ମାସେ ପରେ ଦୈନିକ ସଂକ୍ରମଣ ଲକ୍ଷେ ତଳେ…

ନୂଆଦିଲ୍ଲୀ, ୭।୨ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ଏହା ପୁଣି ବଢୁଛି। ମାସେ ପରେ ଦୈନିକ ସଂକ୍ରମଣ ଲକ୍ଷେ ତଳେ ରହିଛି। ଗତ ୨୪ ଘଣ୍ଟାରେ ୮୩ ହଜାର ୮୭୬ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୮୯୫ ଜଣଙ୍କ ମୃତ୍ୟୁ ଘଟିଛି।

ସେହିପରି ଗତ ୨୪ ଘଣ୍ଟାରେ ୧ ଲକ୍ଷ ୯୯ ହଜାର ୫୪ ଜଣ ସୁସ୍ଥ ହୋଇଛନ୍ତି। ଅପରପକ୍ଷରେ ସକ୍ରିୟ ମାମଲା ୧୧ ଲକ୍ଷ ୮ ହଜାର ୯୩୮ ରେ ପହଞ୍ଚିିଛି। ଦୈନିକ ପଜିଟିଭିଟି ହାର ୭.୨୫ ପ୍ରତିଶତକୁ କମି ଆସିଛି।

ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨ ହଜାର ୮୭୪ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୨୨ ଲକ୍ଷ ୭୨ ହଜାର ୧୪ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୬ ଲକ୍ଷ ୬୦ ହଜାର ୨୦୨ ଜଣ ସୁସ୍ଥ ହୋଇ ସାରିଛନ୍ତି।

ଗତ ୨୪ ଘଣ୍ଟାରେ ଦେଶର ୭ଟି ରାଜ୍ୟ ମଧ୍ୟରେ କେରଳର ସର୍ବାଧିକ ୨୬,୭୨୯ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ମହାରାଷ୍ଟ୍ରରେ ୯,୬୬୬, କର୍ନାଟକରେ ୮,୪୨୫ , ତାମିଲନାଡୁରେ ୬,୧୨୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜସ୍ଥାନରେ ୪,୫୦୯ , ଗୁଜୁରାଟରେ ୩,୮୯୭ ଏବଂ ଆନ୍ଧ୍ରପ୍ରଦେଶରେ ୨,୬୯୦ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସୂଚନାଯୋଗ୍ୟ, ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୬୯ କୋଟି ୬୦ ଲକ୍ଷ ଟପିଛି। ସେଥିମଧ୍ୟରେ ୯୦ କୋଟିରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୭୨ କୋଟି ୬୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫିଲ୍ମ ଶୁଟିଂ ପାଇଁ ବାହାରିଲେ ରିଜେକ୍ଟ ହୋଇଥିବା ୨ ରାଜକୁମାର, ରାହୁଲ-ଅଖିଳେଶଙ୍କୁ ଟାର୍ଗେଟ କଲେ ମୋଦି

ଅମରୋହା,୧୯।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକ ସଭା ନିର୍ବାଚନ ପାଇଁ ଜୋରଦାର ପ୍ରଚାର କରୁଛନ୍ତି। ଶୁକ୍ରବାର (ଏପ୍ରିଲ ୧୯) ଉତ୍ତରପ୍ରଦେଶର ଆମରୋହା ଠାରେ ଏକ ରାଲିରେ...

ରଜନୀକାନ୍ତ, ଧନୁଷ, କମଲ ହାସନ ଚେନ୍ନାଇରେ ଦେଲେ ଭୋଟ, ସର୍ବପ୍ରଥମେ ପହଞ୍ଚିଲେ ଏହି ସୁପରଷ୍ଟାର

ଚେନ୍ନାଇ,୧୯।୪: ଶୁକ୍ରବାର ସକାଳୁ ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସମସ୍ତ ରାଜନୈତିକ ଦଳ ଭାଗ୍ୟ ପରୀକ୍ଷା କରିବାକୁ ରାଜନୈତିକ ମଞ୍ଚରେ...

ଦଶମ ବୋର୍ଡ ପରୀକ୍ଷା ଫଳ ପ୍ରକାଶ, ବାଜି ମାରିଲେ ଛାତ୍ରୀ

ରାଞ୍ଚି,୧୯ା୪: ଝାଡ଼ଖଣ୍ଡ ବୋର୍ଡ ଦଶମ ଫଳାଫଳ ଶୁକ୍ରବାର ପ୍ରକାଶ ପାଇଛି। ଏହି ଫଳାଫଳକୁ ଶିକ୍ଷା ସଚିବ ଉମାଶଙ୍କର ସିଂ, ଜେଏସି ବୋର୍ଡ ଅଧ୍ୟକ୍ଷ ଅନିଲ କୁମାର...

ଦିନେଶ ତ୍ରିପାଠୀ କିଏ? ଯାହାଙ୍କ ଯୁଦ୍ଧ ଦକ୍ଷତା ବେଶ୍‌ ପ୍ରସିଦ୍ଧ, ଜାଣନ୍ତୁ ତାଙ୍କ ବିଷୟରେ…

ନୂଆଦିଲ୍ଲୀ,୧୯ା୪: ଦିନେଶ ତ୍ରିପାଠୀଙ୍କୁ କେନ୍ଦ୍ର ସରକାର ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ଦିନେଶ ଏପ୍ରିଲ ୩୦ରେ ତାଙ୍କର ନୂତନ ଦାୟିତ୍ୱ ଗ୍ରହଣ କରିବେ...

ଭାଇସ ଆଡମିରାଲ ଦୀନେଶ ତ୍ରିପାଠୀ ହେବେ ପରବର୍ତ୍ତି ନୌସେନା ମୁଖ୍ୟ

ନୂଆଦିଲ୍ଲୀ,୧୯।୪: କେନ୍ଦ୍ର ସରକାର ଉପ-ଆଡମିରାଲ ଦୀନେଶ ତ୍ରିପାଠୀଙ୍କୁ ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ସେ ଏପ୍ରିଲ ୩୦ରେ ତାଙ୍କର ନୂତନ ପଦ ଗ୍ରହଣ...

ଲୋକ ସଭା ନିର୍ବାଚନ: ଭୋଟ ବର୍ଜନ କରି ଅନଶନରେ ବସିଲେ ଗ୍ରମାବାସୀ

ନୋଏଡା,୧୯।୪: ଉତ୍ତର ପ୍ରଦେଶରେ ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟର ୮ଟି ଆସନରେ ମତଦାନ ଚାଲିଛି। ଶୁକ୍ରବାର ୮୦ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ହେବ।...

୨୧ ରାଜ୍ୟର ୧୦୨ ଆସନ ପାଇଁ ଆରମ୍ଭ ହେଲା ମତଦାନ, ମୋଦି କହିଲେ ଗଣତନ୍ତ୍ରର ସବୁଠାରୁ ବଡ ଉତ୍ସବ

ନୂଆଦିଲ୍ଲୀ,୧୯।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ଶୁକ୍ରବାର ସକାଳୁ ମତଦାନ ଆରମ୍ଭ ହୋଇଛି। ଏହା ସହିତ ବିଶ୍ୱର ବୃହତ୍ତମ ଗଣତନ୍ତ୍ରରେ ନିର୍ବାଚନ ମହା ଉତ୍ସବ...

ଇଭିଏମ୍‌ ମକ୍‌ ପୋଲ୍‌: ଭାଜପାକୁ ଯାଇଛି ଅତିରିକ୍ତ ଭୋଟ

ନୂଆଦିଲ୍ଲୀ,୧୯ା୪(ପି.ଟି.):ଦେଶରେ ଲୋକ ସଭା ନିର୍ବାଚନ ଚାଲିଥିବାବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ୍‌ରେ ଜାଲିଆତି ଅଭିଯୋଗକୁ ନେଇ ବିବାଦ ଲାଗିରହିଛି। ସେଥିପାଇଁ ଭୋଟର ଭେରିଫାଏବଲ୍‌ ପେପର ଅଡିଟ୍‌ ଟ୍ରେଲ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri