Posted inରାଜ୍ୟ

ବଢିଲା ଅଙ୍ଗନୱାଡି କର୍ମୀଙ୍କ ଦରମା, ସହାୟିକାଙ୍କୁ ମିଳିବ ଏତିକି ଟଙ୍କା

ଭୁବନେଶ୍ୱର,୨୯।୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଏକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇ ରାଜ୍ୟର ଅଙ୍ଗନୱାଡି କର୍ମୀ ମାନଙ୍କର ମାସିକ ପାରିଶ୍ରମିକରେ ବୃଦ୍ଧି ଘୋଷଣା କରିଛନ୍ତି। ଏହା ସହିତ ଅଙ୍ଗନବାଡି କର୍ମିଙ୍କର ସେବା ବିରତି ପ୍ରୋତ୍ସାହନ ରାଶିରେ ବୃଦ୍ଧି ସହିତ ସାମାଜିକ ସୁରକ୍ଷା ଭାବରେ ସେମାନଙ୍କୁ ଅନୁକମ୍ପା ସହାୟତା ମିଳବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏହାଦ୍ବାରା ରାଜ୍ୟର ୧ ଲକ୍ଷ ୪୮ ହଜାର ଅଙ୍ଗନବାଡି କର୍ମୀ, ମିନି ଅଙ୍ଗନୱାଡି କର୍ମୀ ଓ ଅଙ୍ଗନବାଡି ସହାୟିକା ଉପକୃତ ହେବେ । ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ଅତିରିକ୍ତ ୩୫୦ କୋଟି ଟଙ୍କା ଖର୍ଚ୍ଚ କରିବେ।

ସୂଚନାଯୋଗ୍ୟ ଯେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ବିଭିନ୍ନ ଜିଲ୍ଲାଗସ୍ତ ସମୟରେ ଅଙ୍ଗନୱାଡି କର୍ମୀ ତଥା ସେମାନଙ୍କ ସଙ୍ଗଠନ ଗୁଡିକ ତାଙ୍କୁ ଭେଟି ଏହି ପାରିଶ୍ରମିକ ବୃଦ୍ଧି ସମ୍ପର୍କରେ ଅନୁରୋଧ ଓ ପ୍ରସ୍ତାବ ଦେଇଥିଲେ।

ଏହି ନୂତନ ଘୋଷଣା ଅନୁଯାୟୀ, ଅଙ୍ଗନବାଡି କର୍ମୀ ମାନଙ୍କ ମାସିକ ପାରିଶ୍ରମିକ ୭୫୦୦ ଟଙ୍କାରୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ ମିନି ଅଙ୍ଗନୱାଡି କର୍ମୀଙ୍କ ପାରିଶ୍ରମିକ ୫୩୭୫ ଟଙ୍କାରୁ ୭୨୫୦ ଟଙ୍କା ହେଲା । ସେହିପରି ଅଙ୍ଗନୱାଡି ସହାୟିକାଙ୍କ ପାରିଶ୍ରମିକ ୩୭୫୦ ଟଙ୍କାରୁ ୫୦୦୦ ଟଙ୍କାକୁ ବୃଦ୍ଧି କରାଗଲା।

ଏହି ବର୍ଦ୍ଧିତ ପାରିଶ୍ରମିକ ୨୦୨୩ ଅକ୍ଟୋବର ପହିଲାରୁ ପିଛିଲା ଭାବେ ଲାଗୁ ହେବ। ଚଳିତ ଫେବୃଆରୀ ମାସରୁ ବର୍ଦ୍ଧିତ ପାରିଶ୍ରମିକ ନିୟମିତ ଭାବେ ମିଳିବ। ଅକ୍ଟୋବର ୨୦୨୩ରୁ ଜାନୁଆରୀ ୨୦୨୪ – ଚାରି ମାସର ବର୍ଦ୍ଧିତ ବକେୟା ରାଶି ମାର୍ଚ୍ଚ ୫ ତାରିଖରୁ ୧୦ ତାରିଖ ମଧ୍ୟରେ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟରେ ଜମା କରାଯିବ।

ସେହିପରି ଅଙ୍ଗନୱାଡି କର୍ମଚାରୀଙ୍କ ସେବା ନିବୃତ୍ତିରେ ପାଉଥିବା ପ୍ରୋତ୍ସାହନ ରାଶିରେ ମଧ୍ୟ ବୃଦ୍ଧି କରାଯାଇଛି। ଏହା ୦୧.୦୪.୨୦୨୪ ଠାରୁ ଲାଗୁହେବ। ବର୍ଦ୍ଧିତ ପ୍ରୋତ୍ସାହନ ରାଶି ବାବଦରେ ଅଙ୍ଗନୱାଡି କର୍ମୀମାନେ ପୂର୍ବରୁ ପାଉଥିବା ୪୦ ହଜାର ଟଙ୍କା ପରିବର୍ତ୍ତେ ୧ ଲକ୍ଷ ଟଙ୍କା ପାଇବେ। ମିନି ଅଙ୍ଗନବାଡି କର୍ମୀମାନେ ୩୦ ହଜାର ଟଙ୍କା ପରିବର୍ତ୍ତେ ୭୫ ହଜାର ଟଙ୍କା ପାଇବେ ଓ ଅଙ୍ଗନବାଡି ସହାୟିକାମାନେ ୨୦ ହଜାର ଟଙ୍କା ପରିବର୍ତ୍ତେ ୫୦ ହଜାର ଟଙ୍କା ପାଇବେ।

ସେହିପରି ସାମାଜିକ ସୁରକ୍ଷା ଦିଗରେ ମୃତ୍ୟୁ କିମ୍ବା ଦୁର୍ଘଟଣାଜନିତ ସମ୍ପୂର୍ଣ୍ଣ ଶାରୀରିକ ଅକ୍ଷମତା ନିମନ୍ତେ ଅଙ୍ଗନୱାଡି କର୍ମୀ, ମିନି ଅଙ୍ଗନବାଡି କର୍ମୀ ଓ ସହାୟିକାମାନଙ୍କୁ ୨ ଲକ୍ଷ ଟଙ୍କା ଓ ଆଂଶିକ ଅକ୍ଷମତା ନିମନ୍ତେ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଅନୁକମ୍ପା ରାଶି ପ୍ରଦାନ କରାଯିବ। ଏହି ସୁବିଧା ମଧ୍ୟ ୦୧.୦୪.୨୦୨୪ରୁ ଲାଗୁ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri