବଂ ଚାଷ କାର୍ଯ୍ୟ ତ୍ୱରାନୱିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ୧୭ଥର ଛୁରି ଭୁସିଲେ ସହଯୋଗୀ: ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୧୨ା୯ :ପୂର୍ବ ଦିଲ୍ଲୀର ମାଣ୍ଡଓ୍ବାଲି ଅଞ୍ଚଳରେ ଜଣେ ୨୨ ବର୍ଷୀୟ ଯୁବକଙ୍କୁ ୧୭ ଥର ଛୁରାମାଡ଼ ହେବାରୁ ତାଙ୍କର ମୃତ୍ୟୁ ଘଟିଥିବା ଶୁକ୍ରବାର ପୋଲିସ କହିଛି। ପୋଲିସ…

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ…

ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…

ମହେନ୍ଦ୍ରତନୟା ଗାଧୋଇବାକୁ ଯାଇଥିଲେ ଦୁର୍ଗା: ହଠାତ୍‌ ଘଟିଲା…

ପାରଳାଖେମୁଣ୍ଡି,୧୨।୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଅମରା ନିକଟ ମହେନ୍ଦ୍ରତନୟା ନଦୀରେ ଗାଧୋଇବାବେଳେ ଜଣେ ବୃଦ୍ଧ ଭାସିଯାଇ ନିଖୋଜ ହୋଇଛନ୍ତି। ସେ ହେଲେ ଦୁର୍ଗା ପ୍ରସାଦ ପାଣିଗ୍ରାହୀ…

ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା

ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍‌ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…

ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?