Posted inଖେଳ

ମୁଡି ସନରାଇଜର୍ସର କ୍ରିକେଟ ନିର୍ଦ୍ଦେଶକ

ନୂଆଦିଲ୍ଲୀ, ୧୬।୧୨ (ପି.ଟି.)-କ୍ରିକେଟରରୁ କୋଚ୍‌ ହୋଇଥିବା ଅଷ୍ଟ୍ରେଲିଆର ଟମ୍‌ ମୁଡି ମଙ୍ଗଳବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଫ୍ରାଞ୍ଚାଇଜ୍‌ ସନରାଇଜର୍ସ ହାଇଦ୍ରାବାଦର କ୍ରିକେଟ ନିର୍ଦ୍ଦେଶକ ଭାବେ ନିଯୁକ୍ତି ପାଇଛନ୍ତି। ଏହି ୫୫ ବର୍ଷୀୟ ଅଷ୍ଟ୍ରେଲୀୟ ୨୦୧୯ ପର୍ଯ୍ୟନ୍ତ ୭ବର୍ଷ ଧରି ସନରାଇଜର୍ସର ଦାୟିତ୍ୱରେ ରହିଛନ୍ତି। ତାଙ୍କ ତତ୍ତ୍ୱାବଧାନରେ ଦଳ ୨୦୧୯ରେ ଟାଇଟଲ ବିଜୟୀ ହୋଇପାରିଥିଲା। ଗତବର୍ଷ ଜୁଲାଇରେ ଇଂଲଣ୍ଡର ବିଶ୍ୱକପ୍‌ ବିଜୟୀ କୋଚ୍‌ ଟ୍ରେଭର ବେଲିସ୍‌ କୋଚ୍‌ ଦାୟିତ୍ୱ ଗ୍ରହଣ କରିଥିଲେ। ମୁଡିଙ୍କ ୭ ବର୍ଷ କାର୍ଯ୍ୟକାଳରେ ସନରାଇଜର୍ସ ୫ଥର ଆଇପିଏଲ୍‌ କ୍ୱାଲିଫାୟର୍ସରେ ପହଞ୍ଚତ୍ପାରିଛି। ଚଳିତ ବର୍ଷର ଆଇପିିଏ୍‌ଲ ସଂଯୁକ୍ତ ଆରବ ଏମିରେଟ୍ସରେ ଖେଳାଯାଇଥିଲା। ସନରାଇଜର୍ସ ତୃତୀୟ ଦଳ ଭାବେ ପ୍ଲେ-ଅଫ୍‌କୁ ଉନ୍ନୀତ ହୋଇଥିଲା। ଆବୁଧାବିର ଶେଖ ଜାୟେଦ କ୍ରିକେଟ ଷ୍ଟାଡିୟମରେ ଅନୁଷ୍ଠିତ କ୍ୱାଲିଫାୟର ୨ରେ ସେମାନେ ପରାଜିତ ହୋଇଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଜି ଭାରତ ପାଇଁ ଐତିହାସିକ ଦିନ: ୨୮ ବର୍ଷ ପରେ ପୁଣି ଦୋହରାଇବ ଇତିହାସ, ୨ ଦେଶ ବିପକ୍ଷରେ…

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ପାଇଁ ଆଜି ଅର୍ଥାତ୍‌ ଅକ୍ଟୋବର ୩ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଭାରତୀୟ କ୍ରିକେଟ ଟିମ ଗୋଟିଏ ଦିନରେ…

ଅଲ-ଟାଇମ ବେଷ୍ଟ ଫିଲ୍ଡର୍ସ୍‌-୧୧ ଘୋଷଣା: ୪ ଭାରତୀୟଙ୍କୁ ମିଳିଲା ସ୍ଥାନ, ଯୁବରାଜ ବାଦ୍‌

ନୂଆଦିଲ୍ଲୀ,୩।୧୦: କ୍ରିକେଟ୍‌ର ରନ ଓ ଉଇକେଟ ସହ ଫିଲ୍ଡିଂ ମଧ୍ୟ ମ୍ୟାଚ୍‌ର ଗତିପଥ ବଦଳାଇବାରେ ବଡ଼ ଭୂମିକା ନିଏ। ଏକ ଚମତ୍କାର କ୍ୟାଚ, ଦ୍ରୁତ ଥ୍ରୋ କିମ୍ବା…

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

ଇତିହାସ ରଚିଲେ ଭାରତର ସୁନା ଝିଅ, ହକି ଇଣ୍ଡିଆ କଲା ନୋଟ୍ ବର୍ଷା!

ନୂଆଦିଲ୍ଲୀ,୨।୧୦: ଏସୀୟ କ୍ରୀଡ଼ାରେ ଭାରତୀୟ ମହିଳା ହକି ଦଳ ଇତିହାସ ସୃଷ୍ଟି କରିଛି। ଫାଇନାଲ୍ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍ ଚାଇନାକୁ ୧-୦ ଗୋଲ୍‌ରେ ପରାସ୍ତ କରି ସଲିମା…

ଭାରତୀୟ ହକି ଅମ୍ପାୟରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ, ୨ା୧୦: ଯୌନ ନିର୍ଯାତନା ଅଭିଯୋଗରେ ଜାପାନରେ ଚାଲିଥିବା ଏସିଆନ ଗେମ୍ସରୁ ହକି ଅମ୍ପାୟର ତଥା ଟେକ୍‌ନିକାଲ ଅଫିସିଆଲ ଗୁରିନ୍ଦର ସିଂ ସାଙ୍ଘାଙ୍କୁ ସ୍ବଦେଶ ଫେରାଇ ଅଣାଯାଇଛି।…

ଏସିଆନ ଗେମ୍ସ ଉଦ୍‌ଯାପନୀ ଉତ୍ସବରେ ନୀରୁ ଧଣ୍ଡା ହେବେ ପତାକା ବାହକ, ଜାଣନ୍ତୁ ନୀରୁ କିଏ…

ନାଗୋୟା,୨ା୧୦: ରବିବାର ହେବାକୁ ଥିବା ଏସିଆନ ଗେମ୍ସ ଉଦ୍‌ଯାପନୀ ଉତ୍ସବରେ ଭାରତର ଅଗ୍ରଣୀ ଟ୍ରାପ୍‌ ଶୁଟର ନୀରୁ ଧଣ୍ଡା ଭାରତୀୟ ଦଳର ମହିଳା ପତାକା ବାହକ ହେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?