ମାସେ ବିତିଲା, ତୁଟିନି ଟୋକନ ସମସ୍ୟା: ଲାଗି ରହିଛି ଧାନ କିଣାବିକା ସମସ୍ୟା

ବରଗଡ଼,୧୩।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ମାତ୍ର ଧାନ କିଣାବିକା ସମସ୍ୟା ଲାଗି ରହିଛି। ଅନ୍ୟଥର ଅପେକ୍ଷା ଏଥର ଚାଷୀମାନେ ଟୋକନ ସମସ୍ୟାରେ ଅଧିକ ଛନ୍ଦି ହୋଇ ଯାଇଛନ୍ତି। ଇତିମଧ୍ୟରେ ଅନେକ ଚାଷୀମାନଙ୍କ ଦ୍ୱିତୀୟ ପର୍ଯ୍ୟାୟ ଧାନବିକ୍ରି ଟୋକନ ଆସିଛି। ମାତ୍ର ପ୍ରଥମ ପର୍ଯ୍ୟାୟ ଭଳି ଦ୍ୱିତୀୟ ପର୍ଯ୍ୟାୟ ଟୋକନରେ ମଧ୍ୟ ତ୍ରୁଟି ରହିଥିବା ଚାଷୀମାନେ ଅଭିଯୋଗ କରିଛନ୍ତି। ଟୋକନରେ ବିକ୍ରିଯୋଗ୍ୟ ଧାନ ପରିମାଣ ଯଥେଷ୍ଟ କମ୍‌ ରହିଥିବା ଚାଷୀମାନେ କହିଛନ୍ତି। ଏଭଳି ଅଭିଯୋଗ ନେଇ ଶୁକ୍ରବାର ଚାଷୀ ସଂଗଠନ ଜୟ କିଷାନ ଆନ୍ଦୋଳନ ନେତୃତ୍ୱରେ ଚାଷୀମାନେ ସମବାୟ ସମିତି ସମୂହ ଉପନିବନ୍ଧକ(ଡିଆରସିଏସ୍‌)ଙ୍କୁ ଫେରାଦ ହୋଇଥିଲେ। ଧାନବିକ୍ରି ଟୋକନରେ ଦେଖାଯାଇଥିବା ତ୍ରୁଟି ବିଚ୍ୟୁତିର ସଂଶୋଧନ କରାଯାଇ ଏହି ସମସ୍ୟାର ସମାଧାନ କରିବାକୁ ସେମାନେ ଦାବି କରିଥିଲେ। ଏ ଦିଗରେ ତ୍ୱରିତ୍‌ ପଦକ୍ଷେପ ନିଆ ନଗଲେ ଆଗକୁ ଆନ୍ଦୋଳନ ତୀବ୍ର ହେବ ବୋଲି ଜୟ କିଷାନ ଆନ୍ଦୋଳନର ସମ୍ପାଦକ ହର ବଣିଆଁ ରୋକ୍‌ଠୋକ୍‌ ଚେତାବନୀ ଦେଇଥିଲେ।
ସେହିପରି ଧାନ କିଣାବିକା ସମସ୍ୟାର ସମାଧାନ ଦାବିରେ ଭାରତୀୟ କିସାନ ସଂଘ, ବରଗଡ଼ ଜିଲା ଶାଖାର ଏକ ପ୍ରତିନିଧି ଦଳ ମଧ୍ୟ ଶୁକ୍ରବାର ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ ଫେରାଦ ହୋଇଥିଲେ। ଟୋକନ ସମସ୍ୟା ନେଇ ଝାରବନ୍ଧ ଡଭାରେ ଚାଷୀମାନେ ଦୀର୍ଘଦିନ ହେଲା ଅନଶନରେ ବସିଥିବା ସତ୍ତ୍ୱେ ପ୍ରଶାସନ ତାକୁ ଅଣଦେଖା କରୁଥିବା ଯୋଗୁ ଏହି ପ୍ରତିନିଧି ଦଳ ଉଦ୍‌ବେଗ ପ୍ରକାଶ କରିଥିଲେ। ସେହିପରି ଜିଲାପାଳ ଗୋୟଲଙ୍କୁ ୭ଦଫା ଦାବିରେ ସେମାନେ ଏକ ଦାବିପତ୍ର ପ୍ରଦାନ କରିଥିଲେ। ମଣ୍ଡିରୁ ତୁରନ୍ତ ଧାନ ଉଠାଇ ଚାଷୀଙ୍କୁ ବିକ୍ରିଧାନର ପ୍ରାପ୍ୟରାଶି ପ୍ରଦାନ, ସମସ୍ତ ଚାଷୀଙ୍କ ଟୋକନ ସମସ୍ୟାର ତ୍ୱରିତ୍‌ ସମାଧାନ, ଚାଷୀମାନଙ୍କୁ ଆବଶ୍ୟକ ମୁତାବକ ସାର ଯୋଗାଇ ଦେବା ଆଦି ଦାବି ରହିଛି। ଆସନ୍ତା ୩ଦିନ ମଧ୍ୟରେ ଦାବି ପୂରଣ କରା ନଗଲେ ଭାରତୀୟ କିସାନ ସଂଘ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିବ ବୋଲି ଚେତାବନୀ ଦେଇଛି। ଭାରତୀୟ କିସାନ ସଂଘ, ବରଗଡ଼ ଜିଲାର ଜିଲା ସଭାପତି ପୀତାମ୍ବର ସାହୁଙ୍କ ନେତୃତ୍ୱରେ ରାଜ୍ୟ ସଭାପତି ଶ୍ରୀମୁଖ ପ୍ରଧାନ, ରାଷ୍ଟ୍ରୀୟ ସଦସ୍ୟ କେଦାର ମିଶ୍ର, ଭୁପାଳ ବିଶି, ଚୈତନ୍ୟ କର୍ଣ୍ଣ, କୌସ୍ତୁଭ ସାହୁ, ସୁଜିତ ପ୍ରଧାନ, ରବିନ୍ଦ୍ର ବିଶି, କରୁଣାକର ପ୍ରଧାନ, ହରିଶ ପ୍ରଧାନ, ଭେଙ୍କଟେଶ୍ୱର କର୍ମୀ ପ୍ରମୁଖ ଦାବିପତ୍ର ପ୍ରଦାନ ସମୟରେ ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର କୂଳରେ ଖେଳୁଥିଲେ,ହଠାତ୍ ମାଡ଼ି ଆସିଲା ଜୁଆର: ଭାସିଯାଇ ୮ ବର୍ଷର ଶିଶୁ ମୃତ, କାନ୍ଦ ବୋବାଳିରେ…

ଛତ୍ରପୁର, ୧ା୮(ଦିଲ୍ଲୀପ ସାମଲ / ଅନାଥ ତରାଇ): ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ନୂଆ ପୋଡେମପେଟା ଗ୍ରାମରେ ଶନିବାର ଏକ ହୃଦୟବିଦାରକ ଘଟଣା ଘଟିଛି। ଗ୍ରାମର…

ରାହୁଲ ଗାନ୍ଧୀ , ପପୁ ଯାଦବଙ୍କ ନାମରେ ରୁଜୁ ହେଲା ମାମଲା, କାହିଁକି ଜାଣନ୍ତୁ…

ବାରାଣସୀ,୧ା୮: ପାର୍ଲାମେଣ୍ଟରେ ବିରୋଧୀ ଦଳ ଏମ୍‌ପିମାନଙ୍କ ବିକ୍ଷୋଭ ବେଳେ ସନାତନ ଧର୍ମକୁ ଅପମାନିତ କରାଯିବା ସହ ଧର୍ମୀୟ ଭାବାବେଗକୁ ଆଘାତ ପହଞ୍ଚାଇଥିବା ଅଭିଯୋଗରେ ବାରାଣସୀ ପୋଲିସ ଶନିବାର…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ଲଗାଣ ବର୍ଷାରେ କ୍ଷୟକ୍ଷତି ଅଞ୍ଚଳ ପରିଦର୍ଶନ କଲେ କେନ୍ଦୁଝର MP, ପୀଡ଼ିତଙ୍କୁ ଶୀଘ୍ର…

ବଞ୍ଚୋ, ୧।୮(ପ୍ରଦୋଷ ବିଶ୍ୱାଳ): ଲଗାଣ ବର୍ଷା ଯୋଗୁ ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ହୋଇଥିବା କ୍ଷୟକ୍ଷତିର ସ୍ଥିତି ଅନୁଧ୍ୟାନ କରିବା ପାଇଁ କେନ୍ଦୁଝର MP ଅନନ୍ତ ନାୟକ…

ରାଧାରାଣୀଙ୍କୁ ଝୁରୁଛି ଗାଁ ମାଟି: ଅବଦାନ-ସଂଗ୍ରାମୀ ଭୂମିକାକୁ ମନେ ପକାଇଲେ…

ଦିଗପହଣ୍ଡି, ୧ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟସ୍ଥ ରୋହି ଗାଁ ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ରାଧାରାଣୀ ଜେନାଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ଶନିବାର…

ହାତୀପଲଙ୍କୁ ଚିଡ଼ାଉଥିବା ବେଳେ ବାରଣ କରବାରୁ ବନ କର୍ମଚାରୀଙ୍କୁ ଆକ୍ରମଣ: ୫ ଜଣଙ୍କ ନାମରେ ମାମଲା, ୨ ଗିରଫ

କେନ୍ଦୁଝର/ପାଟଣା, ୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସଦର ରେଞ୍ଜ ସୀମାନ୍ତ ପଦ୍ମପୁର ସଂରକ୍ଷିତ ଜଙ୍ଗଲର ଜାମୁନାଳିଆ ଗାଁ ନିକଟରେ ଏକ…

ବଚସାରୁ ଗୋଡ଼ାଇ ଗୋଡ଼ାଇ କରିଥିଲେ ଆକ୍ରମଣ, ଜାମିନ ଖାରଜ ହେବାରୁ ଜେଲ ଗଲେ…

ଦିଗପହଣ୍ଡି, ୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ସୁନୀଲ ଗୌଡ଼ଙ୍କୁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ପାଟପୁର ପୋଲିସ ଶନିବାର ଅଭିଯୁକ୍ତ…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri