ଜାନୁଆରୀରୁ ମିଳିବ ମାସିକିଆ ପିଡିଏସ୍‌ ରାସନ, ୨୫ ସୁଦ୍ଧା ବଣ୍ଟନ ପ୍ରକ୍ରିୟା ଶେଷ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୧।୧୨: ଖାଦ୍ୟ ସୁରକ୍ଷା ଅଧିନରେ ଥିବା ହିତାଧିକାରୀମାନଙ୍କୁ ସାଧାରଣ ବଣ୍ଟନ ବ୍ୟବସ୍ଥାରେ ଜାନୁୟାରୀ ୨୦୨୫ଠାରୁ ମାସିକିଆ ରାସନ ପ୍ରଦାନ କରାଯିବ। ଏଥି ନିମନ୍ତେ ରାଜ୍ୟ ସରକାର ସରକାରୀ ଗୋଦାମରୁ ନିର୍ଦ୍ଧାରିତ ସମୟରେ ପିଡିଏସ୍‌ ସାମଗ୍ରୀ ଉଠାଣ  ଓ ବଣ୍ଟନ ବ୍ୟବସ୍ଥା କରିବା ପାଇଁ ସମସ୍ତ ଜିଲାର ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ଏହି ମର୍ମରେ ଗତ ୬ ତାରିଖରୁ ସରକାରୀ ଗୋଦାମଗୁଡ଼ିକରେ ଡିଲରମାନେ ଚାଉଳ ଉଠାଣ ଜାରି ରଖିଛନ୍ତି । ଗତ ୧୪ ଦିନ ମଧ୍ୟରେ ଉଭୟ ନବରଙ୍ଗପୁର ଏବଂ ଦେବଗଡ଼ ଜିଲାର ଜିଲାପାଳମାନେ ସେମାନଙ୍କ ଜିଲା ପାଇଁ ଧାର୍ଯ୍ୟ ଚାଉଳ ଉଠାଣ ଶୁକ୍ରବାର ସୁଦ୍ଧା ଶେଷ କରି ସାରିଛନ୍ତି । ଅନ୍ୟ ଜିଲାଗୁଡ଼ିକରେ ଶନିବାର ସୁଦ୍ଧା ସେମାନଙ୍କ ନିମନ୍ତେ ଧାର୍ଯ୍ୟ ପିଡିଏସ୍‌ ଚାଉଳ ଉଠାଣ ଶେଷ କରିବେ । ଏଥି ସହ ରାଜ୍ୟର ଅନେକ ସ୍ଥାନରେ ଡିଲରମାନେ ସରକାରୀ ସୁଲଭ ମୂଲ୍ୟ ଦୋକାନ ତଥା ଡିଲର ପଏଣ୍ଟଠାରେ ହିତାଧିକାରୀମାନଙ୍କୁ ବଣ୍ଟନ ପ୍ରକ୍ରିୟା ଜାରି ରଖିଛନ୍ତି। ବାକିଥିବା ଅନ୍ୟ ଡିଲର ପଏଣ୍ଟଠାରେ ଆସନ୍ତା ୨୫ ତାରିଖ ସୁଦ୍ଧା ଏହି ବଣ୍ଟନ ପ୍ରକ୍ରିୟା ଶେଷ ହେବା ନେଇ ସମସ୍ତ ଜିଲାପାଳଙ୍କୁ ପରାମର୍ଶ ଦିଆଯାଇଛି । ଯୋଗ୍ୟ ହିତାଧିକାରୀମାନେ ସେମାନଙ୍କ ଡିଲର ପଏଣ୍ଟଗୁଡ଼ିକରୁ ଚାଉଳ ନେଇପାରିବେ।
ହିତାଧିକାରୀମାନଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ସେମାନଙ୍କୁ ମାସିକିଆ ରାସନ ପ୍ରଦାନ କରାଯାଉଛି । ଏହି ମର୍ମରେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଏବଂ ବିଭାଗୀୟ ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହଙ୍କ ଉପସ୍ଥିତିରେ ବିଭାଗର ବରିଷ୍ଠ ଅଧିକାରୀମାନଙ୍କୁ ନେଇ ଅନୁଷ୍ଠିତ ବୈଠକରେ ମାସିକିଆ ରାସନ ପ୍ରଦାନ ସଂକ୍ରାନ୍ତରେ ନିଷ୍ପତ୍ତି ନିଆଯାଇଛି। ଏପରିକି ଏଥିପାଇଁ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ସମସ୍ତ ଜିଲାପାଳ ଏବଂ ଜିଲା ମୁଖ୍ୟ ଯୋଗାଣ ଅଧିକାରୀମାନଙ୍କୁ ପରାମର୍ଶ ଦିଆଯାଇଛି । ଏତଦ୍‌ ବ୍ୟତୀତ ହିତାଧିକାରୀମାନଙ୍କ ଇ-କେୱାସି ପ୍ରକ୍ରିୟାକୁ ଆହୁରି ତ୍ୱରାନ୍ବିତ କରି ଆସନ୍ତା ମାସ ସୁଦ୍ଧା ଶେଷ କରିବାକୁ ଜିଲାପାଳମାନଙ୍କୁ କୁହାଯାଇଛି ।

Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri