ମାସିକ ଭତ୍ତା ୩ ହଜାର ଦାବିରେ ବ୍ଲକ ଘେରିଲେ, ଭାଜପା ସରକାରକୁ କଲେ ସମାଲୋଚନା, ନିର୍ବାଚନ ସରିଲା କିନ୍ତୁ ଏଯାଏ…

ଦାରିଙ୍ଗବାଡ଼ି,୧୯।୨(ଅରୁଣ ସାହୁ): ସମସ୍ତ ଭତ୍ତା ପାଉଥିବା ହିତାଧିକାରୀଙ୍କୁ ମାସିକ ୩ ହଜାର ଟଙ୍କା ଲେଖାଏ ଭତ୍ତା ପ୍ରଦାନ କରାଯିବା ଦାବିରେ ଓଡ଼ିଶା ଭତ୍ତାପ୍ରଦାନ ସଂଘର୍ଷ ସମିତି ପକ୍ଷରୁ ଦାବି କରାଯାଇଛି। ମଙ୍ଗଳବାର ଦାରିଙ୍ଗବାଡିଠାରେ ବିରାଟ ସଭା ଓ ଶୋଭାଯାତ୍ରା ମାଧ୍ୟମରେ ପ୍ରତିବାଦ କରାଯିବା ସହ ବ୍ଲକ କାର୍ଯ୍ୟାଳୟକୁ ବିକ୍ଷୋଭକାରୀମାନେ ଘେରିଥିଲେ। ରାଜ୍ୟର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉଦ୍ଦେଶ୍ୟରେ ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି।

ପ୍ରକାଶ ଯେ, କନ୍ଧମାଳ ଜିଲା ଭତ୍ତାସଂଘର୍ଷ ସମିତି ପକ୍ଷରୁ ଆବାହକ ପ୍ରଶାନ୍ତ ପ୍ରଧାନଙ୍କ ଅଧକ୍ଷତାରେ ଏନେଇ ବୈଠକ ଓ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା। ଏଥିରେ ଭତ୍ତାସଂଘର୍ଷ ସମିତିର ରାଜ୍ୟ ସଭାପତି ବିଦ୍ୟାଧର ମହାନ୍ତି ଉଦ୍‌ବୋଧନ ଦେଇ କହିଥିଲେ ଯେ ଭାଜପା ସରକାର ନିର୍ବାଚନ ସକଳ୍ପ ପତ୍ର ଘୋଷଣା ଅନୁସାରେ ଓଡ଼ିଶାର ସମସ୍ତ ଭତ୍ତାଧାରୀକୁ ୩ ହଜ଼ାର ଟଙ୍କା ପ୍ରଦାନ କରାଯିବ। କିନ୍ତୁ ନିର୍ବାଚନ ସରିଲା , ଭାଜପା ସରକାର ଗଠନ କଲା କିନ୍ତୁ ଭତ୍ତା ବୃଦ୍ଧି କ୍ଷେତ୍ରରେ ଅହେତୁକ ଅବହେଳାକୁ ଦୃଢ ସମାଲୋଚନା କରିଥିଲେ। ସରକାର ତୁରନ୍ତ ସମସ୍ତ ହିତାଧିକାରୀଙ୍କୁ ମାସିକ ୩ ହଜାର ଭତ୍ତା ପ୍ରଦାନ ଘୋଷଣା ନ କଲେ ଆସନ୍ତା ୨୧ ଫେବୃଆରୀରେ ବିଧାନସଭା ଆଗରେ ଧାରଣା ଦିଆଯିବାକୁ ରାଜ୍ୟସଭାପତି ମହାନ୍ତି ଚେତାବନୀ ଦେଇଛନ୍ତି। ଏହି ସଭାରେ ଅନ୍ୟମାନଙ୍କ ମଧ୍ୟରେ ଜିଲା ସଭାପତି ତରୁଣ କୁମାର ଦିଗାଲ, ସମ୍ପାଦକ ଅଜୟ କୁମାର ମୂଠାମାଝି, ଉମାକାନ୍ତ ପ୍ରଧାନ,ଅଜୟ କୁମାର ନାୟକ, ଥୋମାସ ନାୟକ,ରାଜକୁମାର ନାୟକ ପ୍ରମୁଖ ଉପସ୍ଥିତ ଥିଲେ। ସମସ୍ତେ ନିଜ ନିଜ ବକ୍ତବ୍ୟରେ ରାଜ୍ୟରେ ଶାସନ କରୁଥିବା ଡବଲଇଞ୍ଜିନ ସରକାର ଗରିବ ଅସହାୟ ବୃଦ୍ଧାବୃଦ୍ଧ, ଭିନ୍ନକ୍ଷମ ଓ ବିଧବା ମହିଳା ମାନଙ୍କ ପ୍ରତି ଅବହେଳା ପ୍ରଦର୍ଶନ କରୁଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାନସଭା ଘେରାଉ ପାଇଁ କଂଗ୍ରେସର ପ୍ରସ୍ତୁତି

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ) – ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଆସନ୍ତା ୨୭ତାରିଖ ବିଧାନସଭା ଘେରାଉ କାର୍ଯ୍ୟକ୍ରମ ରହିଛି। ଏଥିପାଇଁ ବରଗଡ଼ ଜିଲା କଂଗ୍ରେସ କମିଟି ପକ୍ଷରୁ...

ବୋରିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଥମ ବାର୍ଷିକ ଉତ୍ସବ

କେସିଙ୍ଗା,୨୩। ୩(ତୁମେଶର ସାହୁ): କେସିଙ୍ଗା ବ୍ଲକ୍‌ର ବୋରିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଥମ ବାର୍ଷିକ ଉତ୍ସବ ଓ ପୁରସ୍କାର ବିତରଣୀ ଶନିବାର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ...

ନିଜ ଲଢ଼େଇ, ନିଜେ ଲଢ଼ିବେ: ଆତ୍ମରକ୍ଷା ତାଲିମ…

କେସିଙ୍ଗା, ୨୩ା୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟରେ ଚାଲିଥିବା ଛାତ୍ରୀମାନଙ୍କ ଆତ୍ମରକ୍ଷା ତାଲିମ ଶିବିର ଉଦ୍‌ଯାପିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ସୁଶାନୁ କୁମାର ପାଢ଼ୀଙ୍କ...

ବିପୁଳ ପରିମାଣରେ ଦେଶୀ, ବିଦେଶୀ ମଦ ଜବତ ଜବତ: ୨ ଗିରଫ

କୋକସରା,୨୩।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ୨୬ ନମ୍ବର ଜାତୀୟ ରାଜପଥ ବୋବରିଆ ଛକରେ ଥିବା ଏକ ଢ଼ାବା ଓ କାଉଡୋଳା ଗ୍ରାମରେ...

ସିପିଆଇ ଜୋନାଲ କମିଟିର ଆଲୋଚନା ସଭା

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ସିପିଆଇ ବଡ଼ଖେମୁଣ୍ଡି ଜୋନାଲ କମିଟିର ପରିବର୍ଦ୍ଧିତ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ପୁରୁଣା ବସଷ୍ଟାଣ୍ଡ ସ୍ଥିତ ସିପିଆଇ କାର୍ଯ୍ୟଳୟରେ ଆୟୋଜିତ...

କୋର୍ଟରୁ ବାହାରିବାବେଳେ ଯୁବକଙ୍କୁ ଅପହରଣ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ କୋର୍ଟ ସମ୍ମୁଖରୁ ଶୁକ୍ରବାର ଦ୍ୱିପ୍ରହରରେ ଝାରସୁଗୁଡ଼ାର ନିରଞ୍ଜନ ସୁନାଙ୍କୁ ଅପହରଣ କରି ମାରପିଟ୍‌ କରିବା ପରେ ବିଳମ୍ବିତ ରାତିରେ ଥାନାରେ ଛାଡ଼ି...

କାଳ ସାଜିଲା କାଳବୈଶାଖି, ସ୍କୁଲରେ ଆଶ୍ରୟ ନେଲେ କ୍ଷତିଗ୍ରସ୍ତ

ଦେବଗଡ଼ ,୨୩।୩(ଶଶାଙ୍କ ଶେଖର ଝାଙ୍କର): କାଳ ସାଜିଲା କାଳବୈଶାଖି । କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି । କ୍ଷତିଗ୍ରସ୍ତ ଲୋକଙ୍କୁ ଗାଁ ସ୍କୁଲରେ ଆଶ୍ରୟ ଦେଲା...

ମୁଁହ ଖୋଲିଲେ ଚାଞ୍ଚେର ଓ ଉତ୍କେଲା ଗ୍ରାମ ପଞ୍ଚାୟତର କାର୍ଯ୍ୟ ନିର୍ବାହୀ ଅଧିକାରୀ ଲମ୍ବୁ ଶିଖା

କେସିଙ୍ଗା,୨୩।୩(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି ଅଧୀନସ୍ଥ ଚାଞ୍ଚେର ଓ ଉତକେଲା ଗ୍ରାମ ପଞ୍ଚାୟତ ର କାର୍ଯ୍ୟ ନିର୍ବାହୀ ଅଧିକାରୀ ଲମ୍ବୁ ଶିଖାଙ୍କ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri