ଆକ୍ସନମୋଡରେ ମୋରଡ଼ା ଅବକାରୀ ବିଭାଗ: ଗଳିକନ୍ଦିରେ ଚଢ଼ାଉ କରି…

ମୋରଡ଼ା,୨୦ା୯(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ଅବକାରୀ ବିଭାଗ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୧୦,୩୦୦ ଲିଟର ମହୁଲ ପୋଚ ନଷ୍ଟ କରିବା ସହିତ ୯୦୦ ଲିଟର ଦେଶୀ ମଦ ଜବତ କରିଛି।
ସୂଚନା ମୁତାବକ, ରେଞ୍ଜ ଇନ୍ସପେକ୍ଟର ସ୍ବପ୍ନାରାଣୀ ସାହୁ, ଏପିଆର ଫୋର୍ସ, ଦେଉଳି, କୁଳିଅଣା ଏବଂ ମୋରଡା ଅବକାରୀ ଅଧିକାରୀ ଦୀପକ କୁମାର ରାଉତ ଓ଼ ତାଙ୍କ ଟିମ୍‌ ମିଳିତ ଭାବେ ମୋରଡା ବ୍ଲକ ଅଧୀନ ଭାଲୁକଚୁଆ ଗ୍ରାମର ତଳସାହିରେ ଥିବା ବେଆଇନ ଦେଶୀ ଭାଟି ଉପରେ ଚଢ଼ାଉ କରି ୩୬୦ ଲିଟର ଦେଶୀ ମଦ ଜବତ କରିବା ସହିତ ୪୫୦୦ ଲିଟର ମହୁଲ ପୋଚ ନଷ୍ଟ କରିଛନ୍ତି। ସେହିପରି ଅନ୍ୟ ଏକ ଭାଟି ଉପରେ ଚଢ଼ାଉ କରି ୩୨୦ଲିଟର ମଦ ଜବତ କରିବା ସହିତ ୩୩୦୦ ଲିଟର ମହୁଲ ପୋଚ ନଷ୍ଟ କରିଛନ୍ତି । ଏଥି ସହିତ ମଦ ତିଆରି ପାଇଁ ବ୍ୟବହୃତ ବିଭିନ୍ନ ସରଞ୍ଜାମ ମଧ୍ୟ ଜବତ କରାଯାଇଛି । ଏ ନେଇ ଅବକାରୀ ଥାନାରେ ୧୦୮,୧୦୯/୨୫ରେ ଦୁଇଟି ମାମଲା ରୁଜୁ କରାଯାଇଛି। ଉକ୍ତ ଗ୍ରାମର ଉପରସାହିରେ ଚଢ଼ାଉ କରି ୨୫୦୦ ଲିଟର ମହୁଲ ପୋଚ ନଷ୍ଟ କରିବା ସହିତ ୨୨୦ ଲିଟର ଦେଶୀ ମଦ ଜବତ କରିଥିବା ଅବକାରୀ ବିଭାଗ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାରଙ୍କ ଅନୁଦାନପ୍ରାପ୍ତ ଶିକ୍ଷକଙ୍କ ଦାବି ପୂରଣରେ ଟାଳଟୁଳ ନୀତି: ତେଜିଲା ଆନ୍ଦୋଳନ

ଗୁଣପୁର,୫ା୮(ସୁଜାତା ପାଢ଼ୀ): ରାଜ୍ୟ ସରକାର ଅନୁଦାନପ୍ରାପ୍ତ ଶିକ୍ଷକମାନଙ୍କ ମୌଳିକ ଦାବି ଯଥା ଚାକିରି ସର୍ତ୍ତାବଳୀ ଲାଗୁ, ପୁରୁଣା ପେନ୍‌ସନ୍‌ ପ୍ରଦାନ, ଅବସର ସୀମା ୬୨କୁ ବୃଦ୍ଧି, ଅନୁଦାନପ୍ରାପ୍ତ…

ବିଧାନସଭାରେ ଭାବପ୍ରବଣ ହୋଇଗଲେ ବାଚସ୍ପତି: କହିଲେ, ମୁଁ ଏହି ପଦବୀ ପାଇଁ ଯୋଗ୍ୟ କି ନୁହେଁ…

ଲକ୍ଷ୍ନୌ,୫।୮: ଉତ୍ତରପ୍ରଦେଶ ବିଧାନସଭାର ମୌସୁମୀ ଅଧିବେଶନ ସମୟରେ ବାଚସ୍ପତି ସତୀଶ ମହାନା ବିଧାୟକମାନଙ୍କୁ ସମ୍ବୋଧିତ କରିବା ସମୟରେ ଭାବପ୍ରବଣ ହୋଇ ପଡ଼ିଥିଲେ। ଅଧିବେଶନର ଦ୍ୱିତୀୟ ଦିନ ଅଗଷ୍ଟ…

ବିରାଟ କୋହଲି ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ପରେ ପ୍ରତିକ୍ରିୟା ରଖିଲେ ମହମ୍ମଦ ଶାମି,ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୫।୮: ସାମ୍ପ୍ରତିକ ବର୍ଷଗୁଡ଼ିକରେ, ବିରାଟ କୋହଲି ଆଧ୍ୟାତ୍ମିକତା ପ୍ରତି ଆଗ୍ରହ ଦେଖାଇଛନ୍ତି। ତାଙ୍କୁ ତାଙ୍କ ଆଙ୍ଗୁଠିରେ ପ୍ରାର୍ଥନା ମାଳି ଏବଂ ଏକ ଟାଲି କାଉଣ୍ଟର ସହିତ ଦେଖାଯାଇଛି,…

ବନ୍ୟାଞ୍ଚଳରେ ଉପମୁଖ୍ୟମନ୍ତ୍ରୀ: କୃଷି ଋଣ ଛାଡ଼ ସହ କ୍ଷତିପୂରଣ ପାଇ ଦାବି କଲେ ବିପନ୍ନ

ତିହିଡି଼, ୫।୮(ସଞ୍ଜିତ ବଳ): ତିହିଡି଼ ବ୍ଲକର ବନ୍ୟାଞ୍ଚଳକୁ ବୁଧବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗସ୍ତ କରିଛନ୍ତି । ବାରସର ପଞ୍ଚାୟତର ତିଆଡ଼ିସାହି ଓ ଗୋବିନ୍ଦପୁର ପଞ୍ଚାୟତର ତଳହଂସପାଟ…

ରାସ୍ତାକଡ଼ରେ ବିତୁଛି ନୀଳାଚଳଙ୍କ ଜୀବନ, ଘର ଖଣ୍ଡିଏ ପାଇଁ ସରକାରଙ୍କୁ କଲେ ନିବେଦନ

ଗଞ୍ଜାମ,୫।୮ (ବିଦ୍ୟାଧର ସାହୁ ): ଗରିବ ଜନ ସାଧାରଣଙ୍କ ପାଇଁ ସରକାର କେତେ କଣ ଯୋଜନା କରିଛନ୍ତି । କିନ୍ତୁ କିଛି ଯୋଜନା ଲୋକଙ୍କ ପାଖରେ ପହଞ୍ଚି…

୨୦୨୭ ବିଶ୍ୱକପ ପାଇଁ ସୁନୀଲ ଗାଭାସ୍କର ବାଛିଲେ ଭାରତୀୟ ଦଳ; ବାଦ ପଡ଼ିଲେ ବଡ଼ ବଡ଼ ନାମ

ନୂଆଦିଲ୍ଲୀ,୫।୮: ଆସନ୍ତା ବର୍ଷ (୨୦୨୭) ହେବାକୁ ଥିବା ଏକଦିବସୀୟ ବିଶ୍ୱକପ ପାଇଁ ଭାରତୀୟ ଦଳରେ କିଏ ସ୍ଥାନ ପାଇବ ସେ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ…

NEET-UG ପ୍ୟାଟର୍ଣ୍ଣରେ ହେବ ବଡ଼ ପରିବର୍ତ୍ତନ, ସୁପ୍ରିମକୋର୍ଟରେ ଯୋଜନାର ରୂପରେଖା ପ୍ରଦାନ କଲେ ସରକାର

ନୂଆଦିଲ୍ଲୀ,୫।୮: ଜାତୀୟ ଡାକ୍ତରୀ ପ୍ରବେଶିକା ପରୀକ୍ଷା, NEET-UGର ଢାଞ୍ଚାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଚାଲିଛି। କେନ୍ଦ୍ର ସରକାର ଏକ ସତ୍ୟପାଠ ମାଧ୍ୟମରେ ସୁପ୍ରିମକୋର୍ଟକୁ ଏହା ଜଣାଇ…

ଆନନ୍ଦପୁର ରିଂ ରୋଡ଼ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ପଞ୍ଚାୟତରାଜ ମନ୍ତ୍ରୀ, ଦାବି ଜଣାଇଲେ ସ୍ଥାନୀୟ ଲୋକେ

ବଞ୍ଚୋ, ୫।୮:(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ନିର୍ବାଚନମଣ୍ଡଳୀର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ତଥା ଆନନ୍ଦପୁର ରିଂ ରୋଡ଼କୁ ଆଜି ଓଡ଼ିଶା ସରକାରଙ୍କ ପଞ୍ଚାୟତରାଜ ଏବଂ ପାନୀୟ ଜଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri