Posted inଜାତୀୟ

ଚନ୍ଦ୍ର-ପୃଥିବୀର ସେଲ୍‌ଫି ଉଠାଇଲା ଆଦିତ୍ୟ ଏଲ୍‌୧

ନୂଆଦିଲ୍ଲୀ,୭।୯: ଦେଶର ପ୍ରଥମ ସୂର୍ଯ୍ୟ ମିଶନ ଆଦିତ୍ୟ ଏଲ୍‌୧ ଧୀରେ ଧୀରେ ଏହାର ଗନ୍ତବ୍ୟ ସ୍ଥଳକୁ ଗତି କରୁଛି। ସୂର୍ଯ୍ୟ-ପୃଥିବୀ ଏଲ୍‌୧ ପଏଣ୍ଟକୁ ଯାଉଥିବା ଆଦିତ୍ୟ ଏଲ୍‌୧ ପୃଥିବୀ ଏବଂ ଚନ୍ଦ୍ରର ସେଲଫି ନେଇଛି। ସୋସିଆଲ ମିଡିଆ ସାଇଟ ଏକ୍ସ (ପୂର୍ବରୁ ଟୁଇଟର୍‌) ରେ ଇସ୍ରୋ ଏହି ସୂଚନା ଦେଇଛି। ଏହି ସେଲଫି ଆଦିତ୍ୟ ଏଲ୍‌୧ରେ ସ୍ଥାପିତ କ୍ୟାମେରାରେ କଏଦ ହୋଇଛି। ସେପ୍ଟେମ୍ବର ୨ରେ ଆନ୍ଧ୍ରପ୍ରଦେଶର ଶ୍ରୀହାରିକୋଟା ସ୍ପେସ ସେଣ୍ଟରରୁ ଆଦିତ୍ୟ ଏଲ୍‌୧ ଲଞ୍ଚ କରାଯାଇଥିଲା। ୧୨୮ ଦିନର ମହାକାଶ ଯାତ୍ରା ସମାପ୍ତ କରିବା ପରେ ଆଦିତ୍ୟ ଏଲ୍‌୧ ପୃଥିବୀଠାରୁ ୧.୬ ନିୟୁତ କିଲୋମିଟର ଦୂରରେ ଥିବା ଲାଗ୍ରାଙ୍ଗିଆନ ପଏଣ୍ଟ୍ର ହାଲୋ କକ୍ଷପଥରେ ରଖାଯିବ। ଆଦିତ୍ୟ ଏଲ୍‌୧ରେ ପେଲୋଡ ସୂର୍ଯ୍ୟ କିରଣ, ପ୍ଲାଜମା ଏବଂ ଚୁମ୍ବକୀୟ କ୍ଷେତ୍ର ଅଧ୍ୟୟନ କରିବ।
ସୂର୍ଯ୍ୟଙ୍କ ଉପରେ ଅଧ୍ୟୟନ ଲାଗି ଆଦିତ୍ୟ-ଏଲ୍‌୧କୁ ସେପ୍ଟେମ୍ବର ୨ ପୂର୍ବାହ୍ନ ୧୧ଟା ୫୦ ମିନିଟ୍‌ରେ ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାସ୍ଥିତ ସ୍ପେସ୍‌ ପୋର୍ଟରୁ ମହାକାଶକୁ ଛଡ଼ାଯାଇଥିଲା। ଏହି ମହାକାଶ ଯାନ ପୃଥିବୀଠାରୁ ୧୫ ଲକ୍ଷ କିଲୋମିଟର ଦୂରରେ ଥିବା ଏଲ୍‌୧ (ସୂର୍ଯ୍ୟ-ପୃଥିବୀର ଲାଗ୍ରାଞ୍ଜ ପଏଣ୍ଟ)ରୁ ସୋଲାର କରୋନା ଏବଂ ସୋଲାର ଓ୍ବିଣ୍ଡ୍‌ର ଅନୁଧ୍ୟାନ କରିବ। ସୂର୍ଯ୍ୟଙ୍କ ଉପରେ ଅନୁଧ୍ୟାନ କରିବାରେ ଏହା ଭାରତର ପ୍ରଥମ ସ୍ପେସ୍‌ ମିଶନ। ସୂର୍ଯ୍ୟଙ୍କ ଫଟୋସ୍ପିୟର, କ୍ରୋମୋସ୍ପିୟର ଏବଂ ବାହ୍ୟ ସ୍ତର କରୋନାର ଅନୁଧ୍ୟାନ ଲାଗି ଉକ୍ତ ମହାକାଶ ଯାନରେ ବିଭିନ୍ନ ଓ୍ବେଭ୍‌ ବ୍ରାଣ୍ଡ୍‌ର ୭ଟି ପ୍ଲେଲୋଡ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri