ମୋରଡ଼ା ପଞ୍ଚାୟତ ସମିତି ଅଧିବେଶନରେ ତୁମ୍ବିତୋଫାନ

ମୋରଡ଼ା,୬ା୩(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ପଞ୍ଚାୟତ ସମିତିର ଅଷ୍ଟମ ସାଧାରଣ ଅଧିବେଶନ  ଚିତ୍ରଡ଼ାସ୍ଥିତ ବ୍ଲକ କାର୍ଯ୍ୟାଳୟର କନ୍‌ଫରେନ୍ସ ହଲ୍‌ରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଅଧିବେଶନରେ ବ୍ଲକ ଅଧ୍ୟକ୍ଷ ପୀତନାଥ ସୋରେନ ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ମୋରଡା ବିଧାୟକ ରାଜିକିଶୋର ଦାସ ଯୋଗଦେଇଥିଲେ। ବିଡିଓ ଅଣାକାର ନାଏକ, ଜିଲାପରିଷଦ ସଭ୍ୟ ଅଭିରାମ ଭୋଇ, ସଭ୍ୟା ମିନାକ୍ଷୀ ସୋରେନ, ଝରଣା ମୁର୍ମୁ,ଏଇଇ ମୋତିଲାଲ ତୁଙ୍ଗ, ଏମ୍‌ପି ପ୍ରତିନିଧି, ଜିପିଓ ରୂପେଶ ମାଝିଙ୍କ ସମେତ ସମସ୍ତ ସରକାରୀ ଅଧିକାରୀ, ସରପଞ୍ଚ, ସମିତି ସଭ୍ୟ ଉପସ୍ଥିତ ଥିଲେ।

ସ୍ବାସ୍ଥ୍ୟ ବିଭାଗ ତରଫରୁ ଗୋଷ୍ଠୀକେନ୍ଦ୍ର ଅଧିକାରୀ ହାମ୍ବିରା ମୁର୍ମୁ ସ୍ବାସ୍ଥ୍ୟ ସମ୍ପର୍କିତ ସମସ୍ତ ବିବରିଣୀ ଉପସ୍ଥାପନା କରିଥିଲେ। ବ୍ଲକର ମୋଟ୍‌ ୭୬୦୦ ଜଣ ପିଲାଙ୍କୁ ପୋଲିଓ ବୁନ୍ଦା ଦିଆଯାଇଥିବା ବେଳେ ଯକ୍ଷ୍ମା, କୁଷ୍ଠ ରୋଗର ନିରାକରଣ ପାଇଁ କାର୍ଯ୍ୟକ୍ରମ ଚାଲୁରହିଛି ବୋଲି ସୂଚନା ଦେଇଥିଲେ। ଏହାପରେ ପରେ ଶିଶୁ ବିକାଶ, ଉଦ୍ୟାନ କୃଷି ବିଭାଗ,ଶିକ୍ଷା ବିଭାଗ,ମତ୍ସ୍ୟ ବିଭାଗ ଏବଂ ଅନ୍ୟ ବିଭାଗୀୟ ଅଧିକାରୀମାନେ ବିଭିନ୍ନ ଯୋଜନା ସମ୍ପର୍କରେ ବିବରଣୀ ପ୍ରଦାନ କରିଥିଲେ।
ତେବେ କାର୍ଯ୍ୟକ୍ରମ ଆରମ୍ଭ ହେବାର ମାତ୍ର କିଛି ମିନିଟ୍‌ ପରେ ବିଧାୟକ କାର୍ଯ୍ୟବ୍ୟସ୍ତତା ହେତୁ ଚାଲିଯାଇଥିଲେ। ବିଧାୟକ ଉପସ୍ଥିତ ଥିବା ସମୟରେ ସରପଞ୍ଚମାନେ ହଲ୍‌କୁ ପ୍ରବେଶ କରି ନ ଥିଲେ କିନ୍ତୁ ଗଲା ପରେ ହଲ୍‌କୁ ପ୍ରବେଶ କରିବା ଆଲୋଚନାର ବିଷୟ ହୋଇଛି। ଅଧିବେଶନରେ ସବୁଠୁ ଆଶ୍ଚର୍ଯ୍ୟକର ଘଟଣା ଜାଣିବାକୁ ମିଳିଥିଲା ଯେ, କିଛି ପଞ୍ଚାୟତର ଉନ୍ନୟନମୂଳକ କାର୍ଯ୍ୟର ଫାଇଲ୍‌ ହଜି ଯାଇଛି, ଯାହା ପ୍ରଶାସନର କାର୍ଯ୍ୟ ଦକ୍ଷତା ଆଡକୁ ଅଙ୍ଗୁଳି ନିର୍ଦ୍ଦେଶ କରୁଛି ଏବଂ ଉକ୍ତ ଅଧିବେଶନରେ ବିଡିଓ ଅଣାକର ନାଏକ ପରିଚାଳନା କରୁଥିଲେ ମଧ୍ୟ ଏଇଇ ମୋତିଲାଲ ତୁଙ୍ଗ ବିଡିଓଙ୍କ କାର୍ଯ୍ୟ କରୁଥିବାର ସାଧାରଣରେ ଆଲୋଚନା ହେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ପାକିସ୍ତାନୀ ମହିଳାଙ୍କ ଚିଠି, କହିଲେ ମୋ ସ୍ୱାମୀ ଧୋକା ଦେଇଛି…

ନୂଆଦିଲ୍ଲୀ,୭।୧୨: ପାକିସ୍ତାନୀ ମହିଳା ନିକିତା ନାଗଦେବଙ୍କ ଏକ ଭିଡିଓ ସମ୍ପ୍ରତି ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଭିଡିଓରେ, ପାକିସ୍ତାନୀ ମହିଳା ପ୍ରଧାନମନ୍ତ୍ରୀ ମୋଦିଙ୍କଠାରୁ ନ୍ୟାୟ ପାଇଁ...

୬୫ ବର୍ଷ ବିଦ୍ୟାଳୟରେ ପାଇଖାନା କି ମୌଳିକ ସୁବିଧା ନାହିଁ:  ପିଲାଙ୍କ ପାଇଁ ପାହାଡ ଜଙ୍ଗଲ ହିଁ ଭରସା 

ଦାରିଙ୍ଗବାଡି,୮।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ସ୍ଥାପନ ହେବାର ଏହାରି ମଧ୍ୟରେ...

ନୂଆବର୍ଷ ଆଗରୁ ଅଚାନକ ଧନୀ ହୋଇଯିବେ ୩ରାଶି! ହୁହୁ ହୋଇ ବଢିବ ସମ୍ପତ୍ତି

ଦ୍ରିକ ପାଞ୍ଜି ଅନୁସାରେ, ଶୁକ୍ର ଓ ଶନି ଏକ ଅତ୍ୟନ୍ତ ଶକ୍ତିଶାଳୀ, ଦୁର୍ଲଭ ଏବଂ ଶୁଭ ଯୋଗ ଗଠନ କରୁଛନ୍ତି, ଯାହା ୬ ଡିସେମ୍ବର,ଶନିବାର ସନ୍ଧ୍ୟା...

ଭୁବନେଶ୍ୱରରେ ଖୋଲିବ ଆଉ ଦୁଇ ତହସିଲ୍, ଜମି କିଣାବିକା ପାଇଁ…

ଭୁବନେଶ୍ୱର,୭ା୧୨: ଭୁବନେଶ୍ବରରେ ଆଉ ୨ ନୂଆ ତହସିଲ ଅଫିସ୍‌ ପ୍ରସ୍ତୁତ ହେବାକୁ ଯାଉଛି । ପୁରୁଣା ଭୁବନେଶ୍ବରରେ ଥିବା ତହସିଲ ଅଫିସ୍‌ରେ କ୍ରମାଗତ ଭାବେ ଚାପ ବଢ଼ିବାରେ...

ମୋବାଇଲ ଆପ ସତର୍କ ସଙ୍କେତରେ ଛାତ୍ରଙ୍କ ସଫଳତା

ନୂଆପଡ଼ା,୮ା୧୨ (ମକାରୁ ବେମାଲ): ଭାରତ ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ଦ୍ୱାରା ପରିଚାଳିତ ଅଟଳ ଟିଙ୍କରୀଙ୍କ ଲ୍ୟାବମାନଙ୍କର ଅନ୍‌ଲାଇନ ମାଧ୍ୟମରେ ଓସିଏସି ଦ୍ୱାରା...

Featured Video Play Icon

ଧରିତ୍ରୀ, ଆଦିତ୍ୟ ବିର୍ଲା ସନ୍‌ଲାଇଫ୍‌ ମ୍ୟୁଚୁଆଲ ଫଣ୍ଡ୍‌ର ‘ଶିକ୍ଷିତ ନିବେଶକ ବିକଶିତ ଭାରତ’ କର୍ମଶାଳା

କଟକ,୭ା୧୨(କାର୍ତ୍ତିକ ସାହୁ): ଭବିଷ୍ୟତ ଆବଶ୍ୟକତାକୁ ଦୃଷ୍ଟିରେ ରଖି ନିଜର ଅର୍ଜିତ ଅର୍ଥକୁ ଖର୍ଚ୍ଚ କରିବା ଜରୁରୀ। ବିଶେଷକରି ପ୍ରଥମେ ସଞ୍ଚୟ ଏବଂ ପରେ ଖର୍ଚ୍ଚ କରିବା...

ସ୍ତ୍ରୀଙ୍କ ମୁଣ୍ଡରେ ଟ୍ୟୁମର: ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ

ନୂଆପଡ଼ା,୮ା୧୨(ମକାରୁ ବେମାଲ): ସ୍ତ୍ରୀଙ୍କ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ । ଶେଷରେ ଅସହାୟ ହୋଇ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି ସ୍ବାମୀ । ଏଭଳି ଘଟଣା...

ନାଇଟ୍ କ୍ଲବରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୨୫ଜଣ

ଗୋଆ,୭।୧୨: ଗୋଆର ପ୍ରସିଦ୍ଧ ନାଇଟ୍ କ୍ଲବରେ ବଡ଼ ଧରଣର ଅଗ୍ନିକାଣ୍ଡ। ଗୋଆ ଆର୍ପୋରା ସ୍ଥିତ ରୋମିଓ ଲେନ୍ ରେ ଥିବା ବ୍ରିଚ୍ ନାଇଟ୍ କ୍ଲବରେ ନିଆଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri