Posted inଜାତୀୟ

ମୁସେଓ୍ପାଲାଙ୍କ ହତ୍ୟାକାରୀ-ପୋଲିସ ମୁହାଁମୁହିଁ, ଏନକାଉଣ୍ଟରରେ ଜଣେ ଗ୍ୟାଙ୍ଗଷ୍ଟର ମୃତ…

ଚଣ୍ଡିଗଡ଼,୨୦।୭ : ପଞ୍ଜାବରେ ସିଦ୍ଧୁ ମୁସେୱାଲାଙ୍କ ସନ୍ଦିଗ୍ଧ ହତ୍ୟାକାରୀ ଏବଂ ପୋଲିସ ମୁହାଁମୁହିଁ ହୋଇଛନ୍ତି। ଏନକାଉଣ୍ଟରରେ ଜଣେ ଗ୍ୟାଙ୍ଗଷ୍ଟରଙ୍କ ମୃତ୍ୟୁ ଘଟିଥିବା ପୋଲିସ କହିଛି। ସର୍ଚ୍ଚ ଅପରେଶନ ସମୟରେ ନିକଟସ୍ଥ ଲୋକଙ୍କୁ ପୋଲିସ ଖରୁ ନବାହାରିବାକୁ ଅପିଲ କରିଛି। ଜନସାଧାରଣ ଯେପରି କୌଣସି ପ୍ରକାର ଦୁର୍ଘଟଣାର ଶିକାର ନ ହୁଅନ୍ତି ସେ ନେଇ ଏଭଳି ଅନୁରୋଧ କରାଯାଇଛି। ଅମୃତସର ଜିଲାର ପାକିସ୍ତାନ ସୀମାବର୍ତ୍ତୀ ଚିଚା ଭକନା ଗ୍ରାମରେ ଏହି ଏନକାଉଣ୍ଟର ଚାଲିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଗ୍ୟାଙ୍ଗଷ୍ଟରମାନେ ଏକ ପୁରୁଣା କୋଠାରେ ଲୁଚି ରହିଛନ୍ତି। କୁହାଯାଉଛି ଯେ ତିନିଜଣ ଗ୍ୟାଙ୍ଗଷ୍ଟର ଥିଲେ। ତେବେ ସେମାନଙ୍କ ମଧ୍ୟରୁ ଜଣଙ୍କୁ ପୋଲିସ ଏନକାଉଣ୍ଟର କରିଛି। ଚିଚା ଭକନା ଗ୍ରାମଠାରୁ ପାକିସ୍ତାନର ସୀମା ମାତ୍ର ୧୦୦ ମିଟର ଦୂରରେ। ଏଭଳି ପରିସ୍ଥିତିରେ ଏହି ଗ୍ୟାଙ୍ଗଷ୍ଟରମାନେ ପାକିସ୍ତାନରେ ପ୍ରବେଶ କରିବାର ସମ୍ଭାବନା ମଧ୍ୟ ରହିଛି। ପୋଲିସ ୨ କିଲୋମିଟର ଅଞ୍ଚଳକୁ ସମ୍ପୂର୍ଣ୍ଣ ଘେରି ରହିଛି।

ସାଧାରଣ ଲୋକଙ୍କୁ ଘର ଭିତରେ ରହିବାକୁ ନିବେଦନ କରାଯାଇଛି ଏବଂ ଆଖପାଖ ଅଞ୍ଚଳରେ ସ୍ନାଇପର ନିୟୋଜିତ କରାଯାଇଛି। ବହୁ ସଂଖ୍ୟକ ପୋଲିସ ଫୋର୍ସ ମୁତୟନ କରାଯାଇଛି ଏବଂ ପ୍ରତ୍ୟେକ ଅଞ୍ଚଳ ଉପରେ ନଜର ରଖାଯାଉଛି। ବରିଷ୍ଠ ପୋଲିସ ଅଧିକାରୀ ମଧ୍ୟ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ପୋଲିସ ସୂତ୍ରରୁ ପ୍ରକାଶ ଯେ ଗ୍ୟାଙ୍ଗଷ୍ଟରମାନେ ଲୁଚି ରହିଥିବା ବିଷୟରେ ସୂଚନା ମିଳିଥିଲା। ଘେରାବନ୍ଦୀ ପରେ ସର୍ଚ୍ଚ ଅପରେଶନ ଆରମ୍ଭ ହୋଇଥିଲା। ସେମାନଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା ଜାରି କରାଯାଇଥିଲା। ମାତ୍ର ଗ୍ୟାଙ୍ଗଷ୍ଟରମାନେ ପୋଲିସ ଉପରକୁ ଗୁଳି ଚଳାଇବା ଆରମ୍ଭ କରିଥିଲେ। ଏହାର ଜବାବରେ ପୋଲିସ ପକ୍ଷରୁ ପାଲଟା ଗୁଳିଚାଳନା କରାଯାଇଥିଲା।

ଗ୍ୟାଙ୍ଗଷ୍ଟରଙ୍କ ଗୁଳିରେ ଦୁଇଜଣ ପୋଲିସ କର୍ମଚାରୀ ମଧ୍ୟ ଆହତ ହୋଇଛନ୍ତି। ଚିକିତ୍ସା ପାଇଁ ସେମାନଙ୍କୁ ଅମୃତସରର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ପୋଲିସ ସୂତ୍ରରୁ ପ୍ରକାଶ ଯେ ଗ୍ୟାଙ୍ଗଷ୍ଟରମାନଙ୍କ ମଧ୍ୟରେ ଜାଗ୍ରୋପ ସିଂ ରୂପା ଏବଂ ମନପ୍ରୀତ ସିଂ ଛଦ୍ମନାମ ମନୁ କୁସା ଅଛନ୍ତି। ସିଦ୍ଧୁ ମୁସେୱାଲାଙ୍କ ହତ୍ୟାରେ ସମ୍ପୃକ୍ତ ଥିବା ସନ୍ଦେହ କରାଯାଉଛି। ମୁସଓ୍ବୋଲାଙ୍କ ହତ୍ୟାକାଣ୍ଡରେ ଉଭୟଙ୍କ ସମ୍ପୃକ୍ତି ଥିବା କୁହାଯାଉଛି। ଗ୍ୟାଙ୍ଗଷ୍ଟରମାନେ ଆକ୍ରମଣ କରି ପାରନ୍ତି ବୋଲି ପୋଲିସ ପକ୍ଷରୁ ଆଶଙ୍କା ପ୍ରକାଶ ପାଇଥିଲା। ଏଭଳି ପରିସ୍ଥିତିରେ, ସତର୍କତା ଅବଲମ୍ବନ କରି ପୋଲିସ ବହୁ ସଂଖ୍ୟକ ବାହିନୀ ସହିତ ପହଞ୍ଚି ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri