Posted inଖେଳ

କୋହଲିଙ୍କୁ ନୁହେଁ, ରୋହିତଙ୍କୁ ଅଧିନାୟକ ଦାୟିତ୍ୱ ଦିଆଯାଉ: ଡବ୍ଲୁଟିସି ଫାଇନାଲ ହାରିବା ପରେ…

ନୂଆଦିଲ୍ଲୀ,୨୭।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌(ଡବ୍ଲୁଟିସି) ଫାଇନାଲରେ ଭାରତର ପରାଜୟ ପରେ ବିରାଟ କୋହଲିଙ୍କ ଅଧିନାୟକତ୍ୱକୁ ନେଇ ପୁଣି ଥରେ ପ୍ରଶବାଚୀ ସୃଷ୍ଟି ହୋଇଛି। ଅନେକ ପୂର୍ବତନ କ୍ରିକେଟର ଏବଂ ବିଶେଷଜ୍ଞମାନେ କୋହଲିଙ୍କ କାନ୍ଧରୁ ତିନୋଟି ଫର୍ମାଟରେ ନେତୃତ୍ୱ ନେବା ଦାୟିତ୍ୱ କମ୍‌ କରିବା ଏବଂ ଅନ୍ୟ ଖେଳାଳିଙ୍କ ସହ ତାହା ବାଣ୍ଟିବା ଉଚିତ ବୋଲି ଅନୁଭବ କରୁଛନ୍ତି। ଏସବୁ ମଧ୍ୟରେ ଇଂଲଣ୍ଡର ପୂର୍ବତନ ସ୍ପିନର ମୋଣ୍ଟି ପାନେସର କୋହଲିଙ୍କୁ ନେଇ ବଡ଼ ବୟାନ ଦେଇଛନ୍ତି। ଟି-୨୦ ଫର୍ମାଟରେ ଭାରତକୁ ଆଗେଇ ନେବା ପାଇଁ ରୋହିତ ଶର୍ମା ଅଧିନାୟକ ଭାବେ ଉପଯୁକ୍ତ ପସନ୍ଦ। ରୋହିତ ଯେଉଁଭଳି ମୁମ୍ବାଇ ଇଣ୍ଡିଆନ୍ସକୁ ଆଇପିଏଲ୍‌ରେ ଆଗେଇ ନେଇଛନ୍ତି, ସେହିଭଳି ସେ ଭାରତୀୟ କ୍ରିକେଟ ଟିମ୍‌ର ଦାୟିତ୍ୱ ନେଇପାରିବେ ବୋଲି ସେ କହିଛନ୍ତି।

କ୍ରିକ୍‌ ବାଉନ୍ସର ସହ କଥା ହେବା ବେଳେ ମୋଣ୍ଟି କହିଛନ୍ତି, ମୁଁ ଭାବୁଛି ଟି-୨୦ ଫର୍ମାଟର ଅଧିନାୟକ ଦାୟିତ୍ୱ ରୋହିତ ଶର୍ମାଙ୍କୁ ଦିଆଯିବା ଉଚିତ। ସେ ମୁମ୍ବାଇ ଇଣ୍ଡିଆନ୍ସକୁ ଭଲ ଭାବେ ଆଗେଇ ନେଇଛନ୍ତି। କୋହଲି ଏବେ ନିହାତି ଭାବେ ଚାପରେ ରହିବେ। କାରଣ ଯଦି ତାଙ୍କ ଦଳ ଇଂଲଣ୍ଡ ବିପକ୍ଷ ୫ ମ୍ୟାଚ୍‌ ବିଶିଷ୍ଟ ସିରିଜରେ ଭଲ ପ୍ରଦର୍ଶନ ନ କରେ ଏବଂ ଆଇସିସି ଟି୨୦ ବିଶ୍ୱକପ୍‌ ୨୦୨୧ ହାରିଯାଏ ତେବେ କ’ଣ ହେବ ସମସ୍ତେ ଜାଣନ୍ତି। ଇଂଲଣ୍ଡ ବିପକ୍ଷ ମ୍ୟାଚ୍‌ରେ ଭାରତ ଭଲ ପ୍ରଦର୍ଶନ କରିବା ସହଜ। ଦଳରେ କାଇଲ ଜାମିସନଙ୍କ ଭଳି ଖେଳାଳି ନାହାନ୍ତି। ଏହାଛଡ଼ା ଇଂଲଣ୍ଡର ଟପ୍‌ ଅର୍ଡର ବ୍ୟାଟିଂ ମଧ୍ୟ ସେତେଟା ଶକ୍ତିଶାଳୀ ନୁହେଁ। ଏଣୁ ଭାରତ ଲାଭ ପାଇବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖାଇବା ତେଲ ପ୍ରତି କୃଷକ ଗୁରୁତ୍ୱ ଦେବାକୁ ଆହ୍ବାନ

ବରଗଡ଼,୨୧ା୬(ପ୍ରେମାନନ୍ଦ ଖମାରୀ): ରାଜ୍ୟ ସରକାରଙ୍କ ୨ବର୍ଷ ପୂର୍ତ୍ତି ଉତ୍ସବ ବିକାଶ ଧାରା, ଓଡ଼ିଶା ସାରା ଅବସରରେ ଜାତୀୟ ଖାଇବା ତେଲ ମିଶନଅଏଲ ପାମ (ଏନ୍‌ଏମ୍‌ଇଓ-ଓପି) ୨୦୨୬-୨୭ ଅଧୀନରେ…

ସରିଲା NEET, UG ପରୀକ୍ଷା

ନୂଆଦିଲ୍ଲୀ,୨୧।୬: କଡ଼ା ସୁରକ୍ଷା ମଧ୍ୟରେ ଶେଷ ହୋଇଛି NEET-UG ପରୀକ୍ଷା। ୫୪୪୦ କେନ୍ଦ୍ରରେ ୨୨ ଲକ୍ଷରୁ ଊଦ୍ଧର୍‌ବ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ସୂଚନ ମିଳିଛି। ପରୀକ୍ଷାକୁ ସୁରକ୍ଷିତ…

ତାମିଲନାଡୁରେ ବଡ଼ ଅଘଟଣ: ସି-ଫୁଡ୍ ଫ୍ୟାକ୍ଟ୍ରିରେ ଆମୋନିଆ ଗ୍ୟାସ ଲିକ୍, ୨ ମୃତ ଓ ୪୬ ଗୁରୁତର

ଚେନ୍ନାଇ,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ୍ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍ ହେବା ଯୋଗୁ ଏକ ବଡ଼ ଦୁର୍ଘଟଣା ଘଟିଛି।…

ଯୋଗ ଦିବସରେ ସାମିଲ ହେଲେ ମହିଳା ସରପଞ୍ଚ, କହିଲେ ନିଜକୁ ସୁସ୍ଥ ରଖିବାକୁ ହେଲେ…

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଏହି ଯୋଗରେ ମହିଳା ସରପଞ୍ଚ ମମତା ବେହେରାଙ୍କ ସମେତ…

IRCTC ଆକାଉଣ୍ଟର ପାସୱାର୍ଡ ଭୁଲି ଯାଇଛନ୍ତି କି? ଏହି ସହଜ ଷ୍ଟେପ୍ସ ଆପଣାଇ କେଇ ମିନିଟ୍‌ରେ କରନ୍ତୁ ରିସେଟ୍‌

ନୂଆଦିଲ୍ଲୀ,୨୧।୬:ଭାରତରେ ପ୍ରତିଦିନ ହଜାର ହଜାର ଟ୍ରେନ ଚାଲୁଛି। କୋଟି କୋଟି ଲୋକ ଏଥିରେ ଯାତ୍ରା କରୁଛନ୍ତି। ପୂର୍ବରୁ ଲୋକେ ଟିକେଟ କାଉଣ୍ଟରକୁ ଯାଇ ଲମ୍ବା ଲାଇନରେ ଛିଡ଼ା…

ଦିଲ୍ଲୀ ଏୟାରପୋର୍ଟରେ ୪୫ ମିନିଟ୍‌ ଅଟକି ରହିଲେ ମୋଦି, କାରଣ ଜାଣିଲେ…

ନୂଆଦିଲ୍ଲୀ,୨୧ା୬: ରବିବାର ଅପରାହ୍ନରେ ଦିଲ୍ଲୀ ଏୟାରପୋର୍ଟରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୁରନ୍ତ ତାଙ୍କ ବାସଭବନକୁ ଯିବା ପରିବର୍ତ୍ତେ ବିମାନବନ୍ଦରରେ ଅପେକ୍ଷା କରିବାକୁ ନିଷ୍ପତ୍ତି ନେଇଥିଲେ।…

କେନ୍ଦୁଝରରେ ଉପମୁଖ୍ୟମନ୍ତ୍ରୀ: କୃଷି କାର୍ଯ୍ୟର ସମୀକ୍ଷା କରି କହିଲେ ଅସ୍ବାଭାବିକ ମୌମୁମୀ ପରିସ୍ଥିତିର ସମ୍ଭାବନାକୁ…

କେନ୍ଦୁଝର,୨୧ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ରବିବାର କେନ୍ଦୁଝର ଜିଲା ଗସ୍ତ କରି ବିଭିନ୍ନ କୃଷି…

ନିଶାଖୋର ପୁଅ ପାଇଁ ଆତ୍ମହତ୍ୟା କରିଦେଲେ ମା’-ବାପା! ଘର ଭିତରୁ ପୋଲିସ…

ପୁରୀ,୨୧ା୬(ଅଜିତ କୁମାର ମହାନ୍ତି): ପୁରୀ ତାଳବଣିଆ ଥାନା ଅନ୍ତର୍ଗତ ସେନାପତି ବଗିଚା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ରବିବାର ଦେଖିବାକୁ ମିଳିଛି। ଘର ଭିତରୁ ପୋଲିସ ଦମ୍ପତିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri