Posted inଜାତୀୟ

୨/୩ ଦିନରେ କେରଳ ଛୁଇଁବ ମୌସୁମୀ

ନୂଆଦିଲ୍ଲୀ,୨୮।୫ : ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ଆଗାମୀ ୨ରୁ ୩ ଦିନ ମଧ୍ୟରେ କେରଳ ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପୂର୍ବାନୁମାନ କରିଛି। ସାମୁଦ୍ରିକ ବାତ୍ୟା ଅସାନି ପ୍ରଭାବରେ ମୌସୁମୀ ମେ’ ୨୭ରେ କେରଳରେ ପହଞ୍ଚତ୍ବ ବୋଲି ପୂର୍ବରୁ ପାଣିପାଗ ବିଭାଗ କହିଥିଲା। ଫଳରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହରୁ ତ୍ରାହି ମିଳିବା ନେଇ ଲୋକେ ଆଶ୍ୱସ୍ତ ହୋଇଥିଲେ। ହେଲେ ଉକ୍ତ ପୂର୍ବାନୁମାନରେ ୪ ଦିନ ତ୍ରୁଟି ରହିଥିବା କୁହାଯାଇଛି। ପାଣିପାଗ ବିଭାଗର ସଦ୍ୟତମ ସୂଚନା ଅନୁଯାୟୀ ଦକ୍ଷିଣ ଆରବ ସାଗର ଉପରେ ତଳ ସ୍ତରରେ ପ୍ରବଳ ବେଗରେ ପଛୁଆ ପବନ ପ୍ରବାହିତ ହେଉଛି। ଉପଗ୍ରହ ଚିତ୍ର ସୂଚନା ଅନୁଯାୟୀ କେରଳ ଉପକୂଳ ଓ ଦକ୍ଷିଣପୂର୍ବ ଆରବ ସାଗର ଆଖପାଖ ଅଞ୍ଚଳ ଉପରେ ଘନ ବାଦଲ ଦେଖାଦେଇଛି। ତେଣୁ ୨-୩ ଦିନ ମଧ୍ୟରେ କେରଳରେ ମୌସୁମୀ ପହଞ୍ଚତ୍ବା ଲାଗି ଅନୁକୂଳ ସ୍ଥିତି ସୃଷ୍ଟି ହୋଇଥିବା ପାଣିପାଗ ବିଭାଗ କହିଛି। ମେ’ ୧୬ରେ ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜରେ ମୌସୁମୀ ପହଞ୍ଚତ୍ବ ବୋଲି ପୂର୍ବରୁ ଆଇଏମ୍‌ଡି ଘୋଷଣା କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

CSKର ପରାଜୟ ପାଇଁ ସଞ୍ଜୁ ସାମସନଙ୍କ ସମେତ ଏହି ୫ ଖେଳାଳି ଦାୟୀ!

ନୂଆଦିଲ୍ଲୀ,୩୧।୩: ମାର୍ଚ୍ଚ ୩୦ରେ ଅନୁଷ୍ଠିତ 2026 ଇଣ୍ଡିଆନ ପ୍ରିମିୟର ଲିଗର ତୃତୀୟ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଏବଂ ଚେନ୍ନାଇ ସୁପର କିଙ୍ଗସ ମଧ୍ୟରେ ମୁକାବିଲା ହୋଇଥିଲା। ଗୁଆହାଟୀର…

ମନ୍ଦିରରେ ଦଳାଚକଟା….ପରସ୍ପର ଉପରେ ଚଢ଼ିଗଲେ ଭକ୍ତ, ଚାଲିଗଲା ୮ ଜୀବନ

ପାଟନା,୩୧।୩: ବିହାରର ନାଳନ୍ଦା ଜିଲାରେ ଛାତିଥରା ଅଘଟଣ । ଏଠାରେ ଅବସ୍ଥିତ ଶୀତଳା ମାତା ମନ୍ଦିରରେ ହଠାତ୍ ଦଳାଚକଟା ହୋଇଥିଲା। ଏହି ଘଟଣାରେ ଏପର୍ଯ୍ୟନ୍ତ ଆଠ ଜଣ…

ଯୁଦ୍ଧ ମଧ୍ୟରେ ଏସବୁ ଦେଶକୁ ସାହାଯ୍ୟର ହାତ ବଢାଇଲେ ମୋଦି, ଏବେ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା ସହିପାରୁନି ପାକିସ୍ତାନ!

ଇସଲାମାବାଦ,୩୧।୩: ଇରାନ ସହିତ ସଂଘର୍ଷ ଯୋଗୁ ସୃଷ୍ଟି ହୋଇଥିବା ବିଶ୍ୱ ତୈଳ ସଙ୍କଟ ମଧ୍ୟରେ, ଭାରତ ଖୁବ ପ୍ରଶଂସା ପାଉଛି – ଏକ ବିକାଶ ଯାହା ପାକିସ୍ତାନୀ…

କଳିଯୁଗର ବୋହୂ…ଶାଶୁଙ୍କୁ ନିର୍ଘାତ ମାଡ଼ ମାରିବା ପରେ ପନିକିରେ ହାଣିଲେ, ସବୁ ଦେଖି ଚୁପ୍ ଥିଲେ ପୁଅ

ଉଦଳା,୩୧।୩(ସନ୍ତୋଷ କୁମାର ବାଛିନୀ): ବୋହୂ ସାଜିଲେ ରାକ୍ଷସୀ। ଗୁଣି ସନ୍ଦେହରେ ଶାଶୁଙ୍କୁ ଅତି ନିର୍ଦ୍ଦୟ ଭାବେ ଘର ଭିତରେ ପନିକିରେ ହାଣିଲା ବୋହୂ । ଆଉ ଏ…

ରାଶନ ଦୋକାନରେ ପୁଣି ମିଳିବ କିରୋସିନ: ଶକ୍ତି ସଙ୍କଟ ମଧ୍ୟରେ କେଉଁ ରାଜ୍ୟକୁ ମିଳିଲା ଅନୁମୋଦନ ଜାଣନ୍ତୁ…

ନୂଆଦିଲ୍ଲୀ,୩୧।୩: ଆଜି ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ୩୨ ତମ ଦିନ। ଏହା ଶକ୍ତି ଯୋଗାଣ ନେଇ ଚିନ୍ତାକୁ ଆହୁରି ଘନୀଭୂତ କରିଛି। ଏହି ଶକ୍ତି ସଙ୍କଟ ମଧ୍ୟରେ,…

ବେଲଗଛରେ ଛୁଲୁଥିଲା ବିଜେଡି ନେତାଙ୍କ ସ୍ତ୍ରୀଙ୍କ ମୃତଦେହ: ପୋଲିସ କଲା ଜବତ

ନୂଆପଡ଼ା,୩୧ା୩ (ମକାରୁ ବେମାଲ):ନୂଆପଡା ସହରର ମାତାଗୁଡି ପଡାସ୍ଥିତ ଏକ ବେଲଗଛରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ସେ ହେଲେ ପୂର୍ବତନ ଯୁବ ବିଜୁ ଜନତା…

ହର୍ମୁଜରେ ଏବେ ଟିକସ ଆଦାୟ କରିବ ଇରାନ, ସଂସଦରେ ଆଇନକୁ ମିଳିଲା ମଞ୍ଜୁରୀ

ତେହରାନ,୩୧।୩: ଇରାନ ସହିତ ସଂଘର୍ଷ ପରିପ୍ରେକ୍ଷୀରେ, ଯାହା ଡରାଉ ଥିଲା ତାହା ହିଁ ଘଟିଛି। ଇରାନର ସଂସଦ ହର୍ମୁଜ ପ୍ରଣାଳୀ ଦେଇ ଯାତାୟାତ ଉପରେ ଟୋଲ ଲାଗୁ…

ଯାତ୍ରୀବାହୀ ବସରେ ଅଧିକ ଭଡ଼ାକୁ ନେଇ ପ୍ରତିବାଦ, ତିହିଡି଼ ଜନସାଧାରଣ ଅଧିକାର ମଞ୍ଚ ପକ୍ଷରୁ ବସରୋକୋ

ତିହିଡି଼,୩୧।୩(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥରେ ଚଳାଚଳ କରୁଥିବା ଯାତ୍ରୀବାହୀ ବସରେ ଧାର୍ଯ୍ୟ ଭଡ଼ା ଠାରୁ ୨ଗୁଣ ଅଧିକ ନିଆଯାଉଥିବା ନେଇ ଅଭିଯୋଗ ହୋଇଛି । ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri