Posted inଖେଳ

ମଣ୍ଟେଗ୍ରୋ ବକ୍ସିଂ ମିଟ୍‌: ଭାରତ ପାଇଁ ପ୍ରଥମ ସ୍ବର୍ଣ୍ଣ ଜିତିଲେ ପଠାନ୍‌

ନୂଆଦିଲ୍ଲୀ, ୨୧ା୨(ପି.ଟି.)- ମଣ୍ଟେନିଗ୍ରୋସ୍ଥିତ ବଡ୍‌ଭାଠାରେ ଚାଲିଥିବା ୩୦ତମ ଆଡ୍ରିଆଟିକ୍‌ ପର୍ଲ ଟୁର୍ନାମେଣ୍ଟରେ ଭାରତର ମହିଳା ବକ୍ସରମାନେ ପ୍ରଭାବୀ ପ୍ରଦର୍ଶନ ଜାରି ରଖିଛନ୍ତି। ଅଲ୍‌ଫିୟା ପଠାନ (୮୧+କେଜି) ଦେଶ ପାଇଁ ପ୍ରଥମ ସ୍ବର୍ଣ୍ଣ ପଦକ ଆଣିଦେଇଛନ୍ତି। ବେବିରୋଜିସାନା ଚାନୁ (୫୧କେଜି), ବିନ୍‌କା (୬୦କେଜି), ଅରୁନ୍ଧତୀ (୬୯କେଜି) ଓ ସାନାମାଚା ଚାନୁ (୭୫କେଜି) ସେମାନଙ୍କ କାଟେଗୋରିରେ ଫାଇନାଲରେ ପ୍ରବେଶ କରିଛନ୍ତି। ଚମତ୍କାର ଫିଟ୍‌ନେସ୍‌ ଓ ଫର୍ମରେ ଥିବା ୨୦୧୯ ଏସିଆନ ଜୁନିୟର ଗଲର୍‌ସ ଚାମ୍ପିୟନ ଅଲ୍‌ଫିୟା ମଲଡୋଭାର ଡାରିଆ କୋଜୋରେଭ୍‌ଙ୍କ ବିପକ୍ଷ ମୁକାବିଲାକୁ ୫-୦ରେ ସହଜରେ ଜିତିନେଇଥିଲେ। ବାଉଟରେ ସେ ସମ୍ପୂର୍ଣ୍ଣ ପ୍ରାଧାନ୍ୟ ବିସ୍ତାର କରିଥିଲେ। ନାଗପୁରର ଅଲ୍‌ଫିୟା କୋଜୋରେଭଙ୍କୁ କୌଣସି ସୁଯୋଗ ନ ଦେଇ ପଞ୍ଚ୍‌ ପରେ ପଞ୍ଚ ମାରିଚାଲିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିମାନବନ୍ଦରରେ ପଦକଧାରୀଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ନୂଆଦିଲ୍ଲୀ,୨ା୮: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସଫଳ ପ୍ରଦର୍ଶନ ପରେ ଓ୍ବେଟଲିଫ୍ଟର ମୀରାବାଈ ଚାନୁ, ଲଭପ୍ରୀତ ସିଂଙ୍କ ସମେତ ଭାରତୀୟ ଖେଳାଳିଙ୍କ ପ୍ରଥମ ବ୍ୟାଚ୍‌ ରବିବାର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଆସିଲା ବଡ଼ ଖବର? ଟ୍ରେଡ ଡିଲକୁ ନେଇ ମୁହଁ ଖୋଲିଲା ଫ୍ରାଞ୍ଚାଇଜ

ନୂଆଦିଲ୍ଲୀ,୨।୮: ମୁମ୍ବାଇ ଇଣ୍ଡିଆନ୍ସ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଉପରେ ବହୁତ ଆଶା ରଖିଥିଲା, ତେଣୁ ଫ୍ରାଞ୍ଚାଇଜ ରୋହିତ ଶର୍ମାଙ୍କ ସ୍ଥାନରେ ଅଲରାଉଣ୍ଡରଙ୍କୁ ଅଧିନାୟକ ନିଯୁକ୍ତ କରିଥିଲା। ରୋହିତଙ୍କ ନେତୃତ୍ୱରେ,…

ପ୍ରେମିକାଙ୍କ ସହ ନୂଆ ଲୁକରେ ନଜର ଆସିଲେ ହାର୍ଦ୍ଦିକ ପାଣ୍ଡ୍ୟା

ନୂଆଦିଲ୍ଲୀ,୨।୮: ହାର୍ଦ୍ଦିକ ପାଣ୍ଡ୍ୟା ସମ୍ପ୍ରତି ଚର୍ଚ୍ଚାର ବିଷୟ ହୋଇଛନ୍ତି, ରିପୋର୍ଟ ଅନୁସାରେ ସେ ମୁମ୍ବାଇ ଇଣ୍ଡିଆନ୍ସରୁ ଅଲଗା ହୋଇପାରନ୍ତି। IPL 2027 ନିଲାମ ପୂର୍ବରୁ ସେ ଚେନ୍ନାଇ…

ଗୋଟିଏ ଦିନରେ ୧୬ ପଦକ ଜିତି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୨।୮: ରାଜ୍ୟଗୋଷ୍ଠୀ କ୍ରୀଡାରେ ଶନିବାର ଭାରତ ମୋଟ ୧୬ ଟି ପଦକ ଜିତିଥିଲା, ଯେଉଁଥିରେ ୮ ଟି ସ୍ବର୍ଣ୍ଣ ପଦକ ସାମିଲ ଥିଲା। ସବୁଠାରୁ ଚମତ୍କାର ପ୍ରଦର୍ଶନ…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

ଟେଷ୍ଟ କ୍ରିକେଟକୁ ଫେରିବେ ବେନ ଷ୍ଟୋକ୍ସ; ପରବର୍ତ୍ତୀ ଆଶେସ ସିରିଜରେ ଖେଳିବେ!

ନୂଆଦିଲ୍ଲୀ,୧।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ବେନ ଷ୍ଟୋକ୍ସ ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି, କିନ୍ତୁ ସମ୍ଭାବ୍ୟ ପୁନରାଗମନ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ କ୍ରିକେଟ…

ଶ୍ରୀଲଙ୍କା ସିରିଜ ପୂର୍ବରୁ ଏମଏସ ଧୋନିଙ୍କୁ ଭେଟିଲେ ଋଷଭ ପନ୍ତ

ନୂଆଦିଲ୍ଲୀ,୧।୮: ଭାରତୀୟ କ୍ରିକେଟ ଦଳ ଖୁବଶୀଘ୍ର ଶ୍ରୀଲଙ୍କା ଗସ୍ତ କରିବାକୁ ଯାଉଛି, ଅଗଷ୍ଟ ୧୫ରୁ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆରମ୍ଭ ହେବ। ୱିକେଟ କିପର-ବ୍ୟାଟ୍ସମ୍ୟାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri