Posted inଜାତୀୟ

ଆନ୍ଧ୍ର ଛୁଇଁଲା ମୌସୁମୀ

ନୂଆଦିଲ୍ଲୀ,୭।୬(ପି.ଟି.): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ରବିବାର ସମଗ୍ର ଉତ୍ତରପୂର୍ବାଞ୍ଚଳରେ ପହଞ୍ଚତ୍ଥିବା ଭାରତର ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ କୁହାଯାଇଛି। ଏହା ସ୍ବାଭାବିକ ତାରିଖର ୪ ଦିନ ବିଳମ୍ବରେ ପହଞ୍ଚତ୍ଛି। ସୂଚନାଯୋଗ୍ୟ ଏବର୍ଷ ଦୁଇଦିନ ବିଳମ୍ବ ଅର୍ଥାତ ଜୁନ୍‌ ୩ରେ ମୌସୁମୀ କେରଳ ଛୁଇଁଥିଲା। ଏହାର ୩ ଦିନ ମଧ୍ୟରେ ମୌସୁମୀ ସକ୍ରିୟ ହୋଇ ସମଗ୍ର କେରଳ, କର୍ନାଟକ, ତାମିଲନାଡୁ ଏବଂ ଆନ୍ଧ୍ରପ୍ରଦେଶ ଓ ତେଲଙ୍ଗାନାର କେତେକ ଅଞ୍ଚଳରେ ପହଞ୍ଚତ୍ପାରିଛି। ଏବେ ଏହା କେନ୍ଦ୍ରୀୟ ଆରବ ସାଗରର କେତେକ ଅଞ୍ଚଳ, ମହାରାଷ୍ଟ୍ର, କର୍ନାଟକ ଓ ତେଲଙ୍ଗାନାର ଅଧିକାଂଶ ଅଞ୍ଚଳ, ତାମିଲନାଡୁର ସମସ୍ତ ଅଞ୍ଚଳ, ଆନ୍ଧ୍ରପ୍ରଦେଶର ଅନ୍ୟ କେତେକ ଅଞ୍ଚଳ ଓ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଉତ୍ତରପୂର୍ବ ରାଜ୍ୟ ନାଗାଲାଣ୍ଡ, ମଣିପୁର, ମିଜୋରାମ, ତ୍ରିପୁରା, ଆସାମ, ମେଘାଳୟ ଏବଂ ଅରୁଣାଚଳ ପ୍ରଦେଶରେ ପ୍ରବେଶ କରିଥିବାବେଳେ ପଶ୍ଚିମବଙ୍ଗର ହିମାଳୟ ଅଞ୍ଚଳର ଅଧିକାଂଶ ସ୍ଥାନ ଏବଂ ସିକିମରେ ପହଞ୍ଚତ୍ଥିବା ଆଇଏମ୍‌ଡି କହିଛି।
ସାଧାରଣତଃ ଜୁନ୍‌ ୩ରୁ ୧୦ ମଧ୍ୟରେ ମୌସୁମୀ ଉତ୍ତରପୂର୍ବାଞ୍ଚଳର ଅଧିକାଂଶ ଅଞ୍ଚଳକୁ ଛୁଇଁଥାଏ। ଉଦାହରଣ ସ୍ବରୂପ ଅଗରତାଲା, ଆଇଜଲ, ସିଲଂ ଏବଂ ଇମ୍ଫାଲରେ ମୌସୁମୀ ପହଞ୍ଚତ୍ବାର ସ୍ବାଭାବିକ ତାରିଖ ଜୁନ୍‌ ୧ ହୋଇଥିବାବେଳେ ସିକିମ୍‌ର ଗାଙ୍ଗଟକ୍‌ରେ ୧୦ ତାରିଖରେ ପହଞ୍ଚତ୍ଥାଏ। ତେବେ ଆଗାମୀ ଦୁଇଦିନ ମୌସୁମୀ ଅଗ୍ରଗତି ମନ୍ଥର ରହିବ ବୋଲି ଆଇଏମ୍‌ଡି କହିଛି। ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ଥିବାରୁ ମୌସୁମୀ ଅଧିକ ସକ୍ରିୟ ହେବା ଆଶା କରାଯାଉଛି। ଫଳରେ ଓଡ଼ିଶା, ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ ଏବଂ ବିହାରର କେତେକ ଅଞ୍ଚଳରେ ଜୁନ୍‌ ୧୫ ସୁଦ୍ଧା ମୌସୁମୀ ପହଞ୍ଚାଇବାରେ ଏହି ଘୂର୍ଣ୍ଣିବଳୟ ସହାୟକ ହେବ ବୋଲି କୁହାଯାଉଛି। ଚଳିତବର୍ଷ ସ୍ବାଭାବିକ ମୌସୁମୀ ବର୍ଷା ହେବ ବୋଲି ଆଇଏମ୍‌ଡି ପୂର୍ବାନୁମାନ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଳା ଓ ସଙ୍ଗୀତରେ ଚମକିଲେ ଭାଇ-ଭଉଣୀ: ପ୍ରାଚୀଙ୍କ ସଙ୍ଗୀତରେ ଝୁମିଲେ ଦର୍ଶକ

ଗଞ୍ଜାମ, ୩୧/୮ (ବିଦ୍ୟାଧର ସାହୁ): ବିବିଧ ଫାଉଣ୍ଡେଶନ୍‌ କଳା ଓ ସଂସ୍କୃତି ପକ୍ଷରୁ ଆୟୋଜିତ ପ୍ରତିଯୋଗିତାରେ ପାରଦର୍ଶିତା ଦେଖାଇଛନ୍ତି ଗଞ୍ଜାମ ସହରର ଭାଇ-ଭଉଣୀ। ପ୍ରାଚୀଙ୍କ ସଙ୍ଗୀତର ମୂର୍ଚ୍ଛନାରେ…

ଦିନେ ମୋଦି କରିଥିଲେ ପ୍ରଶଂସା, ଏବେ ଜୀବିକା ହରାଇବେ ଏହି ମହିଳା: କାହାଣୀ ଶୁଣିଲେ…

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ କି ବାତ’ର ୧୩୭ତମ ଏପିସୋଡରେ ବେଙ୍ଗାଲୁରୁର ଜଣେ ରାସ୍ତା ବିକ୍ରେତା ଟି.ଏସ. ନିଙ୍ଗାମ୍ମାଙ୍କ କାହାଣୀ ଶେୟାର କରିଥିଲେ। ପ୍ରଧାନମନ୍ତ୍ରୀ ତାଙ୍କ…

ଭୁବନେଶ୍ୱର, ଝାରସୁଗୁଡ଼ା ପରେ ଢେଙ୍କାନାଳରେ ଖୋଲିଲା ଚାଉଳ ଏଟିଏମ୍‌

ଢେଙ୍କାନାଳ,୩୧।୮(ରତନ ନାୟାର): ଭୁବନେଶ୍ୱର, ଝାରସୁଗୁଡା ପରେ ଢେଙ୍କାନାଳରେ ଖୋଲିଲା ଚାଉଳ ଏଟିଏମ୍‌। ସୋମବାର ସ୍ଥାନୀୟ ଜିଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ନିକଟରେ ଖାଦ୍ୟ, ଯୋଗାଣ ଓ ଖାଉଟି…

ଜିଲାସ୍ତରୀୟ ଜନଶୁଣାଣି: ୨୨୧ ଅଭିଯୋଗ ଶୁଣିଲେ ଜିଲାପାଳ-ଏସପି

ଦାରିଙ୍ଗବାଡି, ୩୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଥିବା ସଭାଗୃହରେ ସୋମବାର ଜିଲାସ୍ତରୀୟ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏହି…

କନ୍ୟା ରାଶିରେ ବୁଧଙ୍କ ଗୋଚର: ୭ ସେପ୍ଟେମ୍ବରରୁ ଏହି ୫ ରାଶିଙ୍କ ଖୋଲିବ ଉନ୍ନତିର ରାସ୍ତା, ବଢ଼ିବ…

ବୈଦିକ ଜ୍ୟୋତିଷରେ ବୁଧଙ୍କୁ ବୁଦ୍ଧି, ବାଣୀ, ତର୍କ, ଗଣନା, ବ୍ୟବସାୟ ଓ ଯୋଗାଯୋଗର କାରକ ଗ୍ରହ ଭାବେ ମାନାଯାଏ। ତେଣୁ ବୁଧଙ୍କ ରାଶି ପରିବର୍ତ୍ତନର ପ୍ରଭାବ ଜାତକଙ୍କ…

ବନ୍ୟା ସ୍ରୋତରେ ଭାସିଗଲେ: ଜଣେ ଉଦ୍ଧାର, ଜଣେ ନିଖୋଜ

ପଟ୍ଟାମୁଣ୍ଡାଇ୩୧।୮(କଳ୍ପତରୁ ନାୟକ): କେନ୍ଦ୍ରପଡ଼ା ପଟ୍ଟାମୁଣ୍ଡାଇ ବ୍ଲକ ପେଣ୍ଠପାଳ ପଞ୍ଚାୟତ କୋଳଥିଆ ବ୍ରାହ୍ମଣ ସାହି ଘୋଷରା ନିକଟ ଘାଇରେ ଘଟିଛି ଏକ ଦୁଃଖଦ ଘଟଣା। ବନ୍ୟା ସ୍ରୋତରେ ଦୁଇଜଣ…

୫ ସେପ୍ଟେମ୍ବର CJP ଆନ୍ଦୋଳନକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ବଢିଲା ସରକାରଙ୍କ ଚିନ୍ତା, ଖୁସିହେଲେ ଦୀପକେ

ନୂଆଦିଲ୍ଲୀ,୩୧।୮: କକରୋଚ ଜନତା ପାର୍ଟି (CJP) ପକ୍ଷରୁ ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ପୁଣି ଏକ ବିରୋଧ ମାର୍ଚ୍ଚ ଆୟୋଜନ କରାଯିବାକୁ ଘୋଷଣା ହୋଇଛି। ଏହି ପ୍ରସ୍ତାବିତ…

ଗୁଡ଼ାରି ଏନ୍‌ଏସିରେ ଜାତୀୟ ପତାକାକୁ ଅବମାନନା

ଗୁଡ଼ାରି, ୩୧।୮ (ପ୍ରମୋଦ କୁମାର ପତି): ଗୁଡ଼ାରି ଏନ୍‌ଏସି ପରିସରରେ ସୋମବାର ସ୍ୱାୟତ୍ତ ଶାସନ ଦିବସ ପାଳନ ବେଳେ ଏକ ଅଭାବନୀୟ ଘଟଣା ଘଟିଥିବା ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri