ଜାନୁଆରୀରୁ ମିଳିବ ମାସିକିଆ ପିଡିଏସ୍‌ ରାସନ, ୨୫ ସୁଦ୍ଧା ବଣ୍ଟନ ପ୍ରକ୍ରିୟା ଶେଷ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୧।୧୨: ଖାଦ୍ୟ ସୁରକ୍ଷା ଅଧିନରେ ଥିବା ହିତାଧିକାରୀମାନଙ୍କୁ ସାଧାରଣ ବଣ୍ଟନ ବ୍ୟବସ୍ଥାରେ ଜାନୁୟାରୀ ୨୦୨୫ଠାରୁ ମାସିକିଆ ରାସନ ପ୍ରଦାନ କରାଯିବ। ଏଥି ନିମନ୍ତେ ରାଜ୍ୟ ସରକାର ସରକାରୀ ଗୋଦାମରୁ ନିର୍ଦ୍ଧାରିତ ସମୟରେ ପିଡିଏସ୍‌ ସାମଗ୍ରୀ ଉଠାଣ  ଓ ବଣ୍ଟନ ବ୍ୟବସ୍ଥା କରିବା ପାଇଁ ସମସ୍ତ ଜିଲାର ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ଏହି ମର୍ମରେ ଗତ ୬ ତାରିଖରୁ ସରକାରୀ ଗୋଦାମଗୁଡ଼ିକରେ ଡିଲରମାନେ ଚାଉଳ ଉଠାଣ ଜାରି ରଖିଛନ୍ତି । ଗତ ୧୪ ଦିନ ମଧ୍ୟରେ ଉଭୟ ନବରଙ୍ଗପୁର ଏବଂ ଦେବଗଡ଼ ଜିଲାର ଜିଲାପାଳମାନେ ସେମାନଙ୍କ ଜିଲା ପାଇଁ ଧାର୍ଯ୍ୟ ଚାଉଳ ଉଠାଣ ଶୁକ୍ରବାର ସୁଦ୍ଧା ଶେଷ କରି ସାରିଛନ୍ତି । ଅନ୍ୟ ଜିଲାଗୁଡ଼ିକରେ ଶନିବାର ସୁଦ୍ଧା ସେମାନଙ୍କ ନିମନ୍ତେ ଧାର୍ଯ୍ୟ ପିଡିଏସ୍‌ ଚାଉଳ ଉଠାଣ ଶେଷ କରିବେ । ଏଥି ସହ ରାଜ୍ୟର ଅନେକ ସ୍ଥାନରେ ଡିଲରମାନେ ସରକାରୀ ସୁଲଭ ମୂଲ୍ୟ ଦୋକାନ ତଥା ଡିଲର ପଏଣ୍ଟଠାରେ ହିତାଧିକାରୀମାନଙ୍କୁ ବଣ୍ଟନ ପ୍ରକ୍ରିୟା ଜାରି ରଖିଛନ୍ତି। ବାକିଥିବା ଅନ୍ୟ ଡିଲର ପଏଣ୍ଟଠାରେ ଆସନ୍ତା ୨୫ ତାରିଖ ସୁଦ୍ଧା ଏହି ବଣ୍ଟନ ପ୍ରକ୍ରିୟା ଶେଷ ହେବା ନେଇ ସମସ୍ତ ଜିଲାପାଳଙ୍କୁ ପରାମର୍ଶ ଦିଆଯାଇଛି । ଯୋଗ୍ୟ ହିତାଧିକାରୀମାନେ ସେମାନଙ୍କ ଡିଲର ପଏଣ୍ଟଗୁଡ଼ିକରୁ ଚାଉଳ ନେଇପାରିବେ।
ହିତାଧିକାରୀମାନଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ସେମାନଙ୍କୁ ମାସିକିଆ ରାସନ ପ୍ରଦାନ କରାଯାଉଛି । ଏହି ମର୍ମରେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଏବଂ ବିଭାଗୀୟ ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହଙ୍କ ଉପସ୍ଥିତିରେ ବିଭାଗର ବରିଷ୍ଠ ଅଧିକାରୀମାନଙ୍କୁ ନେଇ ଅନୁଷ୍ଠିତ ବୈଠକରେ ମାସିକିଆ ରାସନ ପ୍ରଦାନ ସଂକ୍ରାନ୍ତରେ ନିଷ୍ପତ୍ତି ନିଆଯାଇଛି। ଏପରିକି ଏଥିପାଇଁ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ସମସ୍ତ ଜିଲାପାଳ ଏବଂ ଜିଲା ମୁଖ୍ୟ ଯୋଗାଣ ଅଧିକାରୀମାନଙ୍କୁ ପରାମର୍ଶ ଦିଆଯାଇଛି । ଏତଦ୍‌ ବ୍ୟତୀତ ହିତାଧିକାରୀମାନଙ୍କ ଇ-କେୱାସି ପ୍ରକ୍ରିୟାକୁ ଆହୁରି ତ୍ୱରାନ୍ବିତ କରି ଆସନ୍ତା ମାସ ସୁଦ୍ଧା ଶେଷ କରିବାକୁ ଜିଲାପାଳମାନଙ୍କୁ କୁହାଯାଇଛି ।

Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ଏବେ କୁତୁକୁତୁ ହେଉଛନ୍ତି ଏସବୁ ନେତା: ଆଉ କେତେକ ଅଲୋଡ଼ା

ଭୁବନେଶ୍ୱର, ୨୧।୧(ସୁନିତ୍‌ ମିଶ୍ର): ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କିଛିଦିନ ହେଲା ବହୁମାତ୍ରାରେ ଚଳଚଞ୍ଚଳ ହୋଇ ଦଳୀୟ କାର୍ଯ୍ୟକ୍ରମ କରୁଛନ୍ତି।...

ଜଗନ୍ନାଥ କଲ୍ୟାଣ ମଣ୍ଡପ ଉଦ୍‌ଘାଟନ ଉତ୍ସବରେ ଯୋଗ ଦେଲେ ବିଧାୟକ ସିଦ୍ଧାନ୍ତ, ୪୪୧ ହିତାଧିକାରୀଙ୍କୁ ବାଣ୍ଟିଲେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମ ମଠ ସାହିରେ ୫୦ ଲକ୍ଷରୁ ଉଦ୍ଧର୍‌ବ ଟଙ୍କା ବ୍ୟୟରେ ନବନିର୍ମିତ ଶ୍ରୀ ଜଗନ୍ନାଥ...

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri