ମାସେ ପରେ ପ୍ରେମିକା ଗିରଫ

ଭଦ୍ରକ, ୬ା୧୦(ସନାତନ ରାଉତ):ଭଦ୍ରକ-ଚରମ୍ପା ରେଳ ଷ୍ଟେଶନ ନିକଟ ଏକ ହୋଟେଲରେ ଗତ ସେପ୍ଟେମ୍ବର ୩ ରାତିରେ ରହିଥିବା ଜଣେ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଥିଲା। ଘଟଣାର ମାସକ ପରେ ଉକ୍ତ ଦିନ ହୋଟେଲରେ ଯୁବକଙ୍କ ସହ ରାତ୍ରିଯାପନ କରିଥିବା ତାଙ୍କ ପ୍ରେମିକାଙ୍କୁ ଟାଉନ ପୋଲିସ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି। ମୃତ ଦେବରାଜ ସାମଲ(୨୩)ଙ୍କ ଭଉଣୀ ଦେବଶ୍ରୀ ସାମଲଙ୍କ ଅଭିଯୋଗ ଆଧାରରେ ୪ ତାରିଖରେ ଏକ ହତ୍ୟା ମାମଲା (ନଂ.୪୬୪/୨୩) ରୁଜୁ କରାଯାଇଛି। ସେତେବେଳେ ଟାଉନ ଥାନାରେ ଏକ ଅପମୃତ୍ୟୁ ମାମଲା (ନଂ. ୬୯/୨୩) ରୁଜୁ କରାଯାଇ ମୃତଦେହ ବ୍ୟବଚ୍ଛେଦ କରାଯାଇଥିଲା। ଉକ୍ତ ଯୁବତୀଙ୍କୁ ପୋଲିସ ଆସିଆନା ସୁଧାର ଗୃହରେ ଅଟକ ରଖିଥିଲା। ପରେ ଯୁବତୀ ଜଣକ ଆସିଆନାରୁ ତାଙ୍କ ଘରକୁ ଫେରି ଯାଇଥିଲେ। ଦୁଇଦିନ ତଳେ ଆସିଥିବା ବ୍ୟବଚ୍ଛେଦ ରିପୋର୍ଟ ଓ ସିସିଟିଭି ଫୁଟେଜ ଯାଞ୍ଚ କରାଯାଇ ବନ୍ତ ଥାନା ଅଧୀନ ଟିଲୋ ଟିକିତିରା ଗ୍ରାମର ଇପ୍‌ସିତା ବେହୁରାଙ୍କୁ ବୁଧବାର ଗିରଫ କରାଯାଇଥିବା ଟାଉନ ଥାନାଧିକାରୀ ବୀରେନ୍ଦ୍ର କୁମାର ସେନାପତି କହିଛନ୍ତି।
ସୂଚନାଯୋଗ୍ୟ, ଭଣ୍ଡାରିପୋଖରୀ ଥାନା ଅଧୀନ ମାଳଦା ଜଳହରିପୁର ଗ୍ରାମର ଦେବରାଜ ସେପ୍ଟେମ୍ବର ୩ରେ ଉକ୍ତ ଯୁବତୀଙ୍କ ସହ ରାତିରେ ହୋଟେଲରେ ରହିଥିଲେ। ସେହି ରାତିରେ ଦେବରାଜ ବେକରେ ଫାଶୀ ଲଗାଇଥିବା ଯୁବତୀ ଜଣକ ନିଦରୁ ଉଠିବା ପରେ ଦେଖି ହୋଟେଲ ମାଲିକଙ୍କ ସହାୟତାରେ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ସେଠାରେ ଡାକ୍ତର ଦେବରାଜଙ୍କୁ ମୃତ ଘୋଷଣା କରିଥିଲେ। ୪ ତାରିଖ ସକାଳେ ଯୁବତୀ ଘଟଣା ବିଷୟରେ ଟାଉନ ଥାନାରେ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri