ଭୁବନେଶ୍ୱର,୨୮।୧୦: ସମୁଦ୍ର ମଧ୍ୟରେ ବଳ ଗୋଟାଉଛି ଭୀଷଣ ବାତ୍ୟା ‘ମୋନ୍ଥା’। ଘଣ୍ଟା ପ୍ରତି ୧୨ କିମି ବେଗରେ ଗତି କରି ନିକଟତର ହେଉଛି। ମଛଲିପଟନମ ଠାରୁ ୧୪୦, କାକିନାଡ଼ା ଠାରୁ ୨୪୦ କିମି ଏବଂ ଗୋପାଳପୁର ଠାରୁ ୫୩୦ କିମି ଦୂରରେ ଅଛି। ଆଜି ସନ୍ଧ୍ୟା କିମ୍ବା ରାତିରେ ସ୍ଥଳଭାଗ ଛୁଇଁବ । ଆନ୍ଧ୍ର ଉପକୂଳ କାକିନାଡ଼ା ଦେଇ ଅତିକ୍ରମ କରିବ ‘ମୋନ୍ଥା’। ଲ୍ୟାଣ୍ଡଫଲ ବେଳେ ପବନର ସର୍ବାଧିକ ବେଗ ୧୧୦ କିମି ରହିବ ।
ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି ଜିଲାରେ ସର୍ବାଧିକ ୯୦ରୁ ୧୦୦କିମି ବେଗରେ ପବନ ବହିବ । ଝଟକା ପବନର ବେଗ ରହିବ ଘଣ୍ଟାପ୍ରତି ୧୧୦ କିମି । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।
\