ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ ବିକ୍ରି ପାଇଁ ଅନେକ ଚାଷୀଙ୍କୁ ଏପର୍ଯ୍ୟନ୍ତ ଟୋକନ ମିଳିପାରି ନାହିଁ। ଅନ୍ୟପକ୍ଷରେ ଯେଉଁ ଚାଷୀମାନଙ୍କୁ ଧାନ ବିକ୍ରି ଟୋକନ୍‌ ମିଳିଛି, ସେମାନଙ୍କ ମଧ୍ୟରୁ ଅଧିକାଂଶ କ୍ଷେତ୍ରରେ ବିକ୍ରି ତାରିଖ ବିଳମ୍ବରେ ଥିବାବେଳେ ବିକ୍ରିଯୋଗ୍ୟ ଧାନ ପରିମାଣକୁ ମଧ୍ୟ ଅନ୍ୟବର୍ଷ ତୁଳନାରେ ହ୍ରାସ କରି ଦିଆଯାଇଛି ବୋଲି ଚାଷୀମାନେ ଅଭିଯୋଗ କରିଛନ୍ତି। କେବଳ ସେତିକି ନୁହେଁ, ଧାନ ଉଠାଣ ନେଇ ବିଗତବର୍ଷଗୁଡ଼ିକରେ ମିଲର୍ସମାନଙ୍କୁ ଯେଭଳି ଆଲଟ୍‌ମେଣ୍ଟ ଦିଆଯାଉଥିଲା, ଏଥର ସେଥିରେ ମଧ୍ୟ ବ୍ୟତିକ୍ରମ ଦେଖାଯାଇଛି ବୋଲି ଚାଷୀମାନେ କହିଛନ୍ତି। ଏହାକୁ ନେଇ ଜିଲାର ଚାଷୀମାନେ ପୁଣି ଆନ୍ଦୋଳନମୁହାଁ ହୋଇଛନ୍ତି। ମଙ୍ଗଳବାର ଜିଲାର ବିଭିନ୍ନ ମଣ୍ଡିରୁ ଶତାଧିକ ଚାଷୀ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଆସିଥିଲେ। ଚାଷୀମାନେ ପହଞ୍ଚତ୍ବା ପୂର୍ବରୁ ପୋଲିସ କାର୍ଯ୍ୟାଳୟର ମୁଖ୍ୟ ଫାଟକ ବନ୍ଦ କରିଦେଇଥିଲା। ଫଳରେ ଅନେକ ଚାଷୀ ଧସେଇ ପଶିଥିବା ବେଳେ ପୋଲିସ ଅନ୍ୟ ଚାଷୀମାନଙ୍କୁ ଆଉ ଭିତରକୁ ଛାଡି ନଥିଲା। ଫଳରେ ଉତ୍ତେଜନା ଦେଖାଯାଇଥିଲା। ପୋଲିସ ଏବଂ ଚାଷୀମାନଙ୍କ ମଧ୍ୟରେ କିଛି ସମୟ ଧସ୍ତାଧସ୍ତି ହୋଇଥିଲା। ପରେ ଚାଷୀମାନେ ବିଭିନ୍ନ ନାରାବାଜି ସହିତ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣାରେ ବସିଥିଲେ। ସେଠାରେ ଚାଷୀ ପ୍ରତିନିଧିମାନେ ଉଦ୍‌ବୋଧନ ଦେଇ ଧାନ କିଣାବିକା ସମସ୍ୟାକୁ ନେଇ ରାଜ୍ୟ ସରକାର ଏବଂ ଜିଲା ପ୍ରଶାସନ ବିରୋଧରେ ବିଷୋଦ୍‌ଗାର କରିଥିଲେ। ଚାଷୀ ପ୍ରତିନିଧିମାନେ କହିଥିଲେ, ମଣ୍ଡି ଖୋଲିବାର ପ୍ରାୟ ଗୋଟିଏ ମାସ ବିତି ଯାଇଥିଲେ ହଁ ବହୁ ଚାଷୀଙ୍କୁ ଏପର୍ଯ୍ୟନ୍ତ ଟୋକନ ମିଳିନାହିଁ। ଅନେକ ଚାଷୀଙ୍କୁ କେବଳ ୬, ୭ କୁଇଣ୍ଟାଲ ଧାନ ବିକ୍ରି ପାଇଁ ଟୋକନ ମିଲିଛି। ବହୁ ଚାଷୀଙ୍କ ଟୋକନ ଫେବୃଆରୀ ଶେଷଯାଏ ବିକ୍ରି କରିବା ପାଇଁ ଆସିଛି। ଏଥିସହ ଯେଉଁ ଚାଷୀମାନଙ୍କୁ ଟୋକନ ମିଳିଛି ସେମାନଙ୍କ ଧାନ ଉଠୁନାହିଁ। ମିଲର୍ସଙ୍କ ଗାଡ଼ି ମଣ୍ଡିକୁ ଆସୁନାହିଁ। କଟ୍‌ନୀଛଟ୍‌ନୀ ଚରମ ସୀମାରେ ପହଞ୍ଚତ୍ଛି। ସରକାର ପ୍ରତିଦିନ ଧାନ କିଣିବା ପାଇଁ ସୀମା ଧାର୍ଯ୍ୟ କରିଛନ୍ତି। ସେଥିପାଇଁ ଅତି ମନ୍ଥର ଗତିରେ ଧାନ ଉଠୁଛି। ଯଦି ଏହି ସମସ୍ୟାର ସମାଧାନ କରା ନ ଯାଏ, ତା’ହେଲେ ବରଗଡ଼ ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଚାଷୀଙ୍କ ଆକ୍ରୋଶର ଶିକାର ହୋଇପାରନ୍ତି ବୋଲି ପଶ୍ଚିମ ଓଡ଼ିଶା କୃଷକ ସଙ୍ଗଠନ ସମନ୍ବୟ ସମିତିର ଆବାହକ ଲିଙ୍ଗରାଜ କହିଛନ୍ତି। ଜିଲାରେ ମଣ୍ଡି ଖୋଲିବାର ୨୫ ଦିନ ବିତି ଯାଇଥିଲେ ସୁଦ୍ଧା ଏପର୍ଯ୍ୟନ୍ତ ମାତ୍ର ୧୫ରୁ ୨୦ ଭାଗ ଧାନ ବିକ୍ରି ହୋଇଛି। ଫଳରେ ଧାନ ଉଠାଣର ଦୈନିକ ସୀମାକୁ ହଟାଇ ଯୁଦ୍ଧକାଳୀନ ଭିତ୍ତିରେ ଧାନକିଣା ପ୍ରକ୍ରିୟାକୁ ଚଳାଇବାକୁ ଜୟ କିଷାନ ଆନ୍ଦୋଳନ ତରଫରୁ ସରକାରଙ୍କୁ ଚେତାବନୀ ଦିଆଯାଇଛି। ଚାଷୀଙ୍କ ଧାରଣା ସ୍ଥଳକୁ ବରଗଡ଼ ଅତିରିକ୍ତ ଜିଲାପାଳ ମହେନ୍ଦ୍ର ମହାପାତ୍ର ଏବଂ ମୁଖ୍ୟ ଜିଲା ଯୋଗାଣ ଅଧିକାରୀ ବିଭୁ ପ୍ରସନ୍ନ ଆଚାର୍ଯ୍ୟ ଆସି ଚାଷୀମାନଙ୍କୁ ଧାନ ଉଠାଣ ଏବଂ ଟୋକନ ପ୍ରଦାନ ନେଇ ପ୍ରତିଶ୍ରୁତି ଦେବା ପରେ ଚାଷୀମାନେ ଧାରଣାରୁ ଉଠିଥିଲେ। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଜୟ କିଷାନ ଆନ୍ଦୋଳନର ଜିଲା ସଭାପତି ସୁଶୀଲ କୁମାର ସାହୁ, ସାଧାରଣ ସମ୍ପାଦକ ହର ବଣିଆ, ବରିଷ୍ଠ ନେତା ଶିବ ପ୍ରସାଦ ପ୍ରଧାନ, ଚଞ୍ଚଳ ପ୍ରଧାନ, ମହେଶ୍ବର ପ୍ରଧାନ, ସୁରେନ୍ଦ୍ର ମେହେର, ଭଞ୍ଜନ ବାରିକ, ଜିତୁ ବେହେରା, ଅରୁଣ କୁମାର ସାହୁ, ଅରୁଣ ପ୍ରଧାନ, ବିଜୟ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ଆସନ୍ତା ୩୦ କିମ୍ବା ୩୧ ତାରିଖରେ ମୁଖ୍ୟମନ୍ତ୍ରୀ ବରଗଡ଼ ଗସ୍ତରେ ଆସୁଥିବା ନେଇ ଚର୍ଚ୍ଚା ଚାଲିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବାଇକରେ ଘରକୁ ଫେରୁଥିଲେ ୨ ଜଣ ଯୁବକ, ବାଟରେ ଘଟିଲା ବଡ଼ ଅଘଟଣ, ଘଟଣାସ୍ଥଳରେ…

ଥୁଆମୂଳ ରାମପୁର, ୧୧ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଜଣେ ଯୁବକଙ୍କ ଅକାଳ ବିୟୋଗ…

ଡୁଡୁକା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମରେ ଅନିୟମିତତା ଅଭିଯୋଗ

ଲୋଇସିଂହା,୧୧।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକରେ ଏମ୍‌ଜିଏନଆରଇଜିଏସ୍‌ କାମରେ ଅନିୟମିତତା ହେଉଥିବା ନେଇ ଅଭିଯୋଗ ହେଉଛି। ପଞ୍ଚାୟତ ସ୍ତରରେ ହେଉଥିବା କାମ ସଂକ୍ରାନ୍ତରେ ଏମ୍‌ଜିଏନଆରଇଜିଏସ୍‌ କାମ ସାଇଟ୍‌ର…

ବିବାହର ମିଥ୍ୟା ପ୍ରଲୋଭନ ଦେଖାଇ ରଖୁଥିଲେ ଶାରୀରିକ ସମ୍ପର୍କ, ଥାନାରେ ପହଞ୍ଚିଲା ପ୍ରେମିକା

ଦେବଗଡ,୧୧।୨(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଥ୍ୟା ପ୍ରଲୋଭନ ଦେଖାଇ ପ୍ରେମିକା ସହିତ ଶାରୀରିକ ସମ୍ପର୍କ ସ୍ଥାପନ ପରେ ପ୍ରତାରଣା ଅଭିଯୋଗରେ ପ୍ରେମିକଙ୍କୁ ଗିରଫ କରି ମଙ୍ଗଳବାର ଦେବଗଡ…

ବାଇକରେ ଘରକୁ ଫେରୁଥିଲେ ୨ ଜଣ ଯୁବକ, ବାଟରେ ଘଟିଲା ବଡ଼ ଅଘଟଣ, ଘଟଣାସ୍ଥଳରେ…

ଥୁଆମୂଳ ରାମପୁର, ୧୧ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଜଣେ ଯୁବକଙ୍କ ଅକାଳ ବିୟୋଗ…

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ବିବାଦ ଘନେଇଲା,ତହସିଲଦାରଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୧୦। ୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ଥିବା ଇଣ୍ଡିଆନ୍ ଓଭରସିଜ ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ଗ୍ରାମର ଦୁଇ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri