ମାସିକ ଭତ୍ତା ୩ ହଜାର ଦାବିରେ ବ୍ଲକ ଘେରିଲେ, ଭାଜପା ସରକାରକୁ କଲେ ସମାଲୋଚନା, ନିର୍ବାଚନ ସରିଲା କିନ୍ତୁ ଏଯାଏ…

ଦାରିଙ୍ଗବାଡ଼ି,୧୯।୨(ଅରୁଣ ସାହୁ): ସମସ୍ତ ଭତ୍ତା ପାଉଥିବା ହିତାଧିକାରୀଙ୍କୁ ମାସିକ ୩ ହଜାର ଟଙ୍କା ଲେଖାଏ ଭତ୍ତା ପ୍ରଦାନ କରାଯିବା ଦାବିରେ ଓଡ଼ିଶା ଭତ୍ତାପ୍ରଦାନ ସଂଘର୍ଷ ସମିତି ପକ୍ଷରୁ ଦାବି କରାଯାଇଛି। ମଙ୍ଗଳବାର ଦାରିଙ୍ଗବାଡିଠାରେ ବିରାଟ ସଭା ଓ ଶୋଭାଯାତ୍ରା ମାଧ୍ୟମରେ ପ୍ରତିବାଦ କରାଯିବା ସହ ବ୍ଲକ କାର୍ଯ୍ୟାଳୟକୁ ବିକ୍ଷୋଭକାରୀମାନେ ଘେରିଥିଲେ। ରାଜ୍ୟର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉଦ୍ଦେଶ୍ୟରେ ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି।

ପ୍ରକାଶ ଯେ, କନ୍ଧମାଳ ଜିଲା ଭତ୍ତାସଂଘର୍ଷ ସମିତି ପକ୍ଷରୁ ଆବାହକ ପ୍ରଶାନ୍ତ ପ୍ରଧାନଙ୍କ ଅଧକ୍ଷତାରେ ଏନେଇ ବୈଠକ ଓ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା। ଏଥିରେ ଭତ୍ତାସଂଘର୍ଷ ସମିତିର ରାଜ୍ୟ ସଭାପତି ବିଦ୍ୟାଧର ମହାନ୍ତି ଉଦ୍‌ବୋଧନ ଦେଇ କହିଥିଲେ ଯେ ଭାଜପା ସରକାର ନିର୍ବାଚନ ସକଳ୍ପ ପତ୍ର ଘୋଷଣା ଅନୁସାରେ ଓଡ଼ିଶାର ସମସ୍ତ ଭତ୍ତାଧାରୀକୁ ୩ ହଜ଼ାର ଟଙ୍କା ପ୍ରଦାନ କରାଯିବ। କିନ୍ତୁ ନିର୍ବାଚନ ସରିଲା , ଭାଜପା ସରକାର ଗଠନ କଲା କିନ୍ତୁ ଭତ୍ତା ବୃଦ୍ଧି କ୍ଷେତ୍ରରେ ଅହେତୁକ ଅବହେଳାକୁ ଦୃଢ ସମାଲୋଚନା କରିଥିଲେ। ସରକାର ତୁରନ୍ତ ସମସ୍ତ ହିତାଧିକାରୀଙ୍କୁ ମାସିକ ୩ ହଜାର ଭତ୍ତା ପ୍ରଦାନ ଘୋଷଣା ନ କଲେ ଆସନ୍ତା ୨୧ ଫେବୃଆରୀରେ ବିଧାନସଭା ଆଗରେ ଧାରଣା ଦିଆଯିବାକୁ ରାଜ୍ୟସଭାପତି ମହାନ୍ତି ଚେତାବନୀ ଦେଇଛନ୍ତି। ଏହି ସଭାରେ ଅନ୍ୟମାନଙ୍କ ମଧ୍ୟରେ ଜିଲା ସଭାପତି ତରୁଣ କୁମାର ଦିଗାଲ, ସମ୍ପାଦକ ଅଜୟ କୁମାର ମୂଠାମାଝି, ଉମାକାନ୍ତ ପ୍ରଧାନ,ଅଜୟ କୁମାର ନାୟକ, ଥୋମାସ ନାୟକ,ରାଜକୁମାର ନାୟକ ପ୍ରମୁଖ ଉପସ୍ଥିତ ଥିଲେ। ସମସ୍ତେ ନିଜ ନିଜ ବକ୍ତବ୍ୟରେ ରାଜ୍ୟରେ ଶାସନ କରୁଥିବା ଡବଲଇଞ୍ଜିନ ସରକାର ଗରିବ ଅସହାୟ ବୃଦ୍ଧାବୃଦ୍ଧ, ଭିନ୍ନକ୍ଷମ ଓ ବିଧବା ମହିଳା ମାନଙ୍କ ପ୍ରତି ଅବହେଳା ପ୍ରଦର୍ଶନ କରୁଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

କଥା ଦେଇ କଥା ରଖିଲେ ଅକରୁଆ ସରପଞ୍ଚ: ପକ୍କା ହେଲା ବଡ଼ସାହି-କେନ୍ଦୁଗୁଡ଼ା ରାସ୍ତା , ଗ୍ରାମବାସୀଙ୍କ ମଧ୍ୟରେ ଖୁସିର…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦିନେ ଯେଉଁ ରାସ୍ତାରେ ଆଣ୍ଠୁଏ କାଦୁଅ ଓ ପାଣି ଜମି ରହୁଥିବାରୁ ଯାତାୟାତ ଦୁର୍ବିସହ ହୋଇପଡ଼ୁଥିଲା, ଶେଷରେ ସେହି ରାସ୍ତା ପକ୍କା ରାସ୍ତାରେ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri