ବାଲି ବୋଝେଇ ହାଇଓ୍ବା ଧକ୍କାରେ ମୋପେଡ ଚାଳକଙ୍କ ଜୀବନ ଗଲା

ହିଞ୍ଜିଳିକାଟୁ,୧୫ା୧(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଚୈତନ୍ୟପଡ଼ା ନିକଟରେ ଏକ ନଦୀ ବାଲି ବୋଝେଇ ହାଇଓ୍ବା ଧକ୍କାରେ ଜଣେ ମୋପେଡ ଚାଳକଙ୍କ ଜୀବନ ଯାଇଛି। ମୃତକ ଜଣଙ୍କ ହେଲେ ହିଞ୍ଜିଳି ଥାନା ଚୈତନ୍ୟପଡ଼ା ଗ୍ରାମର ଗଙ୍ଗା ଦାସ (୩୦)। ବୁଧବାର ସକାଳେ ହାଇଓ୍ବାଟି (ଓଡି ୦୭ ଏଏ ୨୫୬୯) ବାଲି ବୋଝେଇ ବ୍ରହ୍ମପୁର ଅଭିମୁଖେ ଯାଉଥିଲା। ସେହି ସମୟରେ ଗଙ୍ଗା ତାଙ୍କ ଗାଡ଼ି (ଓଡି୦୭ ଓ୍ବାଇ ୦୦୭୨)ରେ ଗୋପୀନାଥପୁର ଗ୍ରାମରୁ ଚୈତନ୍ୟପଡ଼ା ଫେରୁଥିଲେ। ୫୯ ନଂ ଜାତୀୟ ରାଜପଥ ଉପରେ ହାଇଓ୍ବାଟି ମୋପେଡକୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ମୋପେଡ ଚାଳକ ଗୁରୁତର ହୋଇଥିଲେ। ସ୍ଥାନୀୟ ଲୋକେ ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ପଠାଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଦୁର୍ଘଟଣା ପରେ ହାଇଓ୍ବା ଚାଳକ ଗାଡ଼ି ସହ ବ୍ରହ୍ମପୁର ସଦର ଥାନାରେ ଆତ୍ମସମର୍ପଣ କରିଥିଲେ। ଖବର ପାଇ ହିଞ୍ଜିଳି ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୋପେଡ ଓ ବାଲି ବୋଝେଇ ହାଇଓ୍ବାକୁ ଜବତ କରିବା ସହ ହାଇଓ୍ବା ଚାଳକଙ୍କୁ ଗିରଫ କରିଛି। ମୃତଦେହକୁ ବ୍ରହ୍ମପୁର ବଡ଼ ମେଡିକାଲରେ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ହିଞ୍ଜିଳି ଥାନାରେ ଏକ ମାମଲା ରୁଜୁ କରି ପୋଲିସ ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri