ସବୁ ଜିଲାକୁ ଛୁଇଁଲା ମୌସୁମୀ

ଭୁବନେଶ୍ୱର,୨୨ା୬ (ଅସମାପିକା ସାହୁ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ହୋଇଛି। ଶୁକ୍ରବାର ସୁଦ୍ଧା ସବୁ ଜିଲାକୁ ମୌସୁମୀ ଛୁଇଁବା ପରେ ଅଧିକାଂଶ ଅଞ୍ଚଳରେ ବର୍ଷା ଆରମ୍ଭ ହୋଇଛି। ଫଳରେ ଗ୍ରୀଷ୍ମ ଲହରିରେ ବ୍ରେକ୍‌ ଲାଗିବା ସହ ଲୋକଙ୍କୁ ଆଶ୍ବସ୍ତି ମିଳିଛି। ଏ ନେଇ ଶୁକ୍ରବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, ନୟାଗଡ଼, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ବୌଦ୍ଧ, ସୋନପୁର, ବରଗଡ଼, ଅନୁଗୋଳ, ଢେଙ୍କାନାଳ, ଖୋର୍ଦ୍ଧା, କଟକ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର ଓ ଦେବଗଡ଼ ଆଦି ୨୪ ଜିଲାକୁ ମୌସୁମୀ ସମ୍ପୂର୍ଣ୍ଣ ଛୁଇଁଛି। ସେହିଭଳି ୪ ଜିଲା ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର ଓ ବାଲେଶ୍ୱରର ଅଧିକାଂଶ ଅଞ୍ଚଳ ଏବଂ ସୁନ୍ଦରଗଡ଼ ଓ ମୟୂରଭଞ୍ଜ ଆଦି ୨ଟି ଜିଲାର କିଛି ଅଞ୍ଚଳରେ ମୌସୁମୀ ପହଞ୍ଚିଛି ।  ବର୍ତ୍ତମାନ ମୌସୁମୀ ଅଗ୍ରସର ହେବା ପାଇଁ ପାଗ ଅନୁକୂଳ ରହିଛି। ଆସନ୍ତା ୩-୪ଦିନ ମଧ୍ୟରେ ରାଜ୍ୟର ଏହି ୬ଟି ଜିଲାକୁ ମୌସୁମୀ ସମ୍ପୂର୍ଣ୍ଣ ଛୁଇଁବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
ମୌସୁମୀ ସକ୍ରିୟ ରହିବାରୁ ରାଜ୍ୟର ଅଧିକାଂଶ ଅଞ୍ଚଳରେ ସ୍ବାଭାବିକ ବର୍ଷା ଆରମ୍ଭ ହୋଇଛି। ଶୁକ୍ରବାର ଖୋର୍ଦ୍ଧାରେ ସର୍ବାଧିକ ୬୫ ମି.ମି. ବର୍ଷା ହୋଇଥିବାବେଳେ ରାଉରକେଲାରେ ୫୬, କେନ୍ଦୁଝର ୪୦, ଦାରିଙ୍ଗବାଡ଼ି ୩୮, ତାଳଚେର ୩୫, ସୋନପୁର ୨୪.୮, ବୌଦ୍ଧ ୨୩, ପାରାଦୀପ ୧୮, ଟିଟିଲାଗଡ଼ ୧୬.୨, ଯାଜପୁର ୧୫.୨, ଢେଙ୍କାନାଳ, ୧୫.୨ ଓ ଭୁବନେଶ୍ୱରରେ ୬.୩ ମି.ମି. ବର୍ଷା ରେକର୍ଡ କରାଯାଇଛି। ସେହିଭଳି ଚାନ୍ଦବାଲି, ଗୋପାଳପୁର, ଭବାନୀପାଟଣା, ବଲାଙ୍ଗୀର, କୋରାପୁଟ, ଫୁଲବାଣୀ, ଭଦ୍ରକ, ଯାଜପୁର, ନୂଆପଡ଼ାରେ ମଧ୍ୟ ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର ସୂଚନା ଦେଇଛି।
ଗତମାସରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଭାରତରେ ପ୍ରବେଶ କରିଥିଲା। ମେ’ ୩୦ରେ ଏହା ପ୍ରଥମେ କେରଳ ସ୍ପର୍ଶ କରିଥିଲା। ଜୁନ୍‌ ୮ରେ ମୌସୁମୀ ଓଡ଼ିଶା ଛୁଇଁଥିଲା। ପ୍ରଥମେ ମାଲକାନଗିରିରେ ମୌସୁମୀ ପ୍ରବେଶ କରିଥିଲା। ଉକ୍ତ ଦିନ ସେଠାରେ ପ୍ରବଳ ବର୍ଷା ହୋଇଥିଲା। ଅର୍ଥାତ୍‌ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୫୫.୫ ମି.ମି. ବର୍ଷା ରେକର୍ଡ କରାଯାଇଥିଲା। ମାତ୍ର ଏହାପରେ ମୌସୁମୀ ଆଉ ସେପରି ଅଗ୍ରସର ହୋଇ ନ ଥିଲା। ତିନିଦିନର ବ୍ରେକ୍‌ ପରେ ଏହା କୋରାପୁଟ ଓ ପରେ ରାୟଗଡ଼ା ଛୁଇଁଥିଲା। ପାଗ ଅନୁକୂଳ ନ ଥିବାରୁ ରାଜ୍ୟର ଅନ୍ୟ ଜିଲାକୁ ମୌସୁମୀ ଅଗ୍ରସର ହୋଇପାରି ନ ଥିଲା। ଏବେ ପ୍ରାୟତଃ ସାରା ରାଜ୍ୟରେ ମୌସୁମୀ ସକ୍ରିୟ ହେବାକୁ ଯାଉଛି। ମୌସୁମୀ ବର୍ଷା ଯୋଗୁ ଲୋକେ ତାତି ଓ ଗୁଳୁଗୁଳିରୁ ଆଶ୍ୱସ୍ତ ହୋଇଛନ୍ତି। ମୌସୁମୀ ପ୍ରଭାବରେ ଏବେ କ୍ରମଶଃ ରାଜ୍ୟର ସମସ୍ତ ଜିଲାରେ ବର୍ଷା ହେବ। ଚାଷ କାମ ଆରମ୍ଭ ହୋଇଯିବ। ତେଣୁ ଚାଷୀ ମନରେ ଖୁସି ଦେଖିବାକୁ ମିଳିଛି। ଅପରପକ୍ଷେ ରାଜ୍ୟର କିଛି ଜିଲାକୁ ଆସନ୍ତା ଦୁଇଦିନ କାଳବୈଶାଖୀ ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଶନିବାର ୧୫ ଜିଲାକୁ ଝଡ଼ବର୍ଷା ନେଇ ସତର୍କ କରାଯାଇଥିବା ବେଳେ କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଯୁଦ୍ଧ ଆରମ୍ଭ! ଆମେରିକାର ଯୁଦ୍ଧଜାହାଜ ଉପରେ ଆକ୍ରମଣ କଲା ଇରାନ, ସମ୍ପୂର୍ଣ୍ଣ ଧ୍ୱଂସ….

ନୂଆଦିଲ୍ଲୀ,୨୫।୩: ଇରାନ ପୁଣି ଥରେ ଭୂମଧ୍ୟସାଗରରେରେ ଆମେରିକୀୟ ଯୁଦ୍ଧଜାହାଜକୁ ଟାର୍ଗେଟ କରିଛି । ୟୁଏସଏସ ଆବ୍ରାହମ ଲିଙ୍କନକୁ ବାଲିଷ୍ଟିକ୍ ମିଶାଇଲରେ ଆକ୍ରମଣ କରି ଟାର୍ଗେଟ କରିଛି । ଭିଡିଓରେ…

ଭଞ୍ଜନଗର ଯାତ୍ରାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନେଇ…

ଭଞ୍ଜନଗର,୨୫ା୩(ବାବୁଲା ପ୍ରଧାନ): ଏପ୍ରିଲ ୨୬ ତାରିଖରୁ ମେ’ ୨୦ ତାରିଖ ମଧ୍ୟରେ ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ହେବ। ତେଣୁ ଯାତ୍ରା କମିଟିର ମୁଖ୍ୟ ଉପଦେଷ୍ଟା…

ଦିଗପହଣ୍ଡିରେ କାଳବୈଶାଖୀ ପ୍ରଭାବ; ମୁଖ୍ୟମନ୍ତ୍ରୀ ବସ ଉପରେ ପଡ଼ିଲା ଗଛ ଡାଳ, ୪୦ ଯାତ୍ରୀ ଚିତ୍କାର….

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ ଟାରୁ ସାଢ଼େ ୩ ଟା ଯାଏଁ…

ହଠାତ୍‌ ବଦଳିଗଲା ପାଗ: ଧୂଳିଝଡ଼ ସହ କୁଆପଥର ମାଡ଼

ବନ୍ତ,୨୫ା୩(କିଶୋର କୁମାର ସେଠୀ): ବୁଧବାର ଅପରାହ୍ନରେ ହଠାତ୍‌ ପାଗ ବଦଳିଯିବା ସହ ବନ୍ତ ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ପ୍ରବଳ ବେଗରେ ପବନ,…

ସୁରକ୍ଷା ନେଇ ଉଠିଲା ପ୍ରଶ୍ନବାଚୀ, ରତ୍ନଭଣ୍ଡାର ଗଣତିମଣତି ବେଳେ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍‌

ପୁରୀ,୨୫ା୩(ଅଜିତ୍ କୁମାର ମହାନ୍ତି): ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ପୁଣି ଚାଲେଞ୍ଜ କଲେ ଅସାମାଜିକ ବ୍ୟକ୍ତି । ଏକାସାଙ୍ଗରେ ପୁଣି ଶ୍ରୀମନ୍ଦିର ନୀଳଚକ୍ର ଉପରେ ଉଡିଲା ଦୁଇ ଦୁଇଟି…

ଆରମ୍ଭ ହେଲା ରତ୍ନଭଣ୍ଡାର ଗଣତି: ୪୮ ବର୍ଷ ପରେ ଝଲସିବ କାଳିଆ ସାଆନ୍ତଙ୍କ ଅଳଙ୍କାର

ପୁରୀ,୨୫ା୩(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପରିଚାଳନା କମିଟି ନିଷ୍ପତ୍ତି ଅନୁଯାୟୀ, ବୁଧବାରଠାରୁ ରତ୍ନଭଣ୍ଡାର ଗଣତି ଆରମ୍ଭ ହୋଇଛି। ଏନେଇ ସରକାରଙ୍କଠାରୁ ଆରମ୍ଭକରି ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ,…

ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି-ଜୀବନ ପ୍ରଦୀପ ଦାସ

ଭୁବନେଶ୍ବର,୨୫।୩: ଚର୍ଚ୍ଚାର ଅନ୍ତ ଘଟିଲା ।  ବିଜେଡିକୁ ଫେରିଲେ ରଘୁନାଥ ମହାନ୍ତି ଓ ଜୀବନ ପ୍ରଦୀପ ଦାସ । କିଛି ଦିନ ହେବ ସେମାନେ ବିଜେଡିରେ ସାମିଲ…

ସ୍ବାଧୀନତାର ଦୀର୍ଘବର୍ଷ ପରେ ବି ଏହି ୭ ଗାଁକୁ ହୋଇନି ବିଦ୍ୟୁତ୍‌ ସଂଯୋଗ, ଦାବିପତ୍ର ଦେଇ…

ବଞ୍ଚୋ,୨୫ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଅନ୍ତର୍ଗତ ଶାମୁକା ନେଣ୍ଡି ପଞ୍ଚାୟତର ଉପରନଟିଆ, ଖଣ୍ଡିତଳ, ବାରଶାଡାହି, ଲକ୍ଷ୍ମଣଡାହି, ବାଇବୃରୁ, ଫନଡାହି, ପଠାଣଡାହି ଆଦି ୭ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri