ସବୁ ଜିଲାକୁ ଛୁଇଁଲା ମୌସୁମୀ

ଭୁବନେଶ୍ୱର,୨୨ା୬ (ଅସମାପିକା ସାହୁ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ହୋଇଛି। ଶୁକ୍ରବାର ସୁଦ୍ଧା ସବୁ ଜିଲାକୁ ମୌସୁମୀ ଛୁଇଁବା ପରେ ଅଧିକାଂଶ ଅଞ୍ଚଳରେ ବର୍ଷା ଆରମ୍ଭ ହୋଇଛି। ଫଳରେ ଗ୍ରୀଷ୍ମ ଲହରିରେ ବ୍ରେକ୍‌ ଲାଗିବା ସହ ଲୋକଙ୍କୁ ଆଶ୍ବସ୍ତି ମିଳିଛି। ଏ ନେଇ ଶୁକ୍ରବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, ନୟାଗଡ଼, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ବୌଦ୍ଧ, ସୋନପୁର, ବରଗଡ଼, ଅନୁଗୋଳ, ଢେଙ୍କାନାଳ, ଖୋର୍ଦ୍ଧା, କଟକ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର ଓ ଦେବଗଡ଼ ଆଦି ୨୪ ଜିଲାକୁ ମୌସୁମୀ ସମ୍ପୂର୍ଣ୍ଣ ଛୁଇଁଛି। ସେହିଭଳି ୪ ଜିଲା ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର ଓ ବାଲେଶ୍ୱରର ଅଧିକାଂଶ ଅଞ୍ଚଳ ଏବଂ ସୁନ୍ଦରଗଡ଼ ଓ ମୟୂରଭଞ୍ଜ ଆଦି ୨ଟି ଜିଲାର କିଛି ଅଞ୍ଚଳରେ ମୌସୁମୀ ପହଞ୍ଚିଛି ।  ବର୍ତ୍ତମାନ ମୌସୁମୀ ଅଗ୍ରସର ହେବା ପାଇଁ ପାଗ ଅନୁକୂଳ ରହିଛି। ଆସନ୍ତା ୩-୪ଦିନ ମଧ୍ୟରେ ରାଜ୍ୟର ଏହି ୬ଟି ଜିଲାକୁ ମୌସୁମୀ ସମ୍ପୂର୍ଣ୍ଣ ଛୁଇଁବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
ମୌସୁମୀ ସକ୍ରିୟ ରହିବାରୁ ରାଜ୍ୟର ଅଧିକାଂଶ ଅଞ୍ଚଳରେ ସ୍ବାଭାବିକ ବର୍ଷା ଆରମ୍ଭ ହୋଇଛି। ଶୁକ୍ରବାର ଖୋର୍ଦ୍ଧାରେ ସର୍ବାଧିକ ୬୫ ମି.ମି. ବର୍ଷା ହୋଇଥିବାବେଳେ ରାଉରକେଲାରେ ୫୬, କେନ୍ଦୁଝର ୪୦, ଦାରିଙ୍ଗବାଡ଼ି ୩୮, ତାଳଚେର ୩୫, ସୋନପୁର ୨୪.୮, ବୌଦ୍ଧ ୨୩, ପାରାଦୀପ ୧୮, ଟିଟିଲାଗଡ଼ ୧୬.୨, ଯାଜପୁର ୧୫.୨, ଢେଙ୍କାନାଳ, ୧୫.୨ ଓ ଭୁବନେଶ୍ୱରରେ ୬.୩ ମି.ମି. ବର୍ଷା ରେକର୍ଡ କରାଯାଇଛି। ସେହିଭଳି ଚାନ୍ଦବାଲି, ଗୋପାଳପୁର, ଭବାନୀପାଟଣା, ବଲାଙ୍ଗୀର, କୋରାପୁଟ, ଫୁଲବାଣୀ, ଭଦ୍ରକ, ଯାଜପୁର, ନୂଆପଡ଼ାରେ ମଧ୍ୟ ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର ସୂଚନା ଦେଇଛି।
ଗତମାସରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଭାରତରେ ପ୍ରବେଶ କରିଥିଲା। ମେ’ ୩୦ରେ ଏହା ପ୍ରଥମେ କେରଳ ସ୍ପର୍ଶ କରିଥିଲା। ଜୁନ୍‌ ୮ରେ ମୌସୁମୀ ଓଡ଼ିଶା ଛୁଇଁଥିଲା। ପ୍ରଥମେ ମାଲକାନଗିରିରେ ମୌସୁମୀ ପ୍ରବେଶ କରିଥିଲା। ଉକ୍ତ ଦିନ ସେଠାରେ ପ୍ରବଳ ବର୍ଷା ହୋଇଥିଲା। ଅର୍ଥାତ୍‌ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୫୫.୫ ମି.ମି. ବର୍ଷା ରେକର୍ଡ କରାଯାଇଥିଲା। ମାତ୍ର ଏହାପରେ ମୌସୁମୀ ଆଉ ସେପରି ଅଗ୍ରସର ହୋଇ ନ ଥିଲା। ତିନିଦିନର ବ୍ରେକ୍‌ ପରେ ଏହା କୋରାପୁଟ ଓ ପରେ ରାୟଗଡ଼ା ଛୁଇଁଥିଲା। ପାଗ ଅନୁକୂଳ ନ ଥିବାରୁ ରାଜ୍ୟର ଅନ୍ୟ ଜିଲାକୁ ମୌସୁମୀ ଅଗ୍ରସର ହୋଇପାରି ନ ଥିଲା। ଏବେ ପ୍ରାୟତଃ ସାରା ରାଜ୍ୟରେ ମୌସୁମୀ ସକ୍ରିୟ ହେବାକୁ ଯାଉଛି। ମୌସୁମୀ ବର୍ଷା ଯୋଗୁ ଲୋକେ ତାତି ଓ ଗୁଳୁଗୁଳିରୁ ଆଶ୍ୱସ୍ତ ହୋଇଛନ୍ତି। ମୌସୁମୀ ପ୍ରଭାବରେ ଏବେ କ୍ରମଶଃ ରାଜ୍ୟର ସମସ୍ତ ଜିଲାରେ ବର୍ଷା ହେବ। ଚାଷ କାମ ଆରମ୍ଭ ହୋଇଯିବ। ତେଣୁ ଚାଷୀ ମନରେ ଖୁସି ଦେଖିବାକୁ ମିଳିଛି। ଅପରପକ୍ଷେ ରାଜ୍ୟର କିଛି ଜିଲାକୁ ଆସନ୍ତା ଦୁଇଦିନ କାଳବୈଶାଖୀ ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଶନିବାର ୧୫ ଜିଲାକୁ ଝଡ଼ବର୍ଷା ନେଇ ସତର୍କ କରାଯାଇଥିବା ବେଳେ କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନରେ ନୟନତାରା: ନୂଆବର୍ଷରେ କରିବେ ଧମାଲ୍‌

ପ୍ରଶଂସକମାନେ ୟଶଙ୍କ ଫିଲ୍ମ ‘ଟକ୍ସିକ’ର ମୁକ୍ତିଲାଭ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ନୂଆବର୍ଷ ପୂର୍ବରୁ ପ୍ରଶଂସକଙ୍କୁ ବଡ଼ ଉପହାର ଦେଇଛନ୍ତି ଏହି ଫିଲ୍ମର ନିର୍ମାତା।...

ବିଜେଡି ଅସନ୍ତୁଷ୍ଟଙ୍କ ଉପରେ ମୋକିମଙ୍କ ନଜର, ନୂଆ ସମୀକରଣକୁ ନେଇ କହିଲେ…

ଭୁବନେଶ୍ୱର,୩୧ା୧୨: ନୂଆଦଳ ଓ ସମୀକରଣକୁ ନେଇ କଂଗ୍ରେସର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଏକ ବଡ଼ ବୟାନ ଦେଇଛନ୍ତି। ମୁଖ୍ୟତଃ ଭାଜପା, ବିଜେଡି ଏବଂ କଂଗ୍ରେସକୁ...

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri