ଆଉ ୪ ଦିନ ଗୁଳୁଗୁଳି, ଏହିଦିନ ଓଡ଼ିଶା ଆସିବ ମୌସୁମୀ

ଭୁବନେଶ୍ୱର, ୩୧।୫(ଅସମାପିକା ସାହୁ): ପଶ୍ଚିମରେ ଅସମ୍ଭାଳ ତାତି ଓ ଉପକୂଳରେ ପ୍ରବଳ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଉଛି। ଛଟପଟ ହେଉଛି ସାରା ଓଡ଼ିଶା। ଗୁରୁବାର ରାଜ୍ୟରେ ଚଳିତ ବର୍ଷର ସର୍ବୋଚ୍ଚ ତାପମାତ୍ରା ରେକର୍ଡ କରାଯାଇଛି। ଝାରସୁଗୁଡ଼ାରେ ପାରଦ ୪୭ ଡିଗ୍ରୀକୁ ଛୁଇଁଛି। ଝାରସୁଗୁଡ଼ା ଇତିହାସରେ ଏହା ୬ଷ୍ଠ ଯୁଗ୍ମ ସର୍ବାଧିକ ତାପମାତ୍ରା। ୨୦୦୫ ମେ’ ୨୪ରେ ମଧ୍ୟ ଏଠାରେ ତାପମାତ୍ରା ୪୭ ଡିଗ୍ରୀ ରହିଥିଲା। ସେହିଭଳି ୨୬ ବର୍ଷ ପୂର୍ବରୁ ୧୯୯୮ ମେ’ ୨୮ରେ ଝାରସୁଗୁଡ଼ାରେ ସବୁଠୁ ଅଧିକ ୪୮ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିଲା ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି।
ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ଗୁରୁବାର ପୂରା ପଶ୍ଚିମ ଓଡ଼ିଶା ପ୍ରବଳ ଖରାରେ ଜଳିଛି। ୧୯ ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ଥିବାବେଳେ ୯ ସହର ୪୫ ଡିଗ୍ରୀ ଉପରେ ରହିଥିଲା। ଝାରସୁଗୁଡ଼ା ସବୁଠାରୁ ଉତ୍ତପ୍ତ ସହର ପାଲଟିଥିବାବେଳେ ଟିଟିଲାଗଡ଼ରେ ୪୬.୫ ଡିଗ୍ରୀ, ବରଗଡ଼ ୪୬.୩, ସମ୍ବଲପୁର ୪୬.୨, ସୋନପୁର, ମାଲକାଗିରି ୪୫.୬, ଭବାନୀପାଟଣା ୪୫.୫, ବଲାଙ୍ଗୀର ୪୫.୩, ହୀରାକୁଦ ୪୫.୨, ରାଉରକେଲା ୪୪.୯, ନୂଆପଡ଼ା ୪୪.୫, ବୌଦ୍ଧ ୪୪.୧, ସୁନ୍ଦରଗଡ଼ ୪୩.୬, ଫୁଲବାଣୀ ୪୩.୪, ଅନୁଗୋଳ ୪୨.୩, ତାଳଚେର ୪୨.୨, କେନ୍ଦୁଝର ୪୧.୪, ପାରଳାଖେମୁଣ୍ଡି ୪୦.୪ ଓ ରାୟଗଡ଼ାରେ ୪୦.୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ଆସନ୍ତା ଦୁଇଦିନ ଏହିଭଳି ଗ୍ରୀଷ୍ମ ପ୍ରବାହ ଜାରି ରହିବ। ଏହି ଦୁଇଦିନ ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ, କଳାହାଣ୍ଡି, ନବରଙ୍ଗପୁର, ସମ୍ବଲପୁର, ବରଗଡ଼ ଓ ସୁନ୍ଦରଗଡ଼କୁ ଗ୍ରୀଷ୍ମ ପ୍ରବାହ ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେପଟେ ଆସନ୍ତା ୪ଦିନ ମଧ୍ୟ ଗୁଳୁଗୁଳି ଲାଗି ରହିବ। ଏଥିପାଇଁ ବିଭିନ୍ନ ସହରକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଶୁକ୍ରବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲାରେ ଗୁଳୁଗୁଳି ଅନୁଭୂତ ହେବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏପଟେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁସାରିଛି। ଏହା କ୍ରମଶଃ ଉତ୍ତର-ପୂର୍ବ ଅଞ୍ଚଳ ଆଡ଼କୁ ମୁହାଁଇବ। ଭାରତୀୟ ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ମୌସୁମୀ ଆଗୁଆ ଆସିଛି। ଦୁଇଦିନ ପୂର୍ବରୁ କେରଳ ଛୁଇଁଛି। ଓଡ଼ିଶାକୁ ଜୁନ ୧୨ପରେ ମୌସୁମୀ ଛୁଇଁବାର ସମ୍ଭାବନା ରହିଛି। ଦେଶରେ ଏଥର ଭଲ ବର୍ଷା ହେବ। ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇପାରେ। ମୌସୁମୀ ପାଇଁ ଜୁନ ୧ରୁ ସେପ୍ଟେମ୍ବର ୩୧ ଯାଏ ୮୭ ସେଣ୍ଟିମିଟର ବର୍ଷା ହୋଇଥାଏ। ଏଥର ୧୦୬ ସେଣ୍ଟିମିଟର ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ଆକଳନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

F1: ଲାଣ୍ଡୋ ନରିସ୍ ବିଶ୍ୱ ଚାମ୍ପିଅନ୍, ମ୍ୟାକ୍‌ଲାରେନ୍‌ର ୧୭ ବର୍ଷର ଅପେକ୍ଷା ଶେଷ

ଆବୁଧାବି,୭ା୧୨: ଫର୍ମୁଲା ୱାନ୍‌ର ରୋମାଞ୍ଚକର ଶେଷ ରେସ୍‌ରେ ମ୍ୟାକ୍‌ଲାରେନ୍‌ର ଡ୍ରାଇଭର୍ ଲାଣ୍ଡୋ ନରିସ୍ (୨୬) ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ଟାଇଟଲ୍ ଜିତିଛନ୍ତି ।...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ବାରବାଟୀରେ ଏକାକୀ ପ୍ରାକ୍ଟିସ କଲେ ହାର୍ଦ୍ଦିକ ପାଣ୍ଡ୍ୟା

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚ ପାଇଁ କ୍ରିକେଟ୍‌...

ପୁତ୍ର ବିଚ୍ଛେଦରୁ ମୁକୁଳି ପାରୁନାହାନ୍ତି ହ୍ୟୁମାନଙ୍କ ମାଆ, ସ୍ତ୍ରୀ କହିଲେ ”ମୁଁ ୩୦ ବର୍ଷରେ ସ୍ବାମୀ ହରାଇଲି”

ବଲାଙ୍ଗୀର,୭ା୧୨: ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ପୁଣି ଥରେ ପୁଅର ମୃତ୍ୟୁ ପାଇଁ ପୂର୍ବରୁ କରିଥିବା ଅଭିଯୋଗକୁ ଦୋହରାଇଛନ୍ତି ତାଙ୍କ ମାଆ ।...

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri